ସହିଦ୍‌ କୋଭିଡ ଯୋଦ୍ଧା ସ୍ମୃତିରେ ନୀରବ ପ୍ରାର୍ଥନା

August 04, 2020, ଓଡ଼ିଶା, , Anupambharat News Bureau


ସହିଦ୍‌ କୋଭିଡ ଯୋଦ୍ଧା ସ୍ମୃତିରେ ନୀରବ ପ୍ରାର୍ଥନା
Anupambharat News Bureau
August 04, 2020

ଭୁବନେଶ୍ୱର, ୪ା୮(ଅନୁପମ ମିଡ଼ିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସହିଦ କୋଭିଡ ଯୋଦ୍ଧାଙ୍କ ପରିବାର ଯେପରି ସହାୟତା ପାଇବାରେ ଅସୁବିଧାର ସମ୍ମୁଖୀନ ନହୁଅନ୍ତି, ସେଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯେଉଁ କୋଭିଡ ଯୋଦ୍ଧାମାନେ କୋଭିଡ ଯୁଦ୍ଧରେ ପ୍ରାଣବଳି ଦେଇଛନ୍ତି, ସେମାନଙ୍କୁ ସମସ୍ତ ପ୍ରାପ୍ୟ ପ୍ରଦାନ କରିବା ପାଇଁ ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ ଓ ସେମାନଙ୍କ ବିଭାଗ ଦାୟିତ୍ୱରେ ରହିବେ । ଏ କ୍ଷେତ୍ରରେ ସାମାନ୍ୟତମ ଅବହେଳାକୁ ମଧ୍ୟ ବରଦାସ୍ତ କରିବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କୋଭିଡ ହସ୍‌ପିଟାଲ ଓ କୋଭିଡ କେୟାର ହୋମ୍‌ରେ ପ୍ରଦାନ କରାଯାଉଥିବା ସମସ୍ତ ଚିକିତ୍ସା ଓ ସେବାର ମାନ ଉପରେ ସମସ୍ତେ ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହାସହିତ ଆମ୍ବୁଲାନ୍‌ସ ବ୍ୟବସ୍ଥାରେ ମଧ୍ୟ ଉନ୍ନତି ଆଣିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ।ଏବେ ବି ମଧ୍ୟ ଗୃହ ସଂଗରୋଧ ସଂପର୍କରେ ବିଭିନ୍ନ ପ୍ରକାର ଭ୍ରାନ୍ତଧାରଣା ଲୋକଙ୍କ ମନରେ ରହୁଛି । ତେଣୁ ଏଥିପାଇଁ ଏକ ପ୍ରଭାବୀ ସୂଚନା, ମନୋରଞ୍ଜନ ଓ ସଞ୍ଚାର କାର୍ଯ୍ୟକ୍ରମର ଆବଶ୍ୟକତା ରହିଛି । ଏହାକୁ ସର୍ବାଧିକ ପ୍ରାଥମିକତା ଦେବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ପର୍ଯ୍ୟବେକ୍ଷକମାନେ ଜିଲ୍ଲା ଅଧିକାରୀମାନଙ୍କ ସହିତ କୋଭିଡ ଯୁଦ୍ଧରେ ସମ୍ପୂର୍ଣ୍ଣ ଭାବେ ସାମିଲ ହୋଇ କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଛନ୍ତି ।ଆସନ୍ତାକାଲି ରାଜ୍ୟରେ କୋଭିଡ ରୋଗରୁ ଆରୋଗ୍ୟ ଲାଭ କରିଥିବା ଲୋକଙ୍କ ସଂଖ୍ୟା ୨୫ ହଜାର ଅତିକ୍ରମ କରିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । କୋଭିଡ ଯୋଦ୍ଧାଙ୍କ ତ୍ୟାଗ ଓ ନିଷ୍ଠାପର କାର୍ଯ୍ୟକୁ ସମ୍ମାନ ଜଣାଇବା ପାଇଁ ଆସନ୍ତାକାଲି ଏକ କାର୍ଯ୍ୟକ୍ରମର ଆୟୋଜନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।ଏହି କାର୍ଯ୍ୟକ୍ରମର ଦୁଇଟି ଅଂଶ ରହିବ । ତାହା ହେଲା କୋଭିଡ ଯୁଦ୍ଧରେ ପ୍ରାଣବଳି ଦେଇଥିବା କୋଭିଡ ଯୋଦ୍ଧାମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଓ ନୀରବ ପ୍ରାର୍ଥନା ଏବଂ ଓଡିଶାର ଜନସାଧାରଣଙ୍କ ଦ୍ୱାରା ଶପଥ ପାଠ । ଏଥିରେ କୋଭିଡ ଯୋଦ୍ଧାଙ୍କ କାର୍ଯ୍ୟକୁ ଉଚ୍ଚପ୍ରଶଂସା ସହିତ ସେମାନଙ୍କ କାର୍ଯ୍ୟରେ ସହଯୋଗ ଏବଂ ଲୋକଙ୍କ ଜୀବନର ସୁରକ୍ଷା ପାଇଁ ଜାରି ହୋଇଥିବା ସମସ୍ତ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ଶପଥ କରାଯିବ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଟପ୍‌ ୧୦ରେ ଦୁୁଇ ଓଡିଆ

ଟପ୍‌ ୧୦ରେ ଦୁୁଇ ଓଡିଆ

Read More...

୯ ଯାଏଁ ପୁରା ଓଡ଼ିିଶା ଭିଜିବ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

୯ ଯାଏଁ ପୁରା ଓଡ଼ିିଶା ଭିଜିବ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page