ସ୍ୱତନ୍ତ୍ର କୋଭିଡ ହସ୍ପିଟାଲ ଉଦ୍‌ଘାଟିତ : ଏକବିଂଶ ଶତାଦ୍ଦୀରେ କଳାହାଣ୍ଡିର ରୂପାନ୍ତର ଉଲ୍ଲେଖନୀୟ: ମୁଖ୍ୟମନ୍ତ୍ରୀ

June 19, 2021, ଓଡ଼ିଶା, , Anupambharat News Bureau


ସ୍ୱତନ୍ତ୍ର କୋଭିଡ ହସ୍ପିଟାଲ ଉଦ୍‌ଘାଟିତ :  ଏକବିଂଶ ଶତାଦ୍ଦୀରେ କଳାହାଣ୍ଡିର ରୂପାନ୍ତର ଉଲ୍ଲେଖନୀୟ: ମୁଖ୍ୟମନ୍ତ୍ରୀ
Anupambharat News Bureau
June 19, 2021


ଭୁବନେଶ୍ୱର, ୧୯ା୬(ଅନୁପମ ମିଡ଼ିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ କଳାହାଣ୍ଡିର ଭବାନୀପାଟଣାଠାରେ ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ଏକ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଉଦ୍‌ଘାଟନ କରିଛନ୍ତି । ଏଥିରେ ୧୬ଟି ଆଇସିୟୁ ଓ ୧୬ଟି ଏଚଡିୟୁ ଶଯ୍ୟା ସହିତ ଏକ ସ୍ୱତନ୍ତ୍ର ଶିଶୁ ଚିକିତ୍ସା ୱାର୍ଡ ମଧ୍ୟ ରହିଛି । ଏଥିରେ ସମସ୍ତ ପ୍ରକାର ଆଧୁନିକ ଚିକିତ୍ସା ଉପକରଣ ରଖାଯାଇଛି । ଏହାଦ୍ୱାରା କଳାହାଣ୍ଡି ଓ ଆଖପାଖ ଅଞ୍ଚଳର ଲୋକମାନେ ଉନ୍ନତମାନର କୋଭିଡ ଚିକିତ୍ସା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ହସ୍ପିଟାଲ ପାଇଁ ବେଦାନ୍ତ ଗ୍ରୁପ ତଥା ଏହାର ଅଧ୍ୟକ୍ଷ ଅନିଲ ଅଗ୍ରୱାଲଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ହସ୍ପିଟାଲରେ ଚିକିତ୍ସାଠାରୁ ଆରମ୍ଭ କରି ରୋଗ ନିରୂପଣ, ଔଷଧ, ଖାଦ୍ୟ ଆଦି ସବୁ ମାଗଣାରେ ଯୋଗାଇ ଦିଆଯିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏକବିଂଶ ଶତାଦ୍ଦୀର କଳାହାଣ୍ଡି ବିଂଶ ଶତାଦ୍ଦୀର କଳାହାଣ୍ଡି ଠାରୁ ବହୁତ ଆଗକୁ ଯାଇପାରିଛି । ଗତ ଦୁଇ ଦଶକ ମଧ୍ୟରେ ବିକାଶର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଗତି କରିଛି । ଏ ରୂପାନ୍ତର ବାସ୍ତବିକ ଉଲ୍ଲେଖନୀୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କଳାହାଣ୍ଡି ଆଜି ସାରା ଦେଶକୁ ଖାଦ୍ୟ ଯୋଗାଉଛି । କଳାହାଣ୍ଡିର ଏ ରୂପାନ୍ତର, କଳାହାଣ୍ଡି ଜିଲ୍ଲାର ଚାଷୀଭାଇ, ଯୁବସମାଜ ଓ ମା ମାନଙ୍କ ଉଦ୍ୟମ ଯୋଗୁ ସମ୍ଭବ ହୋଇପାରିଛି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ କିଛି ଦିନ ମଧ୍ୟରେ ରାଜ୍ୟରେ ୧୫ଟି ଅକ୍‌ସିଜେନ ପ୍ଲାଂଟ ପାଇଁ କାମ ଆରମ୍ଭ ହୋଇଛି । ଆଗାମୀ ଦୁଇ ମାସ ମଧ୍ୟରେ ଏଥିରୁ ଉତ୍ପାଦନ ଆରମ୍ଭ ହେବ । କୋଭିଡର ଦ୍ୱିତୀୟ ଲହରର ମୁକାବିଲାରେ କଳାହାଣ୍ଡିବାସୀ ଯେପରି ସାହସ ପ୍ରଦର୍ଶନ କରିଛନ୍ତି ସେଥିପାଇଁ ଜିଲ୍ଲାବାସୀଙ୍କୁ ତଥା ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ତୃତୀୟ ଲହର ପାଇଁ ଏବେଠାରୁ ପ୍ରସ୍ତୁତ ରହିବାକୁ ପୁଣି ଥରେ ପରାମର୍ଶ ଦେଇ ଜନସାଧାରଣଙ୍କୁ ସମସ୍ତଙ୍କୁ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚୟ ନେବା ପାଇଁ ନିବେଦନ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାମାରୀ ହେଉ, ବା ପ୍ରାକୃତିକ ବିପର୍ଯ୍ୟୟ, ଆମେ ଯଦି ଠିକ୍‌ ଭାବରେ ଆଗରୁ ପ୍ରସ୍ତୁତ ହୋଇ ରହିବା, ତେବେ ଆମେ ନିଶ୍ଚୟ ବିଜୟ ଲାଭ କରିବା ।
ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଶକ୍ତିମନ୍ତ୍ରୀ ଦିବ୍ୟଶଂକର ମିଶ୍ର, କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ରାଜ୍ୟସଭା ସାଂସଦ ସୁଜିତ୍‌ କୁମାର, ଧର୍ମଗଡ ଓ ଲାଞ୍ଜିଗଡର ବିଧାୟକ ଯୋଗ ଦେଇ କୋଭିଡ ହସ୍‌ପିଟାଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇ ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ଅନିଲ ଅଗ୍ରୱାଲ କହିଥିଲେ ଯେ କଳାହାଣ୍ଡି ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ରହିଛି । ମୁଁ ତାଙ୍କୁ ଯେତେବେଳେ ଭେଟିଛି, ସେ ସବୁବେଳେ କଳାହାଣ୍ଡିର ବିକାଶ ସମ୍ପର୍କରେ ମୋ ସହିତ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ସବୁବେଳେ ଲୋକଙ୍କ ଉନ୍ନତି ଓ ରାଜ୍ୟର ବିକାଶ କଥା ଚିନ୍ତା କରନ୍ତି ।
ଆମେ ଅନେକ ରାଜ୍ୟରେ କାମ କରୁଛୁ, କି;ୁ ଓଡିଶାରେ କାମ କରିବାର ଅଭିଜ୍ଞତା ମୋତେ ସବୁଠାରୁ ଭଲ ଅନୁଭବ ଦେଇଛି ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କଳାହାଣ୍ଡି ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ବେଦାନ୍ତର ସିଏଫଓ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶିଳ୍ପ ବିଭାଗ ପ୍ରମୁଖ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଏମ୍‌ ଯୋଗ ଆପ୍‌ ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଏମ୍‌ ଯୋଗ ଆପ୍‌ ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

Read More...

ଦେବାଶିଷଙ୍କ ଶେଷକୃତ୍ୟ ସମ୍ପନ୍ନ

ଦେବାଶିଷଙ୍କ ଶେଷକୃତ୍ୟ ସମ୍ପନ୍ନ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page