ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ

June 22, 2021, ଓଡ଼ିଶା, , Anupambharat News Bureau


ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ
Anupambharat News Bureau
June 22, 2021


ଭୁବନେଶ୍ୱର, ୨୨ା୬(ଅନୁପମ ମିଡ଼ିଆ): ରାଜ୍ୟରେ ବିଳମ୍ବିତ ହୋଇପାରେ ପଞ୍ଚାୟତ ନିର୍ବାଚନ । ଆସନ୍ତା ମାର୍ଚ୍ଚ ୧୦, ୨୦୨୨ରେ ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ସରିବ । ତାହା ପୂର୍ବରୁ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ପ୍ରକ୍ରିୟା ଶେଷ ହେବା କଥା । କି;ୁ ଏହି କାର୍ଯ୍ୟ ଶେଷ ହୋଇନଥିବାରୁ ନିର୍ବାଚନ ବିଳମ୍ବ ହେବାର ସମ୍ଭାବନା ରହିଛି ବୋଲି କହିଛନ୍ତି ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ । ସେ କହିଛନ୍ତି ଯେ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ କାର୍ଯ୍ୟ ଯଥା ଶୀଘ୍ର ଶେଷ କରିବାକୁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବାରମ୍ବାର ରାଜ୍ୟ ସରକାରଙ୍କୁ ପତ୍ର ଲେଖାଯାଇଥିଲେ ମଧ୍ୟ ଏର୍ପ୍ୟନ୍ତ ଏହି କାର୍ଯ୍ୟ ଶେଷ ହୋଇନାହିଁ । ଗତ ମାର୍ଚ୍ଚ ୧୦ରେ କମିଶନଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ପତ୍ର ଲେଖି ଏପ୍ରିଲ ୩୦ ସୁଦ୍ଧା ଏହି କାର୍ଯ୍ୟ ସାରିବାକୁ କୁହାଯାଇଥିଲା । ତାପୂର୍ବରୁ ଜାନୁଆରୀ ମାସରେ ବି କମିଶନଙ୍କ ପକ୍ଷରୁ ସମାନ ପ୍ରସଙ୍ଗରେ ପତ୍ର ଲେଖାଯାଇଥିଲା । ଏହା ସତ୍ତେ୍ୱ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ କାର୍ଯ୍ୟ ସରିନଥିବାରୁ ନିର୍ବାଚନ ଯଥା ସମୟରେ ହେବା ନେଇ ଆଶଙ୍କା ଦେଖାଦେଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଦିନକ ପରେ ସ୍ନାନ ଯାତ୍ରା  : ପୁରୀରେ ୧୪୪ ଧାରା

ଦିନକ ପରେ ସ୍ନାନ ଯାତ୍ରା : ପୁରୀରେ ୧୪୪ ଧାରା

Read More...

ପୋଷ୍ଟର୍‌ ରାଜନୀତି ଭିତରେ ହଜୁଛି ପ୍ରମୁଖ ପ୍ରସଙ୍ଗ

ପୋଷ୍ଟର୍‌ ରାଜନୀତି ଭିତରେ ହଜୁଛି ପ୍ରମୁଖ ପ୍ରସଙ୍ଗ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page