ଡିସେମ୍ବର ୧ ସୁଦ୍ଧା ମିଳିବ ଶୀତ ସହାୟତା: କମ୍ବଳ ପାଇଁ ୩୦୦ ଲେଖାଏଁ ପାଇବେ

November 25, 2022, ଓଡ଼ିଶା, , Anupambharat News Bureau


ଡିସେମ୍ବର ୧ ସୁଦ୍ଧା ମିଳିବ ଶୀତ ସହାୟତା:  କମ୍ବଳ ପାଇଁ ୩୦୦ ଲେଖାଏଁ ପାଇବେ
Anupambharat News Bureau
November 25, 2022


ଭୁବନେଶ୍ୱର,୨୫ା୧୧(ଅନୁପମ ମିଡ଼ିଆ): ­ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡିବା ଆରମ୍ଭ ହୋଇଗଲାଣି । କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରରେ ବିଶେଷ ହ ୍ରାସ ଘଟିବା ସହିତ ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ରାଜ୍ୟରେ ଶୀତ ଲହରୀ ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସମ୍ପର୍କରେ ଏକ ସମୀକ୍ଷା ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଶୀତର ପ୍ରକୋପକୁ ଦୃଷ୍ଟିରେ ରଖି ଗରିବ ଲୋକ ବିଶେଷ କରି ବରିଷ୍ଠ ନାଗରିକ ମାନଙ୍କୁ ସୁରକ୍ଷିତ ରଖିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । ଡିସେମ୍ବର ପହିଲା ସୁଦ୍ଧା ସବୁ ହିତାଧିକାରୀଙ୍କୁ କମ୍ବଳ କିଣିବା ପାଇଁ ୩୦୦ ଟଙ୍କା ଲେଖାଏ ଶୀତ ସହାୟତା ଭାବରେ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା ମଧୁବାବୁ ପେନ୍ସନ ଯୋଜନା ଓ ଜାତୀୟ ପେନ୍‌ସନ ଯୋଜନା ଅନ୍ତର୍ଗତ ୪୮ ଲକ୍ଷରୁ ଉର୍ଦ୍ଧ୍ୱ ହିତାଧିକାରୀ ଉପକୃତ ହେବେ ଏବଂ ଏଥିପାଇଁ ରାଜ୍ୟ ସରକାର ୧୪୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।ଏହାସହିତ ଶୀତ ପ୍ରବାହ ସମୟରେ କେହି ଯେପରି ଖୋଲା ସ୍ଥାନରେ ଅସହାୟ ଭାବରେ ନ ରୁହନ୍ତି, ସେଥିପ୍ରତି ବିଶେଷ ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିପାଇଁ ପଂଚାୟତିରାଜ ବିଭାଗ, ନଗର ଉନ୍ନୟନ ବିଭାଗ ତଥା ଜିଲ୍ଲାପାଳ ଓ ମ୍ୟୁନିସପାଲ କର୍ତୃପକ୍ଷମାନେ ତୁରନ୍ତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ସୂଚନାଯୋଗ୍ୟ ଯେ ପ୍ରତି ଦୁଇ ବର୍ଷରେ ଥରେ ରାଜ୍ୟ ସରକାର ପେନ୍ସନ ହିତାଧିକାରୀ ମାନଙ୍କୁ ଗ୍ରୀଷ୍ମ ଓ ଶୀତ ସହାୟତା ଯୋଗାଇ ଦେଇଆସିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ୩୦ ଓ ଡିସେମ୍ବର ୧, ଏହି ଦୁଇ ଦିନ ମଧ୍ୟରେ ସବୁ ହିତାଧିକାରୀ ଯେପରି ଏ ସହାୟତା ପାଇବେ, ସେଥିପାଇଁ ପଦକ୍ଷେପ ନିଆଯିବ ।
ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପିକେ ଜେନା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭିକେ ପାଣ୍ଡିଆନ ତଥା ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଓଡ଼ିଶା ଅଗ୍ନିଶମ ସେବା ସଂଶୋଧନ ବିଲ୍‌ ପାରିତ

ଓଡ଼ିଶା ଅଗ୍ନିଶମ ସେବା ସଂଶୋଧନ ବିଲ୍‌ ପାରିତ

Read More...

କେନ୍ଦ୍ରର ଘୋଷଣା: ୧୫ ବର୍ଷ ପୁରୁଣା ସରକାରୀ ଗାଡ଼ି ହଟିବ

କେନ୍ଦ୍ରର ଘୋଷଣା: ୧୫ ବର୍ଷ ପୁରୁଣା ସରକାରୀ ଗାଡ଼ି ହଟିବ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page