୪୮୮ କୋଟିର ନୂଆ ପ୍ରକଳ୍ପର ଶୁଭାରମ୍ଭ : ପଦ୍ମପୁର ଓଡ଼ିଶାର ଭାତହାଣ୍ଡି: ମୁଖ୍ୟମନ୍ତ୍ରୀ

October 29, 2022, ଓଡ଼ିଶା, , Anupambharat News Bureau


୪୮୮ କୋଟିର ନୂଆ ପ୍ରକଳ୍ପର ଶୁଭାରମ୍ଭ : ପଦ୍ମପୁର ଓଡ଼ିଶାର ଭାତହାଣ୍ଡି: ମୁଖ୍ୟମନ୍ତ୍ରୀ
Anupambharat News Bureau
October 29, 2022


ଭୁବନେଶ୍ୱର,୨୯ା୧୦(ଅନୁପମ ମିଡ଼ିଆ): ଶନିବାର ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ବିକାଶର ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି । ସମସ୍ତଙ୍କ ସହଯୋଗରେ ପଦ୍ମପୁର ଅଞ୍ଚଳ ବିକାଶର ଏକ ମଡେଲ ହୋଇପାରିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଜି ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ୪୮୮ କୋଟିର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ପଦ୍ମପୁର ଅଞ୍ଚଳର ବିକାଶକୁ ଆଗେଇ ନେବାରେ ଏ ସବୁ ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣର୍ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି । ବିକାଶର ଏହି ଧାରା ଆହୁରି ଆଗକୁ ବଢିବ ବୋଲି ମଧ୍ୟ ସେ କହିଛନ୍ତି । ବିକାଶ ହେଉଛି ଆମର ପରିଚୟ । ଚାଷୀ, ମହିଳା, ଯୁବବର୍ଗଙ୍କୁ ସଶକ୍ତ କରି ସାରା ଓଡିଶାକୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି । ପଦ୍ମପୁର ଓଡ଼ିଶାର ଭାତହାଣ୍ଡି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାକୁ ସବୁଠାରୁ ଅଧିକ ଚାଉଳ ପଦ୍ମପୁର ହିଁ ଯୋଗାଇ ଦେଉଛି । ପଦ୍ମପୁରର ଚାଷୀମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ୧୦ କୋଟି ଟଙ୍କାର ୨୦ଟି ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଥିଲେ । ତା ସହିତ କୃଷି ବଜାର ଭିିଭୂମି ବିକାଶ ପାଇଁ ୧୮ କୋଟି ୪୮ ଲକ୍ଷ ଟଙ୍କାର ପ୍ରକଳ୍ପ କାମ ମଧ୍ୟ ଆରମ୍ଭ କରିଥିଲେ । ଏହାସହିତ ପଦ୍ମପୁରରେ ଯୋଗାଯୋଗର ବିକାଶ ପାଇଁ ୨୬୦ କୋଟି ଟଙ୍କାରେ ୩୮ଟି ସେତୁ ଓ ୧୩୬ କୋଟି ଟଙ୍କାରେ ୨୫ଟି ରାସ୍ତା କାମର ଶୁଭାରମ୍ଭ କରାଯିବା ସହିତ ୯ କୋଟି ଟଙ୍କାରେ ଗ୍ରାମ୍ୟ ଭିତ୍ତିଭୂମି ପ୍ରକଳ୍ପ, ୬୦ ଲକ୍ଷ ଟଙ୍କାରେ ୪ଟି ଗ୍ରାମୀଣ ବଜାର ଓ ୪ କୋଟି ୨୨ ଲକ୍ଷ ଟଙ୍କାରେ ୧୬ଟି ପୌରାଞ୍ଚଳ ଭିତ୍ତିଭୂମି ଯୋଜନା ମଧ୍ୟ ଆରମ୍ଭ କରାଯାଇଛି ।
ପ୍ରଭୁ ନୃସିଂହନାଥଙ୍କ ଆଶୀର୍ବାଦ ପଦ୍ମପୁର ମାଟିକୁ ପବିତ୍ର କରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ଥାନୀୟ ଲୋକଙ୍କ ରୋଜଗାର ବଢାଇବା ପାଇଁ ଏ ପୀଠର ବିକାଶ ପାଇଁ କାମ ଆରମ୍ଭ ହୋଇଛି । ନୃସିଂହନାଥ ଓ ବେଦ ବରାହ ପୀଠର ବିକାଶ ପାଇଁ ୨୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି
ସେ କହିଥିଲେ । ସେହିପରି ଶିକ୍ଷାର ବିକାଶରେ ୫-ଟି ସ୍କୁଲ ରୂପାନ୍ତର ବିଶେଷ ଭୂମିକା ନେଇଛି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କାର୍ଯ୍ୟକ୍ରମରେ ପଦ୍ମପୁରର ୩୦ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଆଉ ୪୪ଟି ପାଇଁ କାମ ଆରମ୍ଭ ହୋଇଛି ବୋଲି ସେ କହିଥିଲେ ।
ଏହା ସହିତ ଆଜି ପଦ୍ମପୁର ଅଞ୍ଚଳର ୩ଟି ବ୍ଲକ୍‌ ଓ ସହରାଞ୍ଚଳ ପାଇଁ ୩୦ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟ ଉଦ୍‌ଘାଟିତ ହୋଇଥିଲା । ଏଥିରେ ୨୦ଟି କଲ୍ୟାଣମଣ୍ଡପ ସହିତ ପଞ୍ଚାୟତ ଭବନ, ଗ୍ରାମୀଣ ବଜାର ଓ କମନ୍‌ ଫାସିଲିଟି ସେଣ୍ଟର କରାଯାଇଛି ।
ଏହି କାର୍ଯ୍ୟକ୍ରମରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ, ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ରୀତା ସାହୁ, ଭଟଲୀ ବିଧାୟକ ସୁଶାନ୍ତ ସିଂ, ବରଗଡ ବିଧାୟକ ଦେବେଶ ଆଚାର୍ଯ୍ୟ ଓ ଅତାବିରା ବିଧାୟକ ସ୍ନେହାଙ୍ଗୀନି ଛୁରିଆ ପ୍ରମୁଖ ଯୋଗ ଦେଇ ଓଡିଶାରେ ବିକାଶର ଏକ ନୂଆ ଧାରା ସୃଷ୍ଟି କରିବାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ୱ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବାଣ ଭିଡ଼ିବା ବେଳେ ବିସ୍ପୋରଣ, ଯୁବକ ମୃତ

ବାଣ ଭିଡ଼ିବା ବେଳେ ବିସ୍ପୋରଣ, ଯୁବକ ମୃତ

Read More...

ପାଞ୍ଚ ବର୍ଷରେ ୫୦ ହଜାରରୁ ଅଧିକ ଲୋକ ଜୀବନ୍ତ ଦU

ପାଞ୍ଚ ବର୍ଷରେ ୫୦ ହଜାରରୁ ଅଧିକ ଲୋକ ଜୀବନ୍ତ ଦU

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page