ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ୱତନ୍ତ୍ର ଆଇନ୍‌: ନବୀନ

December 03, 2020, ଓଡ଼ିଶା, , Anupambharat News Bureau


ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ୱତନ୍ତ୍ର ଆଇନ୍‌: ନବୀନ
Anupambharat News Bureau
December 03, 2020


ଭୁବନେଶ୍ୱର, ୨ା୧୨(ଅନୁପମ ମିଡ଼ିଆ): ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ପାଇଁ ଖୁବ୍‌ ଶୀଘ୍ର ସ୍ୱତନ୍ତ୍ର ଆଇନ୍‌ ପ୍ରଣୟନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ବୁଧବାର ଅପରାହ୍ନରେ ଏକାମ୍ରକ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିବା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ,ପୁରୀ ଶ୍ରୀମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ସ୍ୱତନ୍ତ୍ର ଆଇନ୍‌ ଦ୍ୱାରା ପରିଚାଳିତ ହେବ । ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିର ସିଂହଦ୍ୱାରକୁ ଯାଇ ସେଠାରୁ ମହାପଭୁଙ୍କୁ ପ୍ରଣାମ ଜଣାଇଥିଲେ ଏବଂ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ । ବର୍ତ୍ତମାନ ସରକାର ଅମଳରେ ବିନ୍ଦୁସାଗର ଠାରୁ ଆରମ୍ଭ କରି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ଅନେକ ବିକାଶ କାର୍ଯ୍ୟ ହୋଇଥିବାରୁ ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଥିଲେ । ପରେ ମୁଖ୍ୟମନ୍ତ୍ରୀ ଦେବୀ ପାଦହରା ପୁଷ୍କରିଣୀ ବୁଲି ଦେଖିବା ସହ ବିନ୍ଦୁସାଗର ମଠଘାଟ ଠାରେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ । ଏକାମ୍ରକ୍ଷେତ୍ର ପ୍ରକଳ୍ପ ପାଇଁ ଜମି ଦାନ କରିଥିବା ବ୍ୟକ୍ତି ମାନଙ୍କୁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଥିଲେ ଏବଂ ପ୍ରକଳ୍ପ କାର୍ଯ୍ୟ ଆଗକୁ ନେବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହିତ ଅଧିକ ପର୍ଯ୍ୟଟକଙ୍କୁ ସେଠାକୁ ଆକର୍ଷିତ କରିବାରେ ଏହି ଯୋଜନା ଏକ ସଫଳ ଉଦ୍ୟମ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ, ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ, ପୂର୍ତ୍ତ ସଚିବ କିଷନ କୁମାର, ବିଏମ୍‌ସି କମିଶନର ପ୍ରେମଚାନ୍ଦ ଚୌଧୁରୀ ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଛି । ଐତିହ୍ୟ ନଗରୀ ଭୁବନେଶ୍ୱରର ଗରିମାକୁ ଆହୁରି ବୃଦ୍ଧି କରିବା ସହିତ ଏହାକୁ ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଭାବରେ ବିକଶିତ କରିବା ଏବଂ ଭକ୍ତ ଓ ପର୍ଯ୍ୟଟକ ମାନଙ୍କ ପାଇଁ ଏକ ଅନନ୍ୟ ଆଧ୍ୟାତ୍ମିକ ଅନୁଭବ ପ୍ରଦାନ କରିବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସମସ୍ତ ଜରୁରୀ ପାଇଁ ଗୋଟିଏ ନମ୍ବର ‘୧୧୨’

ସମସ୍ତ ଜରୁରୀ ପାଇଁ ଗୋଟିଏ ନମ୍ବର ‘୧୧୨’

Read More...

ବ୍ରହ୍ମୋସ ସୁପରସୋନିକ୍‌ କ୍ରୁଜ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବ୍ରହ୍ମୋସ ସୁପରସୋନିକ୍‌ କ୍ରୁଜ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page