ଆଜିଠୁ ବର୍ଷା ସହ ବଜ୍ରପାତ ଆଶଙ୍କା

June 06, 2021, ଓଡ଼ିଶା, , Anupambharat News Bureau


ଆଜିଠୁ ବର୍ଷା ସହ ବଜ୍ରପାତ ଆଶଙ୍କା
Anupambharat News Bureau
June 06, 2021


ଭୁବନେଶ୍ୱର,୬ା୬(ଅନୁପମ ମିଡ଼ିଆ): ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଜୁନ ୭ରୁ ୮ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା,ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର,ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ୮ ତାରିଖ ପରେ ବର୍ଷାର ପରିମାଣ ବୃଦ୍ଧିପାଇବ । ୮ରୁ ୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର,ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର,ମୟୁରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବାଲେଶ୍ୱର ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ କୋରାପୁଟ , ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ବ୍ୟତୀତ ୯ରୁ ୧୦ ତାରିଖ ମଧ୍ୟରେ ବାଲେଶ୍ୱର , ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡା ଓ ଜଗତସିଂହପୁର ଏବଂ ୧୦ରୁ ୧୧ ତାରିଖ ମଧ୍ୟରେ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ମୟୂରଭଞ୍ଜ, ଢେଙ୍କାନାଳ, ପୁରୀ , ଗଞ୍ଜାମ , କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଜିଠୁ ବର୍ଷା ସହ ବଜ୍ରପାତ ଆଶଙ୍କା

ଆଜିଠୁ ବର୍ଷା ସହ ବଜ୍ରପାତ ଆଶଙ୍କା

Read More...

କାଳବୈଶାଖୀ ସମ୍ଭାବନା

କାଳବୈଶାଖୀ ସମ୍ଭାବନା

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page