୨୬ରୁ ମାଟ୍ରିକ ଖାତା ଦେଖା ଆରମ୍ଭ

May 22, 2020, ଓଡ଼ିଶା, , Anupambharat News Bureau


୨୬ରୁ ମାଟ୍ରିକ ଖାତା ଦେଖା ଆରମ୍ଭ
Anupambharat News Bureau
May 22, 2020

ଭୁବନେଶ୍ୱର , ୨୧ା୫ (ଅନୁପମ ମିଡିଆ): ଆସନ୍ତା ମଇ ୨୬ ତାରିଖରୁ ମାଟ୍ରିକ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ । ତେବେ ଖାତା ଦେଖା ବେଳେ ସାମାଜିକ ଦୂରତ୍ୱ ଅବଲମ୍ବନ କରାଯିବ । ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ ରେଜଲଫ ବାହାରିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ବିଭାଗ ପକ୍ଷରୁ ଚିଠି ଲେଖି ଖାତାଦେଖା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କୋଭିଡ୍‌-୧୯ ଗାଇଡଲାଇନ୍‌ କୁ ପାଳନ କରି ଖାତାଦେଖା ଆରମ୍ଭ କରିବାକୁ ଚିଠିରେ କୁହାଯାଇଛି । ପ୍ରତି ମୂଲ୍ୟାୟନ କେନ୍ଦ୍ର ପାଇଁ ଜଣେ ନୋଡାଲ ଅଫିସର ଏବଂ ଜଣେ ଓଆରଏସ ଅଫିସର ନିୟୋଜିତ ହେବେ । ଗୁରୁବାର ଦିନ କଟକ ବୋର୍ଡ କାର୍ଯ୍ୟାଳୟରେ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଗଣଶିକ୍ଷା ମନ୍ତ୍ରୀ ଏନେଇ ସୂଚନା ଦେଇଛନ୍ତି ।ଉଲ୍ଲେଖ୍ୟଯୋଗ୍ୟ ଚଳିତ ବର୍ଷ କରୋନା ପାଇଁ ଖାତାଦେଖାରେ ବିଳମ୍ବ ହୋଇଛି ।
ଏହାପରେ ୨୦ ତାରିଖରୁ ମାଟ୍ରିକ ଖାତାଦେଖା ଆରମ୍ଭ ହେବ ବୋଲି ନିଷ୍ପତି ନିଆଯାଇଥିଲା । କି;ୁ ବାତ୍ୟା ଅମ୍ଫନ୍‌ ପାଇଁ ପୁଣି ଖାତା ଦେଖାକୁ ସ୍ଥଗିତ ରଖାଯାଇଥିଲା ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
 ସୀମିତ ସେବାୟତ କରାଇବେ ସ୍ନାନଯାତ୍ରା

ସୀମିତ ସେବାୟତ କରାଇବେ ସ୍ନାନଯାତ୍ରା

Read More...

ପଶ୍ଚିମବଙ୍ଗରେ ୭୨ ମୃତ

ପଶ୍ଚିମବଙ୍ଗରେ ୭୨ ମୃତ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page