ଅବନ୍ତୀଙ୍କ ପାଇଁ ଭର୍ଚୁଆଲ ପ୍ରଚାର କଲେ ନବୀନ : ‘ଧାମନଗର ବିକାଶ ଦାୟିତ୍ୱ ମୋର ’

October 31, 2022, ଓଡ଼ିଶା, , Anupambharat News Bureau


ଅବନ୍ତୀଙ୍କ ପାଇଁ ଭର୍ଚୁଆଲ ପ୍ରଚାର କଲେ ନବୀନ : ‘ଧାମନଗର ବିକାଶ ଦାୟିତ୍ୱ ମୋର ’
Anupambharat News Bureau
October 31, 2022


ଭୁବନେଶ୍ୱର ,୩୧ା୧୦ (ଅନୁପମ ମିଡିଆ): ଧାମନଗର ହେଉଛି ଶାନ୍ତି, ସଦ୍‌ଭାବ ଓ ଭାଇଚାରାର ଭୂମି । ଏହା ଧାମନଗରର ସବୁଠାରୁ ବଡ଼ ପରିଚୟ । ଏହି ପରିଚୟର ସୁରକ୍ଷା ପାଇଁ ଆମେ ସମସ୍ତେ କାମ କରୁଛୁ । ବିଜୁ ଜନତା ଦଳ ସୁଖଦୁଃଖ ସବୁବେଳେ ଆପଣମାନଙ୍କ ପାଖରେ ଅଛି । ସବୁବର୍ଗର ଲୋକଙ୍କ କଲ୍ୟାଣ ପାଇଁ କାମ କରୁଛି । ଆପଣମାନଙ୍କ ସହଯୋଗରେ ଓଡ଼ିଶା ଆଜି ବିକାଶ କ୍ଷେତ୍ରରେ ସାରା ଦେଶରେ ସୁନାମ କରିଛି । ଧାମନଗରର ବିକାଶ ମଧ୍ୟ କେମିତି ଆଗକୁ ବଢ଼ିବ, ତାହା ମୁଁ ନିଜେ ଦେଖିବି । ଧାମନଗର ନିର୍ବାଚନ ମଣ୍ଡଳୀର ବିକାଶ ଦାୟିତ୍ୱ ମୋର । ସାଧାରଣ ନିର୍ବାଚନକୁ ଆଉ ମାତ୍ର ୧୮ ମାସ ରହିଲା । ଏ ସମୟ ଭିତରେ ଆମେ ପାଞ୍ଚ ବର୍ଷର କାମ କରିପାରିବା । ସୋମବାର ଧାମନଗର ନିର୍ବାଚନ ମଣ୍ଡଳୀର ବିଭିନ୍ନ ଜନସଭାକୁ ସମ୍ବୋଧିତ କରି ଧାମନଗରବାସୀଙ୍କୁ ଏଭଳି ନିର୍ଭର ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ଜନତା ଦଳର ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ନିବେଦନ କରିଥିଲେ । ଆଗାମୀ
୩ ତାରିଖରେ ଧାମନଗର
ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ବିଜୁ ଜନତା ଦଳର ପ୍ରାର୍ଥୀ ଅବନ୍ତି ଦାସଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀ ପଟ୍ଟନାୟକ ପ୍ରଚାର ମଇଦାନକୁ ଓହ୍ଲାଇଥିଲେ । ଧାମନଗର ନିର୍ବାଚନ ମଣ୍ଡଳୀର ୧୩ଟି ସ୍ଥାନରେ ଆୟୋଜିତ ଏହିସବୁ ନିର୍ବାଚନୀ ସଭାରେ ବିପୁଳ ଜନ ସମାଗମ ହୋଇଥିଲା ।
ଏହି ଅବସରରେ ଖୁସି ବ୍ୟକ୍ତ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ କାଳିଆ ଯୋଜନା ହେଉ, ବା ମିଶନ ଶକ୍ତି, ବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ­ ସବୁ ଯୋଜନାର ସୁବିଧା ଆପଣମାନଙ୍କ ପାଖରେ ପହ*ି ପାରିଛି । ମା’ ମାନେ ସଶକ୍ତ ହେଉଛନ୍ତି । ମିଶନ ଶକ୍ତି ସେମାନଙ୍କୁ ନୂଆ ପରିଚୟ ହୋଇଛି । ମା’ମାନଙ୍କ ଭଲ କାମ ହିଁ ମୋତେ ବହୁତ ଖୁସି ଦେଇଛି । ମା’ମାନେ ସବୁ ଦାୟିତ୍ୱକୁ ସୁନ୍ଦର ଭାବରେ ନିର୍ବାହ କରିପାରୁଛନ୍ତି । ତେଣୁ ଜଣେ ମା’ଙ୍କୁ ମୁଁ ଆପଣଙ୍କ ବିଧାୟିକା ଭାବରେ ଦେଖିବାକୁ ଚାହେଁ, ଯାହା ଆପଣମାନେ ବି ଚାହାନ୍ତି ।
ଶ୍ରୀ ପଟ୍ଟନାୟକ ଆହୁରି କହିଲେ ଯେ ୨୦୧୯ ନିର୍ବାଚନରେ ଆପଣମାନେ ଯେଉଁ ମତ ରଖିଥିଲେ, ୨୦୨୨ ପଂଚାୟତ ଓ ପୌର ନିର୍ବାଚନରେ ସେଥିରେ ପରିବର୍ତନ କରିଛନ୍ତି । ଶଙ୍ଖ ଚିହ୍ନରେ ବିଶ୍ୱାସ ରଖିଛନ୍ତି । ଗତ ପଂଚାୟତ ଓ ପୌର ନିର୍ବାଚନରେ ଆପଣମାନେ ବିଜୁ ଜନତା ଦଳକୁ, ଶଙ୍ଖ ଚିହ୍ନକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି ଏବଂ ସେବାର ସୁଯୋଗ ଦେଇଛନ୍ତି, ସେଥିପାଇଁ ମୁଁ ଋଣୀ । ଧାମନଗରର ୬ଟି ଯାକ ଜିଲ୍ଲା ପରିଷଦ ଆସନରେ ଆପଣମାନେ ବିଜୁ ଜନତା ଦଳକୁ ସେବାର ସୁଯୋଗ ଦେଇଛନ୍ତି । ସେହିପରି ଧାମନଗର ଏନ.ଏ.ସିର ୧୧ଟି ୱାର୍ଡରୁ ୯ଟି ୱାର୍ଡ ସହିତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଦାୟିତ୍ୱ ମଧ୍ୟ ଆପଣମାନେ ବିଜେଡିକୁ ଦେଇଛନ୍ତି । ତେଣୁ ମୋର ପୂରା ବିଶ୍ୱାସ, ଏ ନିର୍ବାଚନରେ ବି ସେ ଧାରା ଜାରି ରହିବ ଏବଂ ଧାମନଗରର ବିକାଶ ଆହୁରି ଆଗକୁ ବଢ଼ିବ ।
ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେବା ପୂର୍ବରୁ ଏହିସବୁ ଜନସଭାରେ ବିଜୁ ଜନତା ଦଳର ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର, ମନ୍ତ୍ରୀ ଅଶୋକ ପଣ୍ଡା, ପ୍ରମିଳା ମଲ୍ଲିକ, ପ୍ରତାପ କେଶରୀ ଦେବ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରୀତିରଞ୍ଜନ ଘଡ଼େଇ, ସାଂସଦ ମୁନ୍ନା ଖାଁ, ସୁଲତା ଦେଓ, ଭଦ୍ରକ ଜିଲ୍ଲା ପର୍ଯ୍ୟବେକ୍ଷକ ବିଧାୟକ ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ ପ୍ରମୁଖ ବରିଷ୍ଠ ନେତୃବନ୍ଦ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଭିକ୍ଷା କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
୮ରେ ଶ୍ରୀମନ୍ଦିରରେ ଗ୍ରହଣ ନୀତି

୮ରେ ଶ୍ରୀମନ୍ଦିରରେ ଗ୍ରହଣ ନୀତି

Read More...

ପୋଲିସ-ଗ୍ରାମବାସୀଙ୍କ ଧସ୍ତାଧସ୍ତି, ବହୁ ମହିଳା ଆହତ

ପୋଲିସ-ଗ୍ରାମବାସୀଙ୍କ ଧସ୍ତାଧସ୍ତି, ବହୁ ମହିଳା ଆହତ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page