୧୦ ନୂଆ ପ୍ରକଳ୍ପ ଅନୁମୋଦନ : ସୃଷ୍ଟି ହେବ ୫୧୭୦ ନିଯୁକ୍ତି

October 07, 2022, ଓଡ଼ିଶା, , Anupambharat News Bureau


 ୧୦ ନୂଆ ପ୍ରକଳ୍ପ ଅନୁମୋଦନ : ସୃଷ୍ଟି ହେବ ୫୧୭୦ ନିଯୁକ୍ତି
Anupambharat News Bureau
October 07, 2022


ଭୁବନେଶ୍ୱର, ୭ା୧୦(ଅନୁପମ ମିଡ଼ିଆ): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ରାଜ୍ୟ ଏକକ ବାତାୟନ(ସିଙ୍ଗିଲ୍‌ ୱିଣ୍ଡୋ) କମିଟି ବୈଠକରେ ୧୦ ନୂଆ ପୁଞ୍ଜିନିବେଶ ପ୍ରକଳ୍ପକୁ ନିତୀଗତ ଅନୁମୋଦନ ଦିଆଯାଇଛି । ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୧୯୨୩.୬୦ କୋଟିର ନୂଆ ପୁଞ୍ଜିନିବେଶ ହେବା ସହ ୫୧୭୦ ଜଣଙ୍କ ନିମନ୍ତେ ପ୍ରତକ୍ଷ୍ୟ ନିଯୁକ୍ତି ସୁଯୋଗ ସୃଷ୍ଟିହେବ ।
ରାଜ୍ୟ ଲୋକସେବା ଭବନରୁ ଡ଼ିଜିଟାଲ ମୋଡ୍‌ରେ ଅନୁଷ୍ଠିତ ଏହି ବୈଠକରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ପ୍ରକଳ୍ପ ଗୁଡିକର ବୈଷୟିକ ଓ ଆର୍ଥିକ ଦକ୍ଷତା ବିଷୟ ଉପସ୍ଥାପନ ପୂର୍ବକ କହିଥିଲେ ଯେ ପ୍ରକଳ୍ପ ଗୁଡିକ ମୁଖ୍ୟତଃ ଆଲୁମିନିଅମ୍‌ ଓ ଷ୍ଟିଲ୍‌ ଡ଼ାଉନଷ୍ଟ୍ରିମ୍‌, ଅଣପାରମ୍ପରିକ ଶକ୍ତି, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, କୃଷି ଉତ୍ପାଦ ଓ ଖାଦ୍ୟ ପ୍ରକ୍ରିୟାକରଣ, ତୈଳ ଓ ଗ୍ୟାସ୍‌, ବୈଦୁତିକ ପଦାର୍ଥ ଉତ୍ପାଦନ, ଭିତ୍ତିଭୂମି, ପର୍ଯ୍ୟଟନ, ବୈଷୟିକ ବୟନ, ରସାୟନ ଏବଂ ମାନୁଫାକkରିଂ ସେକଫର ଅନ୍ତର୍ଭୁକ୍ତ । ଏସବୁ ପ୍ରକଳ୍ପ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ରାଜ୍ୟର ଆର୍ଥିକ ପ୍ରଗତିରେ ସହାୟକ ହେବ । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ, ଶ୍ରମ ଓ ଇଏସ୍‌ଆଇ ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମ୍‌, ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜବିହାରୀ ଧଳ, ବୈଦୁତିକ ଏବଂ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଶାସନ ସଚିବ ମନୋଜ କୁମାର ମିଶ୍ର, ଇପିକଲ୍‌ ପରିଚାଳନା ନିର୍ଦ୍ଦେଶକ ଭୁପିନ୍ଦର ସିଂ ପୁନିଆଙ୍କ ସମେତ ସଂପୃକ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ପୂର୍ବୋଦୟ ଦିଗହରା ! ୫ଜି ମୋବାଇଲ୍‌ ସେବାରେ ଓଡ଼ିଶାକୁ ଅଣଦେଖା

ପୂର୍ବୋଦୟ ଦିଗହରା ! ୫ଜି ମୋବାଇଲ୍‌ ସେବାରେ ଓଡ଼ିଶାକୁ ଅଣଦେଖା

Read More...

ଓସିଏସ୍‌ ରେଜଲଫ  :ତେଜସ୍ୱିନୀ ଟªର

ଓସିଏସ୍‌ ରେଜଲଫ :ତେଜସ୍ୱିନୀ ଟªର

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page