ସାତ ଜିଲ୍ଲାରେ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଭିତ୍ତିପ୍ରସ୍ତର ସ୍ଥାପନ : ‘ଅଭିଜ୍ଞତା ତୃତୀୟ ଲହରର ମୁକାବିଲାରେ ସାହାଯ୍ୟ କରିବ’ ­

June 25, 2021, ଓଡ଼ିଶା, , Anupambharat News Bureau


 ସାତ ଜିଲ୍ଲାରେ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଭିତ୍ତିପ୍ରସ୍ତର ସ୍ଥାପନ :  ‘ଅଭିଜ୍ଞତା ତୃତୀୟ ଲହରର ମୁକାବିଲାରେ ସାହାଯ୍ୟ କରିବ’ ­
Anupambharat News Bureau
June 25, 2021


ଭୁବନେଶ୍ୱର, ୨୫ା୬ (ଅନୁପମ ମିଡିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ®ରେନ୍ସିଂ ଜରିଆରେ ରାଜ୍ୟର ଆଉ ୭ଟି ଜିଲ୍ଲାରେ ଲିକୁଇଡ ମେଡିକାଲ ଅକ୍ସିଜେନ ସଂପକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭତ୍ତିପ୍ରସ୍ତର ରଖିଛନ୍ତି । ଏହାସହିତ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି । ଆଗାମୀ ଦୁଇ ମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯାଇପାରିବ । ଆଜି ଭତ୍ତିପ୍ରସ୍ତର ଦିଆଯାଇଥିବା ଜିଲ୍ଲାଗୁଡିକ ହେଲା ­ ଅନୁଗୁଳ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଜପତି, ଭବାନୀପାଟଣା ଓ ନୂଆପଡା । ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋଲିଟର ତରଳ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ । ଏହାସହିତ ମୁଖ୍ୟମନ୍ତ୍ରୀ ଆଠମଲ୍ଲିକ ଉପଖଣ୍ଡ ହସ୍‌ପିଟାଲରେ ଅକ୍ସିଜେନପାଇପ ସଂଯୁକ୍ତ କୋଭିଡ ୱାର୍ଡ ପାଲଲହଡା ଉପଖଣ୍ଡ ହସ୍‌ପିଟାଲ, ମାଧପୁର ଓ କିଶୋରନଗରର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ଠାକୁରମୁଣ୍ଡା ଓ ବଇଣ୍ଡାର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଅକ୍ସିଜେନ ପାଇପ ସଂଯୁକ୍ତ ଆଇସୋଲେସନ୍‌ ୱାର୍ଡ, ଓ ତା ସହିତ ଦେବଗଡ ରାଜମୁଣ୍ଡାସ୍ଥିତ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟୀକା ଭଣ୍ଡାର ଗୃହର ଉଦXାଟନ କରିଛନ୍ତି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ କହିଥିଲେ ଯେ ମହାମାରୀ ସମୟରେ ରାଜ୍ୟ ସରକାରଙ୍କ ପାଇଁ ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ହେଉଛି ସର୍ବାଧିକ ପ୍ରାଥମିକତା । ଜଣେ ବି କୋଭିଡ ରୋଗୀ ଯେପରି ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ନ ହୁଅନ୍ତି, ସେ ଦିଗରେ ଆମେ କାମ କରୁଛୁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ସମସ୍ତ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀ ମାନଙ୍କୁ ପୁଣିଥରେ ଧନ୍ୟବାଦ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରୁ ଆମେ ଯେଉଁ ଅଭିଜ୍ଞତା ପାଇଛୁ, ତୃତୀୟ ଲହରର ମୁକାବିଲାରେ ତାହା ଆମ ପାଇଁ ନିଶ୍ଚୟ ସହାୟକ ହେବ । ଏହାସହିତ ଭିତ୍ତିଭୂମି କ୍ଷେତ୍ରରେ ଯେଉଁ କାମ ହେଉଛି, ତାହାଦ୍ୱାରା କୋଭିଡ ବିରୁଦ୍ଧରେ ଆମର ଲଢେଇ ଆହୁରି ମଜବୁତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ, ଉପବାଚସ୍ପତି ରଜନୀକାନ୍ତ ସିଂହ,
ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ଶକ୍ତି ମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର, ଢେଙ୍କାନାଳ ସାଂସଦ ଶ୍ରୀ ମହେଶ ସାହୁ, ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ, ବୌଦ୍ଧ ବିଧାୟକ ଶ୍ରୀ ପ୍ରଦୀପ ଅମାତ, ନୂଆପଡା ବିଧାୟକ ଶ୍ରୀ ରାଜେନ୍ଦ୍ର ଢୋଲକିଆ ପ୍ରମୁଖ ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତମ ପ୍ରଦର୍ଶନ ଓ ସ୍ୱାସ୍ଥ୍ୟ ଭିତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ସ୍ୱାଗତ ଭାଷଣ ଦେଇଥିଲେ । ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।
ମୁଖ୍ୟଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ତ ବିଭାଗ ସଚିବ ଶ୍ରୀ କିଶନ କୁମାର ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
କରୋନା ପ୍ରଭାବିତଙ୍କୁ ଆର୍ଥିକ ସହାୟତା   : କେନ୍ଦ୍ରର ୧.୧ ଲକ୍ଷ କୋଟିର ପ୍ୟାକେଜ

କରୋନା ପ୍ରଭାବିତଙ୍କୁ ଆର୍ଥିକ ସହାୟତା : କେନ୍ଦ୍ରର ୧.୧ ଲକ୍ଷ କୋଟିର ପ୍ୟାକେଜ

Read More...

ରାଜ୍ୟରେ ପ୍ରଥମ ଡେଲ୍‌ଟା ପ୍ଲସ୍‌ ଚିହ୍ନଟ  : ଦିନକରେ ୨୯୧୨ ପଜିଟିଭ, ୪୦ ମୃତ

ରାଜ୍ୟରେ ପ୍ରଥମ ଡେଲ୍‌ଟା ପ୍ଲସ୍‌ ଚିହ୍ନଟ : ଦିନକରେ ୨୯୧୨ ପଜିଟିଭ, ୪୦ ମୃତ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page