ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ସମୀକ୍ଷା: ଫେରିବେ ପ୍ରବାସୀ, ପ୍ରସ୍ତୁତ ରୁହ

April 20, 2021, ଓଡ଼ିଶା, , Anupambharat News Bureau


ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ସମୀକ୍ଷା:  ଫେରିବେ ପ୍ରବାସୀ, ପ୍ରସ୍ତୁତ ରୁହ
Anupambharat News Bureau
April 20, 2021


ଭୁବନେଶ୍ୱର,୨୦ା୪(ଅନୁପମ ମିଡ଼ିଆ): କରୋନା ଯୋଗୁଁ ଦେଶର ବିଭିନ୍ନ ସହରରେ ଲକ୍‌ ଡାଉନ୍‌, ସଟ୍‌ଡାଉନ୍‌ ଲାଗୁ ହେଉଥିବାରୁ ପ୍ରବାସୀ ଶ୍ରମିକମାନେ ଘରକୁ ଫେରିପାରନ୍ତି । ସେଥିପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଅମ୍ଳଯାନ ବ୍ୟବସ୍ଥା ଓ ଅଧିକ ସଂଖ୍ୟକ ଶଯ୍ୟାର ବନ୍ଦୋବସ୍ତ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି । ମଙ୍ଗଳବାର କୋଭିଡ୍‌ ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, କୋଭିଡର ଦ୍ୱିତୀୟ ଲହରରେ ବିଭିନ୍ନ ରାଜ୍ୟ ଓ ସହର ମାନଙ୍କରେ ସ୍ୱାସ୍ଥ୍ୟ ବ୍ୟବସ୍ଥା ଗୁରୁତର ଚାପରେ ରହିଛି । ଓଡିଶାରେ ମଧ୍ୟ ଗତ କିଛି ଦିନ ଧରି କୋଭିଡ ସଂଖ୍ୟାରେ ବୃଦ୍ଧି ହେଉଛି । ଆମର ପୂର୍ବ ପ୍ରସ୍ତୁତି ଓ ଆଗୁଆ ପଦକ୍ଷେପ ଯୋଗୁ ଆମେ ଅନେକ ମାତ୍ରାରେ ପରିସ୍ଥିତିକୁ ଏ ପର୍ଯ୍ୟନ୍ତ ଠିକ୍‌ ଭାବରେ ପରିଚଳିତ କରିପାରିଛୁ । ତେବେ ଆମକୁ ସବୁଠାରୁ ଖରାପ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ହେବ ଏବଂ ସମସ୍ତ ରୋଗୀ ଯେପରି ସମ୍ମାନର ସହିତ ଚିକିତ୍ସା ପାଇବେ, ଏବଂ ପ୍ରତ୍ୟେକ ଜୀବନକୁ ଆମେ ଯେପରି ବଂଚାଇପାରିବା, ସେଥିପାଇଁ ଆମକୁ ସମସ୍ତ ପ୍ରକାର ଉଦ୍ୟମ କରିବା ଆବଶ୍ୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମେ ବର୍ତ୍ତମାନ ସବୁଠାରୁ ଗମ୍ଭୀର ପରିସ୍ଥିତିର ସାମ୍‌ନା କରୁଛୁ । ତେଣୁ ଆମେ ଯଦି ସମସ୍ତେ ଦାୟିତ୍ୱବାନ ହୋଇ ପରିସ୍ଥିତିର ମୁକାବିଲା କରିବା, ତେବେ ଆମ ନିଶ୍ଚିତ ଭାବରେ ଏ ପରିସ୍ଥିତିରୁ ସଫଳ ଭାବେ ବାହାରି ପାରିବା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀ ଓ ଜିଲ୍ଲାପାଳଙ୍କୁ କୋଭିଡ ପରିସ୍ଥିତିର ମୁକାବିଲା ପାଇଁ ଏକ ୬ ସୂତ୍ରୀ ପରାମର୍ଶ ଦେଇଛନ୍ତି । ସାରା ରାଜ୍ୟରେ କୋଭିଡ ହସ୍ପିଟାଲ ଗୁଡିକରେ ଶଯ୍ୟା ସଂଖ୍ୟା ବୃଦ୍ଧି ସହିତ ଅଧିକ କୋଭିଡ କେୟାର ସେଣ୍ଟର ସ୍ଥାପନ, ଯେତେଦୂର ସମ୍ଭବ ସର୍ବାଧିକ ସଂଖ୍ୟାରେ ଶଯ୍ୟା ଗୁଡିକରେ ଅକ୍ସିଜେନ ବ୍ୟବସ୍ଥା ରଖାଯାଉ ଏବଂ ହସ୍ପିିଟାଲ ଗୁଡିକରେ ଏଥିପାଇଁ ସମସ୍ତ ଆବଶ୍ୟକ ଉପକରଣକୁ ପ୍ରାଥମିକତା ଭିତ୍ତିରେ ଉପଲବ୍ଧ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମେଡିସିନ୍‌ ଷ୍ଟକ୍‌ ଯଥେଷ୍ଟ ରହିଛି, ତଥାପି ଆଗକୁ ଅଧିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଔଷଧର ଏକ ବଫର ଷ୍ଟକ୍‌ ରଖାଯାଉ । ଆଇଇସି ଅଭିଯାନରେ ଅଧିକ ଉନ୍ନତି ଅଣାଯିବା ଉପରେ ଗୁରୁତ୍ୱ । ଜନସାଧାରଣ ଦ୍ୱିତୀୟ ଲହରର ଭୟାବହତା ସମ୍ପର୍କରେ ସଚେତନ ହେବା ଜରୁରୀ । ଅନ୍ୟ ରାଜ୍ୟରେ ଯେଉଁଠାରେ କୋଭିଡ ପରିସ୍ଥିତି ସାଂଘାତିକ ରହିଛି, ସେଠାରୁ ପ୍ରବାସୀମାନେ ଆସିବାର ସମ୍ଭାବନା ଅଛି । ତେଣୁ ଏଥିପାଇଁ ଜିଲ୍ଲାପାଳମାନେ ପ୍ରସ୍ତୁତ ରହିବା ଆବଶ୍ୟକ । ପୂର୍ବରୁ ଯେଉଁ ପ୍ରୋଟୋକଲ୍‌ ଅନୁଯାୟୀ ପ୍ରବାସୀଙ୍କ ଆଗମନ ପରିଚାଳନା କରାଯାଉଥିଲା, ତାକୁ ବର୍ତ୍ତମାନର ଡାଟାବେସ୍‌ ଅନୁଯାୟୀ ପୁନର୍ବାର କାର୍ଯ୍ୟକାରୀ କରିବା ସହ ପ୍ରବାସୀମାନଙ୍କ ପାଇଁ ଟେଷ୍ଟିଂ ଓ ସଂଗରୋଧର ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟରେ କୋଭିଡ ମୁକାବିଲାକୁ ଜୋରଦାର କରାଯିବ । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପିକେ ମହାପାତ୍ର ଦେଶର କୋଭିଡ ପଜିଟିଭ ସଂଖ୍ୟାର ୧.୮୩ ପ୍ରତିଶତ ଏବେ ଓଡିଶାର ବୋଲି କହିଥିଲେ । ରାଜ୍ୟରେ ଏବେ ସୁସ୍ଥତା ହାର ୯୨.୧୦ ପ୍ରତିଶତ ରହିଛି । ବିଭିନ୍ନ ଜିଲ୍ଲା ମାନଙ୍କରେ କୋଭିଡ ପରିସ୍ଥିତିର ମୁକାବିଲା ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସେ ମୁଖ୍ୟତଃ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଶେଷ ବିକଳ୍ପ ଲକ୍‌ଡ଼ାଉନ୍‌: ମୋଦି

ଶେଷ ବିକଳ୍ପ ଲକ୍‌ଡ଼ାଉନ୍‌: ମୋଦି

Read More...

ଡିଏଲ ଓ ଲର୍ଣ୍ଣିିଂ ଟେଷ୍ଟ ବାତିଲ

ଡିଏଲ ଓ ଲର୍ଣ୍ଣିିଂ ଟେଷ୍ଟ ବାତିଲ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page