୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

June 17, 2021, ଓଡ଼ିଶା, , Anupambharat News Bureau


୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
Anupambharat News Bureau
June 17, 2021


ଭୁବନେଶ୍ୱର, ୧୭ା୬(ଅନୁପମ ମିଡ଼ିଆ): ସମଗ୍ର ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ରହିଛି । ଏହାର ପ୍ରଭାବରେ ଉତର ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ଏବଂ ବଜ୍ରପାତ ଲାଗି ରହିଛି । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ ଆଭ୍ୟନ୍ତରୀଣ ଓଡିଶାର ବରଗଡ, ସୋନେପୁର ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଓ ଢେଙ୍କାନାଳ ଜିଲ୍ଳାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ବୌଦ୍ଧ ଆଦି ଜିଲ୍ଳାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ବ୍ୟତୀତ ୧୯ରୁ ୨୦ ତାରିଖ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଡିଏଲ୍‌ , ଲର୍ଣ୍ଣିଂ ବୈଧତା ସେପେଫମ୍ବର ୩୦ ଯାଏଁ ବୃଦ୍ଧି

ଡିଏଲ୍‌ , ଲର୍ଣ୍ଣିଂ ବୈଧତା ସେପେଫମ୍ବର ୩୦ ଯାଏଁ ବୃଦ୍ଧି

Read More...

କମିଶନରେଟ୍‌ ପୋଲିସ୍‌ ପକ୍ଷରୁ ୨ଟି ଆପ୍‌ ର ଶୁଭାରମ୍ଭ

କମିଶନରେଟ୍‌ ପୋଲିସ୍‌ ପକ୍ଷରୁ ୨ଟି ଆପ୍‌ ର ଶୁଭାରମ୍ଭ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page