୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

August 05, 2020, ଓଡ଼ିଶା, , Anupambharat News Bureau


୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
Anupambharat News Bureau
August 05, 2020

ଭୁବନେଶ୍ୱର,୫ା୮(ଅନୁପମ ମିଡ଼ିଆ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ େୱଲ ମାର୍କ୍‌ ଲୋ ପ୍ରେସର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଓଡ଼ିଶା ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଫଳରେ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ । ଲଘୁଚାପ ଫଳରେ ଓଡ଼ିିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀବାୟୁ ସକ୍ରିୟ ରହିଛି । ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ବର୍ଷା ଜାରୀ ରହିଥିବା ବେଳେ ଉତ୍ତର , ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହି ସମୟରେ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ପାଣିପାଗ କେନ୍ଦ୍ର ସମ୍ପୃକ୍ତ ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଏହି ଜିଲ୍ଲା ଗୁଡିକ ହେଲା ବରଗଡ, ଝାରସୁଗୁଡା, ସମ୍ବଲପୁର,ଦେବଗଡ, ସୁନ୍ଦରଗଡ, ନୂଆପଡା,ବଲାଙ୍ଗୀର , ସୋନପୁର , ବୌଦ୍ଧ ଓ ଅନୁଗୁଳ । ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳ ଗୁଡିକରେ ପାଣି ଭରିଯିବାର ସମ୍ଭାବନା ରହିଛି । ସେହିପରି କଳାହାଣ୍ଡି, ନବରଙ୍ଗପୁର, କଟକ,ଢେଙ୍କାନାଳ , ଖୋର୍ଦ୍ଧା, ଯାଜପୁର,କେନ୍ଦ୍ରାପଡା, ଭଦ୍ରକ, ଜଗତସିଂହପୁର, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ କେନ୍ଦ୍ର ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
କରୋନା ଆର୍ଥିକ ପ୍ୟାକେଜର ଦ୍ୱିତୀୟ କିସ୍ତି:  କେନ୍ଦ୍ରର ୮୯୦.୩୨ କୋଟି

କରୋନା ଆର୍ଥିକ ପ୍ୟାକେଜର ଦ୍ୱିତୀୟ କିସ୍ତି: କେନ୍ଦ୍ରର ୮୯୦.୩୨ କୋଟି

Read More...

ଆମାଜନ୍‌,ଫ୍ଳିପ୍‌କାର୍ଟ ବିକି୍ର ମଧ୍ୟରାତ୍ରୀରୁ ଆରମ୍ଭ

ଆମାଜନ୍‌,ଫ୍ଳିପ୍‌କାର୍ଟ ବିକି୍ର ମଧ୍ୟରାତ୍ରୀରୁ ଆରମ୍ଭ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page