କ୍ରୀଡ଼ାବିତ୍‌ଙ୍କ ଭତ୍ତା ବଢ଼ିଲା

October 29, 2019, ଓଡ଼ିଶା, , Anupambharat News Bureau


କ୍ରୀଡ଼ାବିତ୍‌ଙ୍କ ଭତ୍ତା ବଢ଼ିଲା
Anupambharat News Bureau
October 29, 2019

ମଙ୍ଗଳବାର ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ କ୍ରୀଡା ହଷ୍ଟେଲରେ ଝିଅ ପିଲାଙ୍କ ପାଇଁ ମାସିକ ଭତ୍ତାକୁ ୨୦୦ ଟଙ୍କାରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ପୁଅ ପିଲା ମାନଙ୍କ ପାଇଁ ଭତ୍ତା ମାସିକ ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ।
ନ୍ୟାସନାଲ ସ୍ପୋର୍ଟସ୍‌ ଫେଡେରେସନ୍‌ ଦ୍ୱାରା ସ୍ୱୀକୃତି ପ୍ରାପ୍ତ ବା ତତୁଲ୍ୟ ସ୍ତରର କ୍ରୀଡା ପ୍ରତିଯୋଗିତାରେ ଭାଗ ନେବା ପାଇଁ ସହର ବାହାରକୁ ଯାଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଦୈନିକ ୩୦୦ ଟଙ୍କା ଦିଆଯିବ । ସେହିପରି ଜାତୀୟ ସ୍ତରର ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା କ୍ରୀଡାବିତ୍‌ଙ୍କୁ ଏକ ବର୍ଷ ପାଇଁ ମାସିକ ୧୦୦୦ ଟଙ୍କା ଏବଂ ରୌପ୍ୟ ଓ ବ୍ରୋ ପଦକ ହାସଲ କରିଥିବା କ୍ରୀଡାବିତ୍‌ ମାନଙ୍କୁ ମାସିକ ଯଥାକ୍ରମେ ୫୦୦ ଓ ୩୦୦ ଟଙ୍କା ଏକ ବର୍ଷ ପାଇଁ ଭତ୍ତା ଦିଆଯିବ । କ୍ରୀଡା ହଷ୍ଟେଲରେ ରହିଥିବା ଛାତ୍ର ଓ ଛାତ୍ରୀ ମାନେ ସେମାନଙ୍କ ମାସିକ ଭତ୍ତା ସହିତ ଏହି ଅତିରିକ୍ତ ଭତ୍ତା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଯଦି ମେଡାଲ ଜିତିଥିବା ଜଣେ କ୍ରୀଡାବିତ୍‌ ଏକ ଜାତୀୟ ରେକର୍ଡ ସୃଷ୍ଟି କରନ୍ତି ଏବଂ ସେହି ରେକର୍ଡ ଏକବର୍ଷ ମଧ୍ୟରେ ଭଙ୍ଗ ନହୁଏ, ତେବେ ସେହି କ୍ରୀଡାବିତଙ୍କୁ ଏକବର୍ଷ ପର୍ଯ୍ୟନ୍ତ ମାସିକ ୫୦୦୦ ଟଙ୍କା ଅତିରିକ୍ତ ଭତ୍ତା ଦିଆଯିବ ।
ଜାତୀୟ ଦଳରେ ଭାଗ ନେବା ପାଇଁ ମନୋନୀତ କ୍ରୀଡାବିତ୍‌ ମାନଙ୍କୁ ମଧ୍ୟ ଏକ ବର୍ଷ ପାଇଁ ମାସିକ ୧୦୦୦ ଟଙ୍କା ଲେଖାଏଁ ମିଳିବ । କ୍ରୀଡା ବିଭାଗର କୋଚ୍‌ ମାନଙ୍କ ପାଇଁ ସେମାନଙ୍କ ଛାତ୍ରଛାତ୍ରୀଙ୍କ ପାରଦର୍ଶିତା ଭିତିରେ କ୍ରୀଡା ବିଭାଗ ଏକ ସ୍ୱତନ୍ତ୍ର ଆର୍ଥିକ ପ୍ରୋତ୍ସାହନ ନୀତି ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ୫-ଟି କାର୍ଯ୍ୟକ୍ରମ ଅନୁଯାୟୀ, କ୍ରୀଡା ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀ ମାନଙ୍କର ବିଭିନ୍ନ ଆବଶ୍ୟକତା ସମ୍ପର୍କରେ ଆଲୋଚନା କରାଯାଇ ସେମାନଙ୍କ ଉତ୍ତମ ପ୍ରଦର୍ଶନ ପାଇଁ ଅଧିକ ସୁଯୋଗ ସୃଷ୍ଟି ଲକ୍ଷ୍ୟରେ ଭତ୍ତା ବୃଦ୍ଧି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ନଭେମ୍ବରରୁ ଅନୁଭୂତ ହେବ ଶୀତ

ନଭେମ୍ବରରୁ ଅନୁଭୂତ ହେବ ଶୀତ

Read More...

ଶାଢ଼ୀ ପିନ୍ଧିବାରୁ ଆସିଲା ବିବାହ ପ୍ରସ୍ତାବ

ଶାଢ଼ୀ ପିନ୍ଧିବାରୁ ଆସିଲା ବିବାହ ପ୍ରସ୍ତାବ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page