ବ୍ରହ୍ମପୁରରେ ଆଉ ଦୁଇ କୋଭିଡ ହସ୍ପିିଟାଲ ଉଦ୍‌ଘାଟିତ: କୋଭିଡ ନିୟମକୁ ହାଲ୍‌କାରେ ନିଅ;ୁ ନାହିଁ: ମୁଖ୍ୟମନ୍ତ୍ରୀ

August 01, 2020, ଓଡ଼ିଶା, , Anupambharat News Bureau


ବ୍ରହ୍ମପୁରରେ ଆଉ ଦୁଇ କୋଭିଡ ହସ୍ପିିଟାଲ ଉଦ୍‌ଘାଟିତ:   କୋଭିଡ ନିୟମକୁ ହାଲ୍‌କାରେ ନିଅ;ୁ ନାହିଁ: ମୁଖ୍ୟମନ୍ତ୍ରୀ
Anupambharat News Bureau
August 01, 2020

ଭୁବନେଶ୍ୱର,୧ା୮(ଅନୁପମ ମିଡ଼ିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବ୍ରହ୍ମପୁରରେ ୧୫୦ ଲେଖାଏଁ ଶଯ୍ୟା ଥିବା ଦୁଇଟି କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ କରିଛନ୍ତି । ବ୍ରହ୍ମପୁରର କନିଷି ଠାରେ ଥିବା ଅମିତ୍‌ ହସ୍ପିଟାଲରେ କଟକର ଅଶ୍ୱିନୀ ହସ୍ପିଟାଲ ପକ୍ଷରୁ ଏହି ୧୫୦ ଶଯ୍ୟାବିଶିଷ୍ଟ କୋଭିଡ ହସ୍‌ପିଟାଲ ସ୍ଥାପନ କରାଯାଇଥିବାବେଳେ ଏଥିରେ ୨୪ଟି ଆଇସିୟୁ ବେଡ୍‌ ରହିଛି । ସେହିପରି ଏମକେସିଜି ହସ୍ପିଟାଲର ଶିଶୁ ୱାର୍ଡରେ ନୂଆ କୋଭିଡ ହସ୍ପିଟାଲ ଆରମ୍ଭ କରାଯାଇଛି । ଏଥିରେ ମଧ୍ୟ ୧୫୦ଟି ଶଯ୍ୟା ରହିଛି ଏବଂ ୨୪ଟି ଆଇସିୟୁ ବେଡ୍‌ ଅଛି । ପୂର୍ବରୁ ବ୍ରହ୍ମପୁରର ଶିତଳାପଲ୍ଲୀଠାରେ ଟାଟା କୋଭିଡ ହସ୍‌ ପିଟାଲରେ ଚିକିତ୍ସା ଜାରି ରହିଛି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଗଞ୍ଜାମ ଜିଲ୍ଲାରେ ସଂକ୍ରମଣ ହାର କ୍ରମାଗତ ଭାବରେ କମୁଛି । ଗଞ୍ଜାମରେ ଆରୋଗ୍ୟ ହାର ଜାତୀୟ ହାର ଠାରୁ ଅଧିକ ରହିଛି ଏବଂ ଜିଲ୍ଲାର ୮୫ ପ୍ରତିଶତ ଗ୍ରାମାଞ୍ଚଳ ସବୁଜ ଅଞ୍ଚଳରେ ରହିଛି । କି;ୁ ଯେପର୍ଯ୍ୟନ୍ତ ଟୀକା ବା ନିର୍ଦ୍ଦିଷ୍ଟ ଚିକିତ୍ସା ପଦ୍ଧତି ନ ବାହାରିଛି ଏହି ମହାମାରୀ ବିରୁଦ୍ଧରେ ଫଳପ୍ରଦ ଲଢେଇର ଏକମାତ୍ର ଉପାୟ ହେଉଛି ମାସ୍କର ବ୍ୟବହାର, ସାମାଜିକ ଦୂରତ୍ୱ ଓ ସରକାରଙ୍କ କୋଭିଡ ନିୟମାବଳୀର ପାଳନ । ଜନସାଧାରଣ କୋଭିଡ ନିୟମାବଳୀକୁ ହାଲକା ଭାବରେ ନ ନେଇ ଏହାର ଗୁରୁତ୍ୱକୁ ଭଲ ଭାବରେ ବୁଝ;ୁ । ନିଜର ଏବଂ ନିଜ ପରିବାରର ସୁରକ୍ଷା ଦୃଷ୍ଟିରୁ ସବୁ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଏହି ଅବସରରେ ନିବେଦନ କରିବା ସହ ଗହଳି ନ ଯିବା ପାଇଁ ପରାମର୍ଶ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନଲକ୍‌ ପରେ ଦେଶର ହଟସ୍ପଟ ଅଞ୍ଚଳରୁ ବହୁ ଲୋକ ଘରକୁ ଫେରିଛନ୍ତି । କୋଭିଡ ଯୋଦ୍ଧା ମାନଙ୍କର ତ୍ୟାଗ, ନିଷ୍ଠା ଏବଂ ଗଞ୍ଜାମର ଜନସାଧାରଣଙ୍କର ସହଯୋଗ ଯୋଗୁ ଗଞ୍ଜାମ ଜିଲ୍ଲା ଏହି ମହାମାରୀ ବିରୁଦ୍ଧରେ ସଫଳତାର ସହ ଲଢେଇ ଜାରି ରଖିଛି । ଏଥିପାଇଁ ଜିଲ୍ଲା ପ୍ରଶାସନକୁ ଏବଂ ଗଞ୍ଜାମର ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସାମାଜିକ ଦୂରତ୍ୱ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ଗୁରୁତ୍ୱ ଦେଇଥିଲେ । ବ୍ରହ୍ମପୁରର ଏହି ଦୁଇଟି ହସ୍ପିଟାଲ ଜିଲ୍ଲାର ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାରେ ସହାୟକ ହେବ ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଆଶାପ୍ରକାଶ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁରର ସାସଂଦ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ଯୋଗ ଦେଇଥିଲେ । ଗଞ୍ଜାମ ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ । ବ୍ରହ୍ମପୁର ମୁ୍ୟନିସ୍‌ପାଲ କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିଶନର, ଅତିରିକ୍ତ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଏବଂ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ପୁଣି ୧୦ ମୁଣ୍ଡ ନେଲା: ରାଜ୍ୟରେ ମୃତୁ୍ୟ ସଂଖ୍ୟା ୧୮୭କୁ ବୃଦ୍ଧି

ପୁଣି ୧୦ ମୁଣ୍ଡ ନେଲା: ରାଜ୍ୟରେ ମୃତୁ୍ୟ ସଂଖ୍ୟା ୧୮୭କୁ ବୃଦ୍ଧି

Read More...

ମାସ୍କ ନପିନ୍ଧିଲେ ପାଞ୍ଚ ହଜାର ଜରିମାନା

ମାସ୍କ ନପିନ୍ଧିଲେ ପାଞ୍ଚ ହଜାର ଜରିମାନା

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page