କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍‌

November 23, 2022, ଓଡ଼ିଶା, , Anupambharat News Bureau


କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍‌
Anupambharat News Bureau
November 23, 2022


ଭୁବନେଶ୍ୱର, ୨୩ ।୧୧ (ଅନୁପମ ମିଡିଆ): କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀ ମାନଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍‌ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳୀଙ୍କୁ ୧୦୦୦ ଟଙ୍କା ଓ ପ୍ରତ୍ୟେକ ସିଜିନାଲ ଷ୍ଟାଫ ଓ ବାଇଣ୍ଡରଙ୍କୁ ୧୫୦୦ ଟଙ୍କା ଲେଖାଏଁ ଦିଆଯିବ । ସବୁ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯିବ । କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପିଲାମାନଙ୍କୁ ବୃତ୍ତି ପ୍ରଦାନ କରାଯିବ । ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ଜିଲ୍ଲାସ୍ତରରେ ପୁରସ୍କୃତ କରାଯିବ । ସର୍କଲ ଚେକ୍‌ରସ୍‌ ଓ ବାଇଣ୍ଡିଂ ଚେକରସମାନଙ୍କ ଗ୍ରାଚୁଇଟି ଦେୟ ସାତ ଦିନରୁ ବୃଦ୍ଧି କରି ୧୫ ଦିନ କରାଯିବ । ସମସ୍ତ ତୋଳାଳୀମାନଙ୍କୁ ତୋଳାଳୀ ପରିଚୟ ପତ୍ର ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହାଦ୍ୱାରା ରାଜ୍ୟର ପ୍ରାୟ ଆଠ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀ ଉପକୃତ ହେବେ ।
ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ କହିଛନ୍ତି କେନ୍ଦୁପତ୍ର ବ୍ୟବସାୟ ଉପରେ କେନ୍ଦ୍ର ସରକାର ୧୮% ଜିଏସଟି ରଖିଛନ୍ତି । କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀମାନେ ଏମାନେ ସମସ୍ତେ ଗରିବ ଲୋକ । ତେଣୁ କେନ୍ଦୁପତ୍ର ଉପରୁ ଜିଏସ୍‌ଟି ଉଠାଇ ଦେବା ପାଇଁ କେନ୍ଦ୍ର ସରକାରଙ୍କୁ ମୁଖ୍ୟମନ୍ତ୍ରୀ ବାରମ୍ୱାର ଅନୁରୋଧ କରିଥିବା କହିଛନ୍ତି । ଗରିବ ଲୋକଙ୍କ ହିତ ଦୃଷ୍ଟି ରୁ ଜିଏସଟି ସମ୍ପୂର୍ଣ୍ଣ ଉଚ୍ଛେଦ କରିବାକୁ ସେ ପୁଣିଥରେ କେନ୍ଦ୍ର ସରକାରଙ୍କ ନିକଟରେ ଦାବୀ କରିଛନ୍ତି ।ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଓଡିଶା ହେଉଛି ଦେଶର ପ୍ରଥମ ରାଜ୍ୟ ଯେଉଁଠାରେ କେନ୍ଦୁପତ୍ର ତୋଳାଳୀମାନଙ୍କୁ ବୋନସ ଦିଆଯାଉଛି । ରାଜ୍ୟସରକାରଙ୍କ ଏହି ନୀତି ଅନ୍ୟ ରାଜ୍ୟମାନଙ୍କ ପାଇଁ ମଡେଲ ପାଲଟିଛି । ଗତ ସପ୍ତାହ ମଧ୍ୟରେ ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳୀମାନଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ତିନି ତିନିଥର ଆଲୋଚନା କରିଛନ୍ତି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରି ହାଉସ୍‌ ସର୍ଜନ୍‌ ଗିରଫ

ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରି ହାଉସ୍‌ ସର୍ଜନ୍‌ ଗିରଫ

Read More...

‘ଇସିଆଇଙ୍କ ନିଯୁକ୍ତି ଫାଇଲ ଦାଖଲ କର’

‘ଇସିଆଇଙ୍କ ନିଯୁକ୍ତି ଫାଇଲ ଦାଖଲ କର’

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page