ଶୀଘ୍ର ଓଡ଼ିଶା ଛୁଇଁବ ମୌସୁମୀ

June 08, 2021, ଓଡ଼ିଶା, , Anupambharat News Bureau


ଶୀଘ୍ର ଓଡ଼ିଶା ଛୁଇଁବ ମୌସୁମୀ
Anupambharat News Bureau
June 08, 2021


ଭୁବନେଶ୍ୱର, ୮ା୬(ଅନୁପମ ମିଡ଼ିଆ): ଉତ୍ତର ବଙ୍ଗୋପସାଗରରେ ଏବଂ ତତସଂଲଗ୍ନ ଅଞ୍ଚଳରେ ଆସନ୍ତା ୧୧ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି । ଏଥିସହ ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ୨-୩ ଦିନ ମଧ୍ୟରେ ଓଡିଶାର କିଛି ଅଂଶକୁ ଛୁଇଁପାରେ । ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରୁ ୧୪ ତାରିଖ ମଧ୍ୟର ରାଜ୍ୟ କିଛି ଭାଗରେ ବର୍ଷା , କିଛି ସ୍ଥାନରେ ପ୍ରବଳରୁ ଅତି ପବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ଦୁଇ ଦିନ ମଧ୍ୟରେ କେତେକ ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ବଜ୍ରପାତ ହେବା ସମୟରେ ଲୋକମାନେ ସୁରକ୍ଷିତ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ଏଥିସହ ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନେ ୧୦ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି । ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା,କୋରାପୁଟ, ମାଲକାନଗିରି, ବୌଦ୍ଧ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି । ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବୋହିପାରେ । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୯ରୁ ୧୦ ତାରିଖ ମଧ୍ୟରେ କେନ୍ଦୁଝର , ମୟୂରଭଞ୍ଜ , ବାଲେଶ୍ୱର, ଭଦ୍ରକ, ନବରଙ୍ଗପୁର, କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ସହ ବାଲେଶ୍ୱର , ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ତୃତୀୟ ଲହର ମୁକାବିଲା ପ୍ରସ୍ତୁତି ଆରମ୍ଭ :  ଶିଶୁଙ୍କ ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ତୃତୀୟ ଲହର ମୁକାବିଲା ପ୍ରସ୍ତୁତି ଆରମ୍ଭ : ଶିଶୁଙ୍କ ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

Read More...

ଉଠାଦୋକାନୀଙ୍କ ପାଇଁ ୨୬ କୋଟିର ପ୍ୟାକେଜ

ଉଠାଦୋକାନୀଙ୍କ ପାଇଁ ୨୬ କୋଟିର ପ୍ୟାକେଜ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page