ଅଲମ୍ପିୟାନ ପଦକ ବିଜେତାଙ୍କୁ ମିଳିବ ପୁରସ୍କାର : ସ୍ୱର୍ଣ୍ଣ ଜିତିଲେ ଛ’କୋଟି

July 08, 2021, ଓଡ଼ିଶା, , Anupambharat News Bureau


 ଅଲମ୍ପିୟାନ ପଦକ ବିଜେତାଙ୍କୁ ମିଳିବ ପୁରସ୍କାର  :  ସ୍ୱର୍ଣ୍ଣ ଜିତିଲେ ଛ’କୋଟି
Anupambharat News Bureau
July 08, 2021


ଭୁବନେଶ୍ୱର, ୮ା୭(ଅନୁପମ ମିଡ଼ିଆ): ଚଳିତ ମାସ ଶେଷ ଭାଗରେ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲମ୍ପିକସରେ ଭାଗ ନେଉଥିବା ଓଡିଶାର ଅଲମ୍ପିୟାନ ମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଥା ହୋଇଥଲେ ଓ ସେମାନଙ୍କୁ ଉତ୍ସାହିତ ମଧ୍ୟ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକସ ହେଉଛି ଜୀବନର ଶ୍ରେଷ୍ଠ ସ୍ୱପ୍ନ । ଏହି ଅବସରରେ ଅଲମ୍ପିୟାନ ଦୂତୀ ଚାନ୍ଦ , ପ୍ରମୋଦ ଭଗତ, ଦୀପ ଗ୍ରେସ ଏMା, ନମିତା ଟେªା, ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତୁମମାନେ ଓଡିଶାର ଯୁବ ସମାଜ ପାଇଁ ରୋଲମଡେଲ ପାଲଟିଯାଇଛ । ତୁମ ପରିବାର ପାଇଁ ଓ ଆମ ସମସ୍ତଙ୍କ ପାଇଁ ଗର୍ବ ଆଣିଛ । କଠୋର ପରିଶ୍ରମ, ନିଷ୍ଠା ଓ ଶୃଙ୍ଖଳା ଦ୍ୱାରା ତୁମେମାନେ ନିଶ୍ଚୟ ପଦକ ଜିତିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ଏହି ଅବସରରେ ଅଲମ୍ପିକସ ପଦକ ବିଜେତାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଆର୍ଥିକ ପୁରସ୍କାର ଘୋଷଣା କରିଥିଲେ । ଟୋକିଓ ଅଲମ୍ପିକସରେ ସ୍ୱର୍ଣ୍ଣ ପଦକ ଜିତିଲେ ୬ କୋଟି ଟଙ୍କା , ରୌପ୍ୟ ପଦକ ଜିତିଲେ ୪ କୋଟି ଟଙ୍କା ଏବଂ କାଂସ୍ୟ ପଦକ ଜିତିଲେ ୨.୫ କୋଟି ଟଙ୍କା ରାଜ୍ୟ ସରକାରଙ୍କ ପଷରୁ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହାସହିତ ଅଲମ୍ପିକସ ପାଇଁ ଯୋଗ୍ୟତା ହାସଲ କରିଥିବାରୁ ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଘୋଷଣା କରିଥିଲେ । କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଅଲମ୍ପିକରେ ସେମାନଙ୍କ ସଫଳତା କ୍ରୀଡା କ୍ଷେତ୍ରରେ ଓଡିଶାକୁ ଗୌରବ ମଣ୍ଡିତ କରିବ ବୋଲି ଆଶା ପ୍ରକାଶ କରିଥିଲେ । ଏହି ଅବସରରେ ସମସ୍ତ ଖେଳାଳି ବ୍ୟକ୍ତିଗତ ଭାବରେ ସେମାନଙ୍କର ମତାମତ ଦେଇ ଅଲମ୍ପିକରେ ଭଲ ପ୍ରଦର୍ଶନ କରି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିବେ ବୋଲି କହିଥିଲେ ଏବଂ ରାଜ୍ୟ ସରକାରଙ୍କ ସହଯୋଗ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଥିଲେ । ଖେଳାଳିଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ଟି) ଭି କେ ପାଣ୍ଡିଆନ ଖେଳାଳି ମାନଙ୍କ
ଅଲମ୍ପିକସ ପ୍ରସ୍ତୁତି ଓ ଏଥି ନିମନ୍ତେ ସେମାନଙ୍କର ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ । କ୍ରୀଡା ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ସ୍ୱାଗତ ଭାଷଣ ଦେଇଥିଲେ ଓ ସ୍ୱତନ୍ତ୍ର ସଚିବ ଆର ଭିନିଲ କ୍ରିଷ୍ଣା ଧନ୍ୟବାଦ ଅର୍ପଣ କରିଥିଲେ ।
କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର , ଉନ୍ନୟନ କମିଶନର ପି କେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଜିଓ ଟାୱାର ବସାଇବା ନାଁରେ ୪୦ଲକ୍ଷ ଠକେଇ

ଜିଓ ଟାୱାର ବସାଇବା ନାଁରେ ୪୦ଲକ୍ଷ ଠକେଇ

Read More...

କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ:  ଓଡ଼ିଶା ପାଇଁ ସମ୍ଭାବନାର ଝଲକ

କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ଓଡ଼ିଶା ପାଇଁ ସମ୍ଭାବନାର ଝଲକ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page