ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା

August 17, 2021, ଓଡ଼ିଶା, , Anupambharat News Bureau


ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା
Anupambharat News Bureau
August 17, 2021


ଭୁବନେଶ୍ୱର, ୧୭ା୮ (ଅନୁପମ ମିଡିଆ): ଆଗାମୀ ୧୦ ବର୍ଷ ପାଇଁ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା । ଏ ନେଇ ମଙ୍ଗଳବାର ଲୋକସେବା ଭବନରେ ଅନୁଷ୍ଠିତ ସମ୍ୱର୍ଦ୍ଧନା ସଭାରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଆଜି ଭୁବନେଶ୍ୱର ବିମାନବନ୍ଦରରେ ଉଭୟ ପୁରୁଷ ଓ ମହିଳା ହକି ଦଳ ପହଞ୍ଚିବା ପରେ ସେଠାରେ ସେମାନଙ୍କୁ ରାଜ୍ୟ କ୍ରୀଡ଼ାମନ୍ତ୍ରୀ ଓ କ୍ରୀଡ଼ାସଚିବ ସ୍ୱାଗତ କରିଥିଲେ । ଏହାପରେ ଖେଳାଳିମାନଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ହୋଟେଲକୁ ନିଆଯାଇଥିଲା । ସୂଚନାଯୋଗ୍ୟ, ପୁରୁଷ ହକି ଦଳ ବ୍ରୋଞ୍ଜ ପଦକ ଓ ମହିଳା ହକି ଦଳ ଭଲ ପ୍ରଦର୍ଶନ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ରକ୍ଷା କରି ଆଜି ଭାରତର ଉଭୟ ପୁରୁଷ ଓ ମହିଳା ହକି ଟିମର ଖେଳାଳି ଭୁବନେଶ୍ୱରର ବିମାନବନ୍ଦରରେ ଦିନ ୧୧ଟାରେ ପହଞ୍ଚିଥିଲେ । ହକି ଟିମଙ୍କ ସ୍ୱାଗତ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିଲା । ଖେଳାଳିମାନଙ୍କ ପାଇଁ ହୋଟେଲ ସ୍ୟାଣ୍ଡି ଟାୱାରରେ ରହିବାର ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଥିଲା । ପରେ ଲୋକସେବା ଭବନରେ ଅନୁଷ୍ଠିତ ସମ୍ୱର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ ଭାରତୀୟ ମହିଳା ଓ ପୁରୁଷ ହକି ଦଳକୁ ପୁରସ୍କୃତ କରିବା ସହ ହକି ଇଣ୍ଡିଆ ସଭାପତିଙ୍କୁ ୫୦ ଲକ୍ଷ ଟଙ୍କାର ଅର୍ଥରାଶି ପୁରସ୍କାର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଗୋଲ ରକ୍ଷା ପାଇଁ ଗୋଲକିପର ସବିତା ପୁଣିଆଙ୍କୁ ୫ ଲକ୍ଷ, ବେଷ୍ଟ ଡିଫେଣ୍ଡର ଭାବେ ଦୀପଗ୍ରେସ ଏMାଙ୍କୁ ୫ ଲକ୍ଷ, ସୁଶୀଳା ଚାନୁଙ୍କୁ ୫ ଲକ୍ଷ, ଗୋଲ ଆସିଷ୍ଟ ପାଇଁ ରାଣୀ ରାମପାଲ ଓ ନବନିତ କୌରଙ୍କୁ ୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ଗୁରଜିତ କୌର ଏବଂ ବନ୍ଦନା କାଟେରିଆଙ୍କୁ ସର୍ବାଧିକ ଗୋଲ ପାଇଁ ୫ ଲକ୍ଷ ଲେଖାଏଁ ପ୍ରଦାନ କରାଯାଇଛି । ସେହିପରି ଅଧିକ ଗୋଲ ରକ୍ଷା କରିଥିବାରୁ ଶ୍ରୀଜେସଙ୍କୁ ୫ ଲକ୍ଷ ପ୍ରଦାନ କରାଯାଇଛି । ଡିଫେନ୍ସ ପାଇଁ ରୂପିନ୍ଦର ପାଲଙ୍କୁ ୫ଲକ୍ଷ, ହରମନ ପ୍ରୀତ ସିଂହଙ୍କୁ ସର୍ବାଧିକ ଗୋଲ ଓ ମିଡ ଫିଲଡ଼ରେ ସର୍ବୋତ୍ତମ ପ୍ରଦର୍ଶନ ପାଇଁ ୧୦ ଲକ୍ଷ ଓ ମିଡ ଫିଲïରେ ଉତ୍ତମ ଖେଳ ପ୍ରଦର୍ଶନ ପାଇଁ ଅମିତ ରୋହିଦାସଙ୍କୁ ୫ ଲକ୍ଷ ପ୍ରଦାନ କରାଯାଇଛି । ଏଥିସହ ପ୍ରତ୍ୟେକ ମହିଳା ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଓ ଦଳର ସହଯୋଗୀ କାର୍ଯ୍ୟକର୍ତାଙ୍କୁ ୫ ଲକ୍ଷ ଲେଖାଏଁ ପ୍ରଦାନ କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
କାବୁଲ୍‌ରୁ ଫେରିଲେ ୧୨୦ଭାରତୀୟ

କାବୁଲ୍‌ରୁ ଫେରିଲେ ୧୨୦ଭାରତୀୟ

Read More...

ସେପେଫମ୍ବର ପହିଲାରୁ  ବିଧାନସଭା ମୌସୁମୀ ଅଧିବେଶନ

ସେପେଫମ୍ବର ପହିଲାରୁ ବିଧାନସଭା ମୌସୁମୀ ଅଧିବେଶନ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page