୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ବିଶ୍ୱକପ ଉଦ୍‌ଘାଟିତ

October 11, 2022, ଓଡ଼ିଶା, , Anupambharat News Bureau


୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ବିଶ୍ୱକପ ଉଦ୍‌ଘାଟିତ
Anupambharat News Bureau
October 11, 2022


ଭୁବନେଶ୍ୱର, ୧୧ା୧୦(ଅନୁପମ ମିଡ଼ିଆ):ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଫିଫା ୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ବିଶ୍ୱକପ ଉଦ୍‌ଘାଟିତ ହୋଇଛି । କ୍ରୀଡ଼ାର ଏହି ମହାକୁମ୍ଭକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଓ ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଇନ ଓ ନ୍ୟାୟ ମନ୍ତ୍ରୀ କିରେନ ରିଜିଜୁ ଉପସ୍ଥିତ ଥିଲେ । ପ୍ରଥମ ମ୍ୟାଚରେ ମରୋେMାକୁ ହରାଇ ବ୍ରାଜିଲ ବିଜୟୀ ହୋଇଛି । ସେହିପରି ଦ୍ୱିତୀୟ ମ୍ୟାଚରେ ଭାରତ ଆମେରିକାଠାରୁ ୦-୮ରେ ପରାଜିତ ହେବା ଘରୋଇ ଦର୍ଶକଙ୍କୁ ନିରାଶ କରିଛି ।
୧୭ ବର୍ଷରୁ କମ୍‌ ଫିଫା ମହିଳା ବିଶ୍ୱକପ ଓଡ଼ିଶାର କଳିଙ୍ଗ ଷ୍ଟାଡିୟମ ସମେତ ନଭି ମୁମ୍ବାଇର ଡିୱାଇ ପାଟିଲ ସ୍ପୋର୍ଟସ୍‌ ଷ୍ଟାଡିୟମ ଏବଂ ଗୋଆର ପିଜେଏନ ଷ୍ଟାଡିୟମକୁ ମିଶାଇ ତିନୋଟି ସ୍ଥାନରେ ମିଳିତ ଭାବେ ଆୟୋଜନ କରାଯାଉଛି ।ଏହି କ୍ରୀଡ଼ା ମହାକୁମ୍ଭରେ ୧୬ଟି ଦେଶ ଭାଗ ନେଇଛନ୍ତି । ପ୍ରତିଯୋଗିତା ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ବିଶ୍ୱସ୍ତରୀୟ ଏହି ସମ୍ମାନଜନକ ପ୍ରତିଯୋଗିତାର ସପ୍ତମ ସଂସ୍କରଣରେ ୪ଟି ଗ୍ରୁପରେ ବିଭାଜିତ ହୋଇ ଦଳଗୁଡ଼ିକ ପରସ୍ପର ସହ ପ୍ରତିଦ୍ୱନ୍ଦ୍ୱିତା କରିବେ । ଆସନ୍ତା ୩୦ରେ ନଭି ମୁମ୍ବାଇ ଠାରେ ଫାଇନାଲ ମୁକାବିଲା ଖେଳାଯିବ ।
୧୭ ବର୍ଷରୁ କମ୍‌ ଫିଫା ମହିଳା ଫୁଟବଲ ବିଶ୍ୱକପ ପ୍ରତିଯୋଗିତାରେ ତିନି ପୂର୍ବତନ ଚାମ୍ପିଅନ ଫ୍ରାନ୍ସ, ଜାପାନ ଏବଂ ସ୍ପେନ୍‌ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ଅନ୍ୟପକ୍ଷରେ କାନାଡା, ଜର୍ମାନୀ, ନୁ୍ୟଜିଲାଣ୍ଡ ଓ ଜାପାନ ସବୁଥର ଭଳି ଚଳିତ ସଂସ୍କରଣରେ ମଧ୍ୟ ଭାଗ ନେବାର ରେକର୍ଡ ବଜାୟ ରଖିଛନ୍ତି ।
ଏଭଳି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ଭାରତୀୟ ଦଳ ପ୍ରଥମ ଥର ପାଇଁ ଅଂଶଗ୍ରହଣ କରୁଛି । ୨୦୧୭ରେ ୧୭ ବର୍ଷରୁ କମ୍‌ ପୁରୁଷ ଫୁଟବଲ ବିଶ୍ୱକପ ପରେ ଭାରତୀୟ ମହିଳା ଦଳ ଏହି ପ୍ରତିଯୋଗିତାରେ ଶ୍ରେଷ୍ଠ ପ୍ରଦର୍ଶନ ଲକ୍ଷ୍ୟ ରଖିଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସୁପ୍ରିମକୋର୍ଟରେ ଚିଟଫଣ୍ଡ ପ୍ରସଙ୍ଗ: ରାଜ୍ୟ ସରକାର ଓ  ସିବିଆଇକୁ ନୋଟିସ୍‌

ସୁପ୍ରିମକୋର୍ଟରେ ଚିଟଫଣ୍ଡ ପ୍ରସଙ୍ଗ: ରାଜ୍ୟ ସରକାର ଓ ସିବିଆଇକୁ ନୋଟିସ୍‌

Read More...

ରିମାଣ୍ଡରେ  ଯିବେ  ଅର୍ଚ୍ଚନା: ଖୋଲିବ  ଲିଙ୍କ୍‌ ଗୁମର

ରିମାଣ୍ଡରେ ଯିବେ ଅର୍ଚ୍ଚନା: ଖୋଲିବ ଲିଙ୍କ୍‌ ଗୁମର

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page