ଚାଷୀଙ୍କୁ ମିଳିଲା ସୁବର୍ଣ୍ଣରେଖା ପାଣି : ୧୫୩୫୯ ହେକଫର ଜମିକୁ ଜଳସେଚନର ଶୁଭାରମ୍ଭ

July 19, 2021, ଓଡ଼ିଶା, , Anupambharat News Bureau


ଚାଷୀଙ୍କୁ ମିଳିଲା ସୁବର୍ଣ୍ଣରେଖା ପାଣି : ୧୫୩୫୯ ହେକଫର ଜମିକୁ ଜଳସେଚନର ଶୁଭାରମ୍ଭ
Anupambharat News Bureau
July 19, 2021


ଭୁବନେଶ୍ୱର, ୧୯ା୭(ଅନୁପମ ମିଡ଼ିଆ): ଆଜି ମୟୂରଭଞ୍ଜ ଜିଲ୍ଲାର ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର କେନାଲ ସିଷ୍ଟମରୁ ୧୫,୩୫୯ ହେକଫର ଚାଷ ଜମିକୁ ପାଣି ଛଡା ଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ଏହାଦ୍ୱାରା ମୟୂରଭଞ୍ଜ ଜିଲ୍ଲାର ବାରିପଦା, ବେତନଟୀ, ମୋରଡା, ଶୂଳିଆପଦା ଓ ରାସଗୋବିନ୍ଦପୁର ବ୍ଲକର ୯୪ଟି ଗ୍ରାମର ଚାଷ ଜମିକୁ ଜଳସେଚନର ସୁବିଧା ମିଳିଲା ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଆଜି ମୟୂରଭଞ୍ଜ ଜିଲ୍ଲା ଓ ସାରା ଓଡିଶା ପାଇଁ ଏକ ଆନନ୍ଦର ଦିନ । ଏହା ଦ୍ୱାରା ମୟୂରଭଞ୍ଜରେ ଜମିରେ ସୁନାର ଫସଲ ଫଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଦ୍ୱାରା ମୟୂରଭଞ୍ଜ ଓ ବାଲେଶ୍ୱରର ୧.୦୯ ଲକ୍ଷ ହେକଫର ଜମିକୁ ଜଳସେଚନର ସୁବିଧା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୟୂରଭଞ୍ଜ ତାଙ୍କ ପାଇଁ ସ୍ୱତନ୍ତ୍ର ଗୁରୁତ୍ୱ ବହନ କରେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ଜିଲ୍ଳାରେ ସ୍ୱାସ୍ଥ୍ୟସେବାର ବିକାଶ ହେଉ ବା ମିଶନଶକ୍ତି କାର୍ଯ୍ୟର ସଫଳ ରୂପାୟନ ହେଉ ବା ଜନଜାତି ମାନଙ୍କର ବିକାଶ ସବୁ କ୍ଷେତ୍ରରେ ମୟୂରଭଞ୍ଜ ଆଜି ଉନ୍ନତି କରୁଛି । ସବୁ ଘରକୁ ସବୁ ପରିବାରକୁ ପାଇପ ପାଣି ଯୋଗାଇବାରେ ଦେଶର ଅଳ୍ପ କେତେକ ଜିଲ୍ଲା ମଧ୍ୟରୁ ମୟୂରଭଞ୍ଜ ଦେଶର ପ୍ରଥମ ଜିଲ୍ଲା ହେବ । ମୟୂରଭଞ୍ଜରେ ପାଇପ ପାଣି ପ୍ରକଳ୍ପ ପାଇଁ ୭୬୮ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି ବୋଲି ସେ ସୂଚନା ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଖରିଫ ଋତୁରୁ ଦେଓ ଜଳସେଚନ ପ୍ରକଳ୍ପରୁ ୧୦ ହଜାର ହେକଫର ଜମିକୁ ପାଣି ଯୋଗାଇ ଦିଆଯିବ । ଆଗାମୀ ୨-୩ ବର୍ଷ ମଧ୍ୟରେ ପ୍ରାୟ ୧୫ ଟି ଜଳସେଚନ ପ୍ରକଳ୍ପ ସମ୍ପୂର୍ଣ୍ଣ ହେବ । ଜଳ ଏକ ଅମୂଲ୍ୟ ସମ୍ପଦ ,ଏହାକୁ ନଷ୍ଟ ନକରି ଠିକ ଭାବେ ବିନିଯୋଗ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତାଙ୍କ ସରକାର ସବୁବେଳେ ଚାଷୀଙ୍କ ସାଥିରେ ଅଛି ଓ ସେମାନଙ୍କ ଉନ୍ନତି ପାଇଁ କାମ କରୁଛି । କାଳିଆ ଯୋଜନାରେ ୬୭ ଲକ୍ଷ ଚାଷୀ ପରିବାର ଉପକାର ପାଉଛନ୍ତି ବୋଲି ପ୍ରକାଶ
କରି ସେ କହିଥିଲେ ଯେ, ସରକାରଙ୍କ ବିଭିନ୍ନ କୃଷିକଲ୍ୟାଣ କାର୍ଯ୍ୟକ୍ରମ ଯୋଗୁ ଚାଷୀ ଆଜି ସମ୍ମାନର ସହ ବଞ୍ଚି ପାରୁଛି । ଚାଷୀକୁ ତାର ହକ ଦେବା ଆମର ଲକ୍ଷ୍ୟ ଏବଂ ଚାଷୀର ହକ ମିଳିଲା ପର୍ଯ୍ୟନ୍ତ ଆମର ଲଢେଇ ଜାରି ରହିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା କହିଥିଲେ ଯେ, ମୟୂରଭଞ୍ଜର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଅନେକ ପଦକ୍ଷେପ ନେଉଛନ୍ତି । ଆଜିର ପ୍ରକଳ୍ପ ଦ୍ୱାରା ୨୦୨୪ ଜାନୁଆରୀ ସୁଧା ଜିଲ୍ଲାର ୭୦ ହଜାର ହେକଫର ଜମିକୁ ଜଳସେଚନର ସୁବିଧା ମିଳିପାରିବ ବୋଲି ସେ କହିଥିଲେ । ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ରାଜ୍ୟରେ ଜଳସେଚନ ପାଇଁ ବିଭାଗର ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ମୟୂରଭଞ୍ଜ ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ମୁଖ୍ୟ ଯନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର , ଉନ୍ନୟନ କମିଶନର ପି କେ ଜେନା ଏବଂ ଜଳସମ୍ପଦ ବିଭାଗ ପ୍ରମୁଖ ସଚିବ ଅନୁ ଗର୍ଗ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
୨୪ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

୨୪ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

Read More...

ଆଜି ବାହୁଡିବେ ମହାବାହୁ :  ଅପରାହ୍ନ ୪ଟାରୁ ରଥଟଣା

ଆଜି ବାହୁଡିବେ ମହାବାହୁ : ଅପରାହ୍ନ ୪ଟାରୁ ରଥଟଣା

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page