କରୋନା ଦିନକରେ ନେଲା ୧୦ ମୁଣ୍ଡ ,ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ତିନି , ରାଜ୍ୟରେ ମୃତୁ୍ୟ ସଂଖ୍ୟା ୧୩୦କୁ ବୃଦ୍ଧି

July 25, 2020, ଓଡ଼ିଶା, , Anupambharat News Bureau


କରୋନା ଦିନକରେ ନେଲା ୧୦ ମୁଣ୍ଡ ,ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ତିନି , ରାଜ୍ୟରେ ମୃତୁ୍ୟ ସଂଖ୍ୟା ୧୩୦କୁ ବୃଦ୍ଧି
Anupambharat News Bureau
July 25, 2020

ଭୁବନେଶ୍ୱର, ୨୫ା୭(ଅନୁପମ ମିଡ଼ିଆ): ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ­ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୧୦ ଜଣ କରୋନା ସଂକ୍ରମିତଙ୍କର ମୃତୁ୍ୟ ଘଟିଛି । ଏହି ସଂଖ୍ୟା ପୂର୍ବରୁ ଦିନକୁ ପାଞ୍ଚରୁ ଛ’ ରହିଥିବା ବେଳେ ଆଜି ଦୁଇ ଅଙ୍କକୁ ଛୁଇଁଛି । ଫଳରେ ରାଜ୍ୟରେ କରୋନା ମୃତୁ୍ୟ ସଂଖ୍ୟା ୧୩୦କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ବିଭାଗ ଦ୍ୱାରା ଦିଆଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ତିନି ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ସୁନ୍ଦରଗଡ ଓ ବାଲେଶ୍ୱରର ୨-୨ ଜଣ ତଥା ଝାରସୁଗୁଡା, ଗଜପତି ଓ ରାୟଗଡା ଜିଲ୍ଲାରୁ ଜଣେ ଜଣେ ଅଛନ୍ତି ।
ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାର ୫୪ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତୁ୍ୟବରଣ କରିଛନ୍ତି । ସେ ମଧୁମେହ ରୋଗରେ ପୀଡିତ ଥିଲେ । ସେହିପରି ଏହି ଜିଲ୍ଲାର ଜଣେ ୬୦ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମଧ୍ୟ ମୃତୁ୍ୟବରଣ କରିଥିବା ସୂଚନା ଦିଆଯାଇଛି ।
ଗଜପତି ଜିଲ୍ଲାର ଜଣେ କରୋନା ସଂକ୍ରମିତ ୩୭ ବର୍ଷୀୟ ପୁରୁଷ ପୁରୁଷ ମୃତୁ୍ୟବରଣ କରିଛନ୍ତି । ସେ ଡାଇବେଟିସ ଓ ହାଇପର ଟେନସନ ରୋଗରେ ପୀଡିତ ଥିଲେ । ବାଲେଶ୍ୱର ଜିଲ୍ଲାର ଜଣେ ୩୭ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଛି । ସେହିପରି ଗଞ୍ଜାମ ଜିଲ୍ଲାର ୩୦ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଛି । ସେ ଡାଇବେଟିସ ଓ ହାଇପର ଟେନସନ ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷୀୟ ବୟସ୍କ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ଘଟିିଛି । ଝାରସୁଗୁଡା ଜିଲ୍ଲାର ୬୧ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଥିବା ବେଳେ ଗଞ୍ଜାମ ଜିଲ୍ଲାର ଆଉ ଜଣେ ୬୦ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତୁ୍ୟ ଘଟିଛି । ବାଲେଶ୍ୱର ଜିଲ୍ଲାର କରୋନା ଆକ୍ରାନ୍ତ ହୋଇଥିବା ଜଣେ ୬୦ ବର୍ଷୀୟା


ମହିଳାଙ୍କ ମୃତୁ୍ୟ ଘଟିଛି । ସେ ଡାଇବେଟିସ ଓ ମେଦ ବହୁଳତା ରୋଗରେ ପୀଡିତ ଥିଲେ । ରାୟଗଡା ଜିଲ୍ଲାର ଜଣେ ୪୭ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ରେକର୍ଡ଼ ନମୁନା ପରୀକ୍ଷା

ରେକର୍ଡ଼ ନମୁନା ପରୀକ୍ଷା

Read More...

ବୀଣାପାଣି ମହାନ୍ତିଙ୍କୁ ଅତିବଡ଼ି ସମ୍ମାନ

ବୀଣାପାଣି ମହାନ୍ତିଙ୍କୁ ଅତିବଡ଼ି ସମ୍ମାନ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page