ତ୍ୟାଗ, ସଂଯମ ଓ ଶୃଙ୍ଖଳା ମାର୍ଗକୁ ଆପଣାଅ: ନବୀନ

July 06, 2020, ଓଡ଼ିଶା, , Anupambharat News Bureau


ତ୍ୟାଗ, ସଂଯମ ଓ ଶୃଙ୍ଖଳା ମାର୍ଗକୁ ଆପଣାଅ: ନବୀନ
Anupambharat News Bureau
July 06, 2020

ଭୁବନେଶ୍ୱର, ୬ା୭(ଅନୁପମ ମିଡ଼ିଆ): ରାଜ୍ୟରେ କରୋନା ମହାମାରୀ ଉଗ୍ର ରୂପ ଧାରଣା କରିଚାଲିଛି । ଏହି ଯୁଦ୍ଧକୁ ଜିଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାତି ଆଠଟାରେ ତିନି ମନ୍ତ୍ର ପାଳନ କରିବାକୁ ଆହ୍ୱାନ ଜଣାଇଛନ୍ତି । କୋଭିଡ ଯୁଦ୍ଧ ଜିତିବାକୁ ହେଲେ ଆମକୁ ତ୍ୟାଗ, ସଂଯମ ଓ ଶୃଙ୍ଖଳାର ମାର୍ଗ ଆପଣେଇବାକୁ ହେବ ।
ଏ ତିନୋଟି ଅସ୍ତ୍ର ହିଁ କୋଭିଡ ଯୁଦ୍ଧରେ ଆମକୁ ବିଜୟ ଆଣିଦେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି । ସୋମବାର ଏକ ଭିଡିଓ ବାର୍ତ୍ତାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ସମୟରେ କିପରି ମହାପ୍ରଭୁଙ୍କ ଯାତ୍ରା,ନିୟମ ମାନି କରୁଛୁ ତା ଉପରେ ସାରା ବିଶ୍ୱ ନଜର ରଖିଥିଲା । ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ସଫଳ ହୋଇଛୁ । ଶୃଙ୍ଖଳାର ସହ କାମ କରି ସାରା ବିଶ୍ୱ ପାଇଁ ଉଦାହରଣ ସୃଷ୍ଟି କରିଛୁ । ମହାପ୍ରଭୁ ୪ ଦିନ ବଡଦାଣ୍ଡରେ ରହିଲେ । କି;ୁ ପୁରୀର ଜନସାଧାରଣ କୋଭିଡ ଗାଇଡଲାଇନ ମାନି, କେହି ଜଣେ ବି ରାସ୍ତାକୁ ଆସିନଥିଲେ । ସମସ୍ତେ ଘରେ ବସି ଟିଭିରେ ମହାପ୍ରଭୁଙ୍କ ଯାତ୍ରା ଦେଖିଲେ । ପୁରୀ ବାସୀଙ୍କ ଏହି ଶୃଙ୍ଖଳା ଓ ସଂଯମତାର ତୁଳନା ନାହିଁ ।
ସେମାନଙ୍କ ତ୍ୟାଗର ତୁଳନା ନାହିଁ । ତ୍ୟାଗ ହିଁ ସର୍ବଶ୍ରେଷ୍ଠ ଭକ୍ତି । ସମାଜର ମଙ୍ଗଳ ପାଇଁ ତ୍ୟାଗ ହିଁ ଭକ୍ତ ଓ ଭଗବାନଙ୍କ ସମ୍ପର୍କକୁ ଅଧିକ ନିବିଡ କରିଥାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପୁରୀ ଆଜି ସାରା ଦୁନିଆକୁ ବାଟ ଦେଖାଇଛି । କୋଭିଡ ଗାଇଡଲାଇନ ମାନି କିପରି କାମ କରିବାକୁ ହେବ ସେଥିପାଇଁ ପୁରୀ ପ୍ରେରଣା ଦେଇଛି । ମହାପ୍ରଭୁ ନିଜେ ବାହାରକୁ ଆସି ତ୍ୟାଗ, ସଂଯମ ଓ ଶୃଙ୍ଖଳାର ବାଟ ଦେଖାଇଲେ ବୋଲି ସେ କହିଥିଲେ ।
ଚଳିତ ବର୍ଷର ମହାପ୍ରଭୁଙ୍କ ରଥଯାତ୍ରା ଇତିହାସ ରଚିଛି । ବିନା ଭକ୍ତରେ ମହାପ୍ରଭୁଙ୍କ ରଥଯାତ୍ରାର ସମସ୍ତ ନୀତି ସୁରୁଖୁରୁରେ ଶେଷ ହୋଇଛି । ଏଥିପାଇଁ ସେବାୟତ ବନ୍ଧୁମାନଙ୍କୁ,ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ, ପୋଲିସ, ସ୍ୱାସ୍ଥ୍ୟ ବିଭାଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ସହିତ ରଜ୍ୟ ସରକାରଙ୍କର ସବୁ ବିଭାଗକୁ ତଥା ସର୍ବୋପରି ପୁରୀର ଜନସାଧାରଣଙ୍କୁ ଏବଂ କୋଟିକୋଟି ଜଗନ୍ନାଥ ପ୍ରେମୀଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି । ବର୍ତ୍ତମାନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ କୋଭିଡ୍‌ ଗାଇଡଲାଇନକୁ କଡ଼ାକଡ଼ି ପାଳନ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଅତି ଦରକାର ନହେଲେ ବାହାରକୁ ଯାଆ;ୁ ନାହିଁ । ବାହାରେ, ଅଫିସରେ, କର୍ମକ୍ଷେତ୍ରରେ ସବୁବେଳେ ମାସ୍କ ବ୍ୟବହାର କର;ୁ । ସାମାଜିକ ଦୂରତା ରକ୍ଷା କର;ୁ । ବାରମ୍ବାର ସାବୁନରେ ଭଲଭାବରେ ହାତ ଧୁଅ;ୁ । ଗହଳି କର;ୁ ନାହିଁ କିମ୍ବା ଗହଳିକୁ ଯାଆ;ୁ ନାହିଁ ।
ବୟସ୍କ ଲୋକ ଓ ଶିଶୁମାନଙ୍କର ବିଶେଷ ଯତ୍ନ ନିଅ;ୁ । ବିଶେଷ କରି ଯୁବ ସମାଜ କୋଭିଡ ନିୟମକୁ ଠିକ ଭାବରେ ପାଳନ କର;ୁ । ଯୁବ ସମାଜ ସଂକ୍ରମିତ ହେଲେ ବାପା, ମାଆ, ପରିବାର, ପିଲାମାନଙ୍କ ସଂକ୍ରମଣ ଆଶଙ୍କା ବଢିବ । ତେଣୁ କେବେବି ହେଳା କର;ୁ ନାହିଁ, ସତର୍କ ରୁହ;ୁ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ପ୍ରକାଶଥାଉକି ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ରୋକିବାକୁ ରାଜ୍ୟସରକାର ରାତିକାଳୀନ କର୍ଫୁ୍ୟ ସହ ଆନ୍ତଃଜିଲ୍ଲା ଏବଂ ଆନ୍ତଃରାଜ୍ୟ ଚଳାଚଳକୁ ବନ୍ଦ ରଖିଛନ୍ତି । ଏଥିସହିତ ପ୍ରତ୍ୟେକ ଜିଲ୍ଲାର ଜିଲ୍ଳାପାଳଙ୍କୁ କୋଭିଡ଼ ପରିଚାଳନା କ୍ଷେତ୍ରରେ ସ୍ୱତନ୍ତ୍ର କ୍ଷମତା ପ୍ରଦାନ କରିଛନ୍ତି । ଏହା ସତ୍ତେ୍ୱ ରାଜ୍ୟରେ କରୋନା ନଥମିବା ଏବଂ ଦିନକୁ ଦିନ ମୃତୁ୍ୟ ସଂଖ୍ୟା ବୃଦ୍ଧି ପାଇବା ଚିନ୍ତାର ବିଷୟ ହେବାରେ ଲାଗିଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
କେବଳ ନୂଆ ପଦବୀ ସୃଷ୍ଟି ଉପରେ କଟକଣା

କେବଳ ନୂଆ ପଦବୀ ସୃଷ୍ଟି ଉପରେ କଟକଣା

Read More...

ବିଜେଡ଼ି ବିଧାୟକ ବିଷ୍ଣୁ ଦାସଙ୍କ ଦେହାନ୍ତ

ବିଜେଡ଼ି ବିଧାୟକ ବିଷ୍ଣୁ ଦାସଙ୍କ ଦେହାନ୍ତ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page