୨୧ରେ ଆସୁଛନ୍ତି ରାଷ୍ଟ୍ରପତି

March 15, 2021, ଓଡ଼ିଶା, , Anupambharat News Bureau


୨୧ରେ ଆସୁଛନ୍ତି ରାଷ୍ଟ୍ରପତି
Anupambharat News Bureau
March 15, 2021


ଭୁବନେଶ୍ୱର, ୧୫ା୩(ଅନୁପମ ମିଡ଼ିଆ): ­ ଆସନ୍ତା ୨୧ ତାରିଖରେ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହି ଅବସରରେ ସୋମବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ରାଜ୍ୟ ଲୋକସେବା ଭବନ ସଭାଗୃହଠାରେ ଆୟୋଜିତ ଏହି ବୈଠକରେ ଗୃହ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ସନ୍ତୋଷ ବାଲା ରାଷ୍ଟ୍ରପତିଙ୍କ ଆଗମନ ସମ୍ବନ୍ଧିତ ପ୍ରାପ୍ତ ସୂଚନା ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ । ରାଷ୍ଟ୍ରପତିଙ୍କ ପାଖକୁ ଯିବାକୁ ଥିବା ସମସ୍ତ ଅଧିକାରୀ, କର୍ମଚାରୀ ଏବଂ ସେବା ଯୋଗାଣକାରୀଙ୍କର ଆରଟିପିସିଆର ପ୍ରକ୍ରିୟାରେ କୋଭିଡ଼-୧୯ ପରୀକ୍ଷା ନିଶ୍ଚିତ କରାଇବା ପାଇଁ ମୁଖ୍ୟ ଶାସନ ସଚିବ ମହାପାତ୍ର ସ୍ୱାସ୍ଥ୍ୟ ବିଭାଗ ଏବଂ ସମ୍ପୃ୍‌କ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ରାଉରକେଲାରେ ହେବାକୁ ଥିବା ଏନଆଇଟି ସମାବର୍ତ୍ତନ ଉତ୍ସବରେ ମଞ୍ଚରେ ବସିବାକୁ ଥିବା ଅତିଥି, ଶିକ୍ଷାବିତ ଏବଂ ମଞ୍ଚ ଉପରୁ କୌଣସି ପ୍ରକାର ପ୍ରମାଣପତ୍ର ବା ଡିଗ୍ରୀ ଆଦି ଗ୍ରହଣ କରୁଥିବା ଛାତ୍ରଛାତ୍ରୀ ମାନଙ୍କର କୋଭିଡ଼ ଟେଷ୍ଟ କରାଇବା ପାଇଁ ମଧ୍ୟ ଶମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ବିମାନ ବନ୍ଦର, ଗସ୍ତକାଳ ଏବଂ ରହଣୀ ଆଦି ସମୟରେ ବିଭିନ୍ନ ସେବା ଯୋଗାଇବାକୁ ଉଦ୍ଦିଷ୍ଟ ଅଧିକାରୀ, ଗାଡ଼ିଚାଳକ ଏବଂ କର୍ମଚାରୀ ମାନଙ୍କର କୋଭିଡ଼୍‌ ଟେଷ୍ଟ କରାଇବାକୁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ପ୍ରାପ୍ତ ସୂଚନାରୁ ଜଣାପଡ଼ିଛି ଯେ, ରାଷ୍ଟ୍ରପତି ଆସନ୍ତା ୨୧ ତାରିଖ ଦିନ ରାଉରକେଲାସ୍ଥିତ ଜାତୀୟ ବୈଷୟିକ ପ୍ରତିଷ୍ଠାନର ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ସେହି ଦିନ ରାଉରକେଲା ଇସ୍ପାତ୍‌ କାରଖାନାର ସୁପର ସ୍ପେସାଲିଟି ଡାକ୍ତରଖାନା ଉଦ୍‌ଘାଟନ କରିବେ । ପରଦିନ ରାଷ୍ଟ୍ରପତି ଶ୍ରୀକ୍ଷେତ୍ର ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ଏବଂ ପରେ ପରେ କୋଣାର୍କ ମନ୍ଦିର ପରିଦର୍ଶନ କରିବେ । ପୋଲିସ ଡ଼ିଜି ଅଭୟ କୁମାର ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଂଜୀବ୍‌ ଚୋପ୍ରାଙ୍କ ସମେତ ସମ୍ପୃକ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଝାରସୁଗୁଡ଼ା, ଖୋର୍ଦ୍ଧା ଓ ପୁରୀ ଆଦି ଜିଲ୍ଲାର ଜିଲ୍ଲାପାଳ ଏନଆଇଟି ଏବଂ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟର ବରିଷ୍ଠ ଅଧିକାରୀମାନେ ଭିଡ଼ିଓକନଫରେନ୍ସିଂ ମାଧ୍ୟମରେ ଆବଶ୍ୟକୀୟ ତଥ୍ୟ ଉପସ୍ଥାପନ କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
କୃଷି ଓଡ଼ିଶା ଉଦ୍‌ଘାଟିତ

କୃଷି ଓଡ଼ିଶା ଉଦ୍‌ଘାଟିତ

Read More...

ବିଏମସିର ବର୍ଦ୍ଧିତ ହୋଲଡିଂ ଟ୍ୟାକ୍ସ ସ୍ଥଗିତ

ବିଏମସିର ବର୍ଦ୍ଧିତ ହୋଲଡିଂ ଟ୍ୟାକ୍ସ ସ୍ଥଗିତ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page