ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଐତିହାସିକ ପଦକ୍ଷେପ: ଓଡ଼ିଶାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଆରମ୍ଭ

August 20, 2021, ଓଡ଼ିଶା, , Anupambharat News Bureau


ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଐତିହାସିକ ପଦକ୍ଷେପ:  ଓଡ଼ିଶାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଆରମ୍ଭ
Anupambharat News Bureau
August 20, 2021


ମାଲକାନଗିରି/ଭୁବନେଶ୍ୱର, ୨୦ା୮(ଅନୁପମ ମିଡ଼ିଆ): ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହ;ୁ । ଚିକିତ୍ସା ପାଇଁ ଟଙ୍କା କେବେ ବି ବାଧକ ନ ହେଉ । ଆଜି ମାଲକାନଗିରିରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି । ।ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା ମାଝୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ପ୍ରଥମ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରିରୁ ସ୍ୱାସ୍ଥ୍ୟ ସେବାର ଏହି ଐତିହାସିକ ଯାତ୍ରା ଆରମ୍ଭ କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ସେ ଚାଷୀ ହେଉ ବା ମୂଲିଆ, ଛୋଟ ଦୋକାନୀ ହେଉ, ବା ରିକ୍ସା ବାଲା, ଟ୍ରଲି ବାଲା କିମ୍ବା ଦୂର ଦୂରାନ୍ତରେ ରହୁଥିବା ଜନଜାତି ଭାଇ ଭଉଣୀ, ବା ସାଧାରଣ ଲୋକ, ସେ ଗାଁ ରେ ରହୁ ବା ସହରରେ, ସମସ୍ତଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ ।
ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳାଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ୧୦ ଲକ୍ଷ ଟଙ୍କାକୁ କିପରି ବୃଦ୍ଧି ହେଲା ସେ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ୨୦୧୮ ମସିହାରେ ମାଲକାନଗିରି ପାଇଁ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ଚାଲିଥିଲା । ମୁଁ ଲୋକସେବା ଭବନରୁ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲି । ସେ ସଭାରେ ଝିଅଟିଏ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମା’ ମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଲା । ଝିଅ ଟିର ସାହସ ଓ ବୁଦ୍ଧିକୁ ସମସ୍ତେ ସେ ଦିନ ତାରିଫ କରିଥିଲେ । ଝିଅଟି ଥିଲା ଆମ ମାଲକାନଗିରିର ମମତା ପଡିଆମୀ । ତାଙ୍କ ପ୍ରସ୍ତାବଟି ମୋତେ ବହୁତ ଭଲ ଲାଗି ଥିଲା ଏବଂ ମୁଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳା ମାନଙ୍କ ଚିକିତ୍ସା ସୁବିଧା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଥିଲି ।ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ଆମେ ନୂଆ ରୂପରେ କାର୍ଯ୍ୟକାରୀ କରିବାକୁ ଯାଉଛୁ । ଏହି କାର୍ଯ୍ୟକ୍ରମ ମୁଁ ମାଲକାନଗିରିରୁ ଆରମ୍ଭ କରିବା ପାଇଁ ନିଷ୍ପତ୍ତିି ନେଲି । ଆଗାମୀ ସେପେଫମ୍ବର ପହିଲାରୁ ଏହା ଲାଗୁ ହେବ । ରାଜ୍ୟର ୯୬ ଲକ୍ଷ ପରିବାରକୁ ଏହି କାର୍ଡ ଦିଆଯିବ ବୋଲି ପ୍ରକାଶ କରି ସେ କହିଲେ ଯେ ରାଜ୍ୟର ସାଢେ ତିନି କୋଟି ଲୋକ ଉପକାର ପାଇବେ । ଏହି ନୂଆ ବ୍ୟବସ୍ଥାରେ ଆପଣଙ୍କୁ ହସ୍ପିିଟାଲରେ କିଛି ଡକୁ୍ୟମେଣ୍ଟ ଦେବା ଦରକାର ହେବ ନାହିଁ ବୋଲି ସେ କହିଥିଲେ । କେବଳ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ସାଥିରେ ନେଇ ହସ୍ପିଟାଲ ଯିବାକୁ ହେବ । ଦେଶର ୨୦୦ରୁ ଅଧିକ ବଡ ବଡ ହସ୍ପିଟାଲରେ ଏହି କାର୍ଡ ଜରିଆରେ ହିତାଧିକାରୀମାନେ ଚିକିତ୍ସା ସୁବିଧା ପାଇପାରିବେ ।
ଏହି କାର୍ଡରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ଓ ମା ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ । ଏଭଳି ସୁବିଧା ଦେବାରେ ସାରା ଦେଶରେ ଓଡିଶା ପ୍ରଥମ । ଆପଣଙ୍କ ରାଜ୍ୟ ସରକାର ପ୍ରଥମ । ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ଐତିହାସିକ ପଦକ୍ଷେପ ବୋଲି ସେ କହିଥିଲେ ।
ସ୍ୱାସ୍ଥ୍ୟ ସହିତ ଅର୍ଥନୀତିର ନିବିଡ ସମ୍ପର୍କ ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ୱାସ୍ଥ୍ୟ ଆମ ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ପରିବାରରେ କେହି ଅସୁସ୍ଥ ହୋଇପଡିଲେ, ଆମର ଚିନ୍ତା ବଢିଯାଇଥାଏ । ସବଠୁ ବଡ ଚିନ୍ତା ଥାଏ ଚିକିତ୍ସା ପାଇଁ ଆବଶ୍ୟକ ଟଙ୍କା । ଏଥିପାଇଁ କିଏ ଜମି ବିକିଥାଏ, କିଏ ସୁନା ବିକିଥାଏ, କିଏ ଋଣ
କରିଥାଏ । କେହି କେହି ଚିକିତ୍ସା ଖର୍ଚ୍ଚ ପାଇଁ ପିଲାମାନଙ୍କ ପାଠପଢା ମଧ୍ୟ ବନ୍ଦ କରିଦେଇଥାନ୍ତି । କେହି କେହି ମଧ୍ୟ ଧାର କରଜ କରିଥାନ୍ତି । ଏ ଖବର ମୁଁ ଯେତେବେଳେ ଶୁଣେ, ମୋତେ ବହୁତ ଦୁଃଖ ଲାଗେ । ଆମର ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ଆପଣଙ୍କର ଏ ଦୁଃଖ ଲାଘବ କରିବ । ଚିକିତ୍ସା ବୋଝ କମ୍‌ କରିବାରେ ସାହାଯ୍ୟ କରିବ ।
ରାଜ୍ୟର ସବୁ ସରକାରୀ ହସ୍ପିିଟାଲ ଗୁଡିକରେ ସମସ୍ତ ସ୍ୱାସ୍ଥ୍ୟ ସେବା ମାଗଣାରେ ପ୍ରଦାନ କରାଯାଉଛି । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଓଡ଼ିଶାରେ ସ୍ୱାସ୍ଥ୍ୟ ସେବା ବିକାଶ ଉପରେ ଆଲୋକପାତ କରିଥିଲେ । ସାଂସଦ ରମେଶ ମାଝି ସ୍ୱାଗତ ଭାଷଣ ଦେଇ ଥିଲେ । କ୍ରୀଡା ମନ୍ତ୍ରୀ ତୁଷାର କାନ୍ତି ବେହେରା ଧନ୍ୟବାଦ ଜଣାଇଥିଲେ । ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମହିଳାଙ୍କ ଚିକିତ୍ସା ଖର୍ଚ୍ଚ ବୃଦ୍ଧି ପାଇଁ ପ୍ରସ୍ତାବ ଦେଇଥିବା ମମତା ପଡ଼ିଆମୀ ମଧ୍ୟ ସଭାରେ ଯୋଗଦେଇ ତାଙ୍କ ମତାମତ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ୫ ଟି ସଚିବ ଭିକେ ପାଣ୍ଡିୟାନ, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ଖଣି ମନ୍ତ୍ରୀ ପଦ୍ମନାଭ ବେହେରା, ହସ୍ତତନ୍ତ ମନ୍ତ୍ରୀ ପଦ୍ମିନୀ ଦିଆନ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ଅନୁସୂଚିତ ଜାତି ଓ ଜନଜାତି, ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ସମେତ ବିଧାୟକ ପ୍ରଣବ ପ୍ରକାଶ ଦାସ, ଆଦିତ୍ୟ ମାଡ଼ି, ଚିତ୍ରକୋଣ୍ଡା, ପୂର୍ଣ୍ଣଚନ୍ଦ୍ର ବାକା, ଚନ୍ଦ୍ର ସାରଥି ବେହେରା, ମନୋହର ରନ୍ଧାରୀ, ପ୍ରକାଶ ଚନ୍ଦ୍ର ମାଝି, ରଘୁରାମ ପଡ଼ାଲ , ମକରନ୍ଦ ମୁଦୁଲି, ସଦାଶିବ ପ୍ରଧାନୀ, ପ୍ରଭୁ ଜାନି, ପୂର୍ବତନ ବିଧାୟକ ଆକାଶ ଦାସ ନାୟକଙ୍କ ସମେତ ୧୦ ଜଣ ନିଗମ ଅଧ୍ୟକ୍ଷ,ଜିଲ୍ଲାପାଳ ବିଶାଳ ସିଂ, ନେତା ଓ ଦଳୀୟ କ ର୍ମୀ ଯୋଗ ଦେଇଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
୧୨ ବର୍ଷରୁ ଉର୍ଦ୍ଧ୍ୱ ଶିଶୁଙ୍କୁ  ଟିକା ପ୍ରସ୍ତାବ ମଞ୍ଜୁରୀ

୧୨ ବର୍ଷରୁ ଉର୍ଦ୍ଧ୍ୱ ଶିଶୁଙ୍କୁ ଟିକା ପ୍ରସ୍ତାବ ମଞ୍ଜୁରୀ

Read More...

ଓଡ଼ିଶାରେ ଦୁଇ କେନ୍ଦ୍ରମନ୍ତ୍ରୀ:  ପୁରୀକୁ ଗଡ଼ିବ ‘ବନ୍ଦେ ଭାରତ’ଟ୍ରେନ: ବୈଷ୍ଣବ

ଓଡ଼ିଶାରେ ଦୁଇ କେନ୍ଦ୍ରମନ୍ତ୍ରୀ: ପୁରୀକୁ ଗଡ଼ିବ ‘ବନ୍ଦେ ଭାରତ’ଟ୍ରେନ: ବୈଷ୍ଣବ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page