ଆଠ ଜିଲ୍ଳାରେ ଅକ୍ସିଜେନ ପ୍ଲାଣ୍ଟ ଶିଳାନ୍ୟାସ, ଅନ୍ୟ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ : ପ୍ରସ୍ତୁତି, ସତର୍କତା ଓ ସହଯୋଗ ଆମର ମୂଳ ମନ୍ତ୍ର: ­ ମୁଖ୍ୟମନ୍ତ୍ରୀ

June 24, 2021, ଓଡ଼ିଶା, , Anupambharat News Bureau


ଆଠ ଜିଲ୍ଳାରେ ଅକ୍ସିଜେନ ପ୍ଲାଣ୍ଟ ଶିଳାନ୍ୟାସ, ଅନ୍ୟ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ :   ପ୍ରସ୍ତୁତି, ସତର୍କତା ଓ ସହଯୋଗ ଆମର ମୂଳ ମନ୍ତ୍ର: ­ ମୁଖ୍ୟମନ୍ତ୍ରୀ
Anupambharat News Bureau
June 24, 2021


ଭୁବନେଶ୍ୱର,୨୪ା୬(ଅନୁପମ ମିଡ଼ିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ଲିକ ୍ୱିଡ୍‌ ମେଡିକାଲ ଅକ୍ସିଜେନ୍‌ ଓ ପିଏସଏ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି । ଏହି ଜିଲ୍ଲାଗୁଡିକ ହେଲା ­ ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ରାୟଗଡା ଓ ମାଲକାନଗିରି । ଏହାସହିତ ବ୍ରହ୍ମପୁର ସିଟି ହସ୍ପିଟାଲରେ ୧୨ ଶଯ୍ୟା ବିଶିଷ୍ଟ ନବଜାତ ଶିଶୁ ଚିକିତ୍ସା କେନ୍ଦ୍ର, ଭଞ୍ଜନଗରରେ ଡାୟାଲିସିସ୍‌ ୟୁନିଟ, କୁକୁଡାଖଣ୍ଡି ବ୍ଲକ୍‌ରେ ନୂତନ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ଦିଗପହଣ୍ଡି ବ୍ଲକ୍‌ରେ ନୂତନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ଓ ଅନ୍ୟ କୋଭିଡ ଯୋଦ୍ଧାଙ୍କୁ ଧନ୍ୟବାଦ ଜଣାଇ କହିଥିଲେ ଯେ ଦ୍ୱିତୀୟ ଲହର ସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ କେତେକ ଉପକୂଳବର୍ତ୍ତୀ ଜିଲ୍ଲାର ପରିସ୍ଥିତିରେ ସ୍ଥିରତା ରହୁନାହିଁ । ସେହିପରି ତୃତୀୟ ଲହର ନେଇ ବିଶେଷଜ୍ଞମାନେ ଭିନ୍ନ ଭିନ୍ନ ମତ ରଖୁଛନ୍ତି । ତା ସହିତେ କେତେକ ରାଜ୍ୟରେ ଡେଲ୍‌ଟା ପ୍ଲସ୍‌ ଭ୍ୟାରିଆଣ୍ଟ ମଧ୍ୟ ଦେଖା ଦେଲାଣି । ତେଣୁ କୌଣସି ପରିସ୍ଥିତିରେ ଆମର ପ୍ରସ୍ତୁତିରେ ସାମାନ୍ୟତମ ଅବହେଳା କରାଯାଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ମତ ପ୍ରକାଶ କରିଛନ୍ତି । ପ୍ରସ୍ତୁତି, ସତର୍କତା ଓ ସହଯୋଗ ଆମର ମୂଳ ମନ୍ତ୍ର । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସରକାରଙ୍କ ପ୍ରସ୍ତୁତି, ଜନସାଧାରଣଙ୍କ ସତର୍କତା ଓ ସହଯୋଗ ଜରିଆରେ ହିଁ ଆମେ ଏ ଲଢେଇ ଜିତିପାରିବା । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପୂର୍ବରୁ ୧୫ଟି ଜିଲ୍ଲାରେ ଏଲଏମଓ ଓ ପିଏଏସଏ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଥିବା ବେଳେ, ଆଜି ଆଉ ୮ଟି ଜିଲ୍ଲାରେ ଏହିସବୁ ଅକ୍‌ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ରଖାଗଲା । ଲୋକଙ୍କୁ ଉତମ ସେବା ଯୋଗାଇ ଦେବାରେ ରାଜ୍ୟ ସରକାରଙ୍କ ଏହି ଉଦ୍ୟମରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ବ୍ରହ୍ମପୁର ଠାରେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ କହିଥିଲେ ଯେ ଆଜି ଗଞ୍ଜାମ ପାଇଁ ଏକ ସୌଭାଗ୍ୟର ଦିନ । ଗଞ୍ଜାମ ଜିଲ୍ଲାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସେ ଆଲୋକପାତ କରିଥିଲେ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ, ବିଜ୍ଞାନ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଅଶୋକ ପଣ୍ଡା, ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା, କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ, ନବରଙ୍ଗପୁର ସାଂସଦ ରମେଶଚନ୍ଦ୍ର ମାଝୀ ଓ କେନ୍ଦ୍ରାପଡା ବିଧାୟକ ଶଶୀଭୂଷଣ ବେହେରା ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପିକେ ମହାପାତ୍ର ସ୍ୱାଗତ ଭାଷଣ ଦେଇଥିଲେ । ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ
ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପିକେ ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଜି ମାଟ୍ରିକ ପରୀକ୍ଷା ଫଳ

ଆଜି ମାଟ୍ରିକ ପରୀକ୍ଷା ଫଳ

Read More...

ଆଇପିଏସ୍‌ ସ୍ତରରେ ଅଦଳବଦଳ  : ଯଶବନ୍ତ  ଭିଜିଲାନ୍ସ ନିର୍ଦ୍ଦେଶକ

ଆଇପିଏସ୍‌ ସ୍ତରରେ ଅଦଳବଦଳ : ଯଶବନ୍ତ ଭିଜିଲାନ୍ସ ନିର୍ଦ୍ଦେଶକ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page