୧୧ ଯାଏଁ ବର୍ଷା ଆଶଙ୍କା

August 07, 2020, ଓଡ଼ିଶା, , Anupambharat News Bureau


୧୧ ଯାଏଁ ବର୍ଷା ଆଶଙ୍କା
Anupambharat News Bureau
August 07, 2020

ଭୁବନେଶ୍ୱର, ୭ା୮(ଅନୁପମ ମିଡ଼ିଆ): ଶନିବାରଠାରୁ ଆଗାମୀ ୧୧ ତାରିଖ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ । ସେହିପରି ଆସନ୍ତା ୪୮ଘଣ୍ଟା ମଧ୍ୟରେ ରାଜ୍ୟର ତିନୋଟି ଜିଲ୍ଲାରେ ପ୍ରବଳ ବର୍ଷା ଓ ଦଶରୁ ଊର୍ଦ୍ଧ୍ୱ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି । ଜଗତସିଂହପୁର, ପୁରୀ, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ଅନୁମାନ କରାଯାଇଛି । କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତା ୯ରୁ ୧୦ ମଧ୍ୟରେ କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, ଗଞ୍ଜାମ, ନୂଆପଡ଼ା, ରାୟଗଡ଼ା,ଗଜପତି, ପୁରୀ, ବରଗଡ଼, ସୋନପୁର ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିରେ ୧୦ରୁ ୧୧ତାରିଖ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, କୋରାପୁଟ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ନୟାଗଡ଼, ନବରଙ୍ଗପୁର, ଗଞ୍ଜାମ, ମାଲକାନଗିରି, ପୁରୀ, ଖୋର୍ଦ୍ଧା, ସୋନପୁର, ସମ୍ବଲପୁର ଓ ଅନୁଗୁଳ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ରୁ ୧୨ ତାରିଖ ଯାଏଁ ବରଗଡ଼, ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ମାଲକାନଗିରି ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ରାଜ୍ୟରେ ଆଉ ଛ’ଟି ନୂଆ ଥାନା

ରାଜ୍ୟରେ ଆଉ ଛ’ଟି ନୂଆ ଥାନା

Read More...

କ୍ରାସ ଲ୍ୟାଣ୍ଡିଂ, ଏୟାର ଇଣ୍ଡିଆ ବିମାନ ଦିଖଣ୍ଡ ଦୁଇ ପାଇଲଟଙ୍କ ସମେତ ୧୫ ମୃତ

କ୍ରାସ ଲ୍ୟାଣ୍ଡିଂ, ଏୟାର ଇଣ୍ଡିଆ ବିମାନ ଦିଖଣ୍ଡ ଦୁଇ ପାଇଲଟଙ୍କ ସମେତ ୧୫ ମୃତ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page