ମୁଣ୍ଡ ଟେକିଲା ଜାତିଗତ ଜନଗଣନା : ପଛୁଆ ବର୍ଗଙ୍କୁ ନ୍ୟାୟ ଦେବାକୁ ଲଢେଇ କରିବାକୁ ବିଜେଡ଼ିର ଆହ୍ୱାନ

August 24, 2021, ଓଡ଼ିଶା, , Anupambharat News Bureau


ମୁଣ୍ଡ ଟେକିଲା ଜାତିଗତ ଜନଗଣନା :  ପଛୁଆ ବର୍ଗଙ୍କୁ ନ୍ୟାୟ ଦେବାକୁ ଲଢେଇ କରିବାକୁ ବିଜେଡ଼ିର ଆହ୍ୱାନ
Anupambharat News Bureau
August 24, 2021


ଭୁବନେଶ୍ୱର, ୨୪ା୮(ଅନୁପମ ମିଡ଼ିଆ): ଆଗକୁ ପଞ୍ଚାୟତ ନିର୍ବାଚନ ରହିଥିବା ବେଳେ ପୁଣି ମୁଣ୍ଡ ଟେକିଛି ଜାତିଗତ ଜନଗଣନା ପ୍ରସଙ୍ଗ । ଏହାକୁ ଖୋଦ ଶାସକ ବିଜେଡ଼ି ଉଠାଇବା ପରେ ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ହେବାରେ ଲାଗିଛି । ଏପରିକି ରାଜ୍ୟର ବିଜେପି ନେତାମାନେ ମଧ୍ୟ ଏହି ଦାବି ଉଠା;ୁ ବୋଲି ଆହ୍ୱାନ ଦେଇଛି ବିଜୁ ଜନତା ଦଳ ।
ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡିର ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ଡକଫର ଅରୁଣ ସାହୁ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଓଡିଶା ସରକାର ପଛୁଆବର୍ଗଙ୍କୁ ସାମାଜିକ ନ୍ୟାୟ ପ୍ରଦାନ ପାଇଁ ବଦ୍ଧ ପରିକର । ହେଲେ ସଂଘୀୟ ଢାଞ୍ଚା ଓ ଆଇନଗତ କଟକଣା ଏଥିରେ ବାଧା ହୋଇଛି । ପଛୁଆବର୍ଗଙ୍କ ପାଇଁ ଯୋଜନା ପ୍ରସ୍ତୁତ ପୂର୍ବରୁ ସେମାନଙ୍କ ସଂଖ୍ୟା ଜାଣିବା ନିହାତି ଆବଶ୍ୟକ । କେନ୍ଦ୍ର ମନା କରିବା ପରେ ରାଜ୍ୟ ସରକାର ୨୦୨୦ ମସିହା ଜାନୁଆରୀ ୧୧ରେ କ୍ୟାବିନେଟ ବୈଠକରେ ଜାତି ଭିତ୍ତିକ ଜନଗଣନା ପାଇଁ ପ୍ରସ୍ତାବ ଗୃହୀତ ହୋଇଥିଲା । ଏହାର କିଛି ଦିନ ପରେ ରାଜ୍ୟ ସରକାର ଓବିସି କମିଶନ ଗଠନ କରିଥିଲେ ।
ଏହା ପରବର୍ତ୍ତୀ କ୍ୟାବିନେଟ୍‌ ବୈଠକରେ ପଛୁଆବର୍ଗ କମିସନ (ସଂଶୋଧନ) ବିଧେୟକ ଗୃହୀତ କରାଯାଇଥିଲା । ଇତି ମଧ୍ୟରେ କମିଶନ କାର୍ଯ୍ୟକ୍ଷମ ହୋଇସାରିଛି । ଓଡିଶାରେ ଅନ୍ୟ ପଛୁଆ ବର୍ଗ (ଓବିସି) ସାମାଜିକ ଆର୍ଥିକ ପଛୁଆବର୍ଗ (ଏସଇବିସି) ସଂଖ୍ୟା ରାଜ୍ୟରେ ମୋଟ ଜନସଂଖ୍ୟା ଅଧାରୁ ଅଧିକ । ସେମାନଙ୍କ ସଂଖ୍ୟାର ଅଧା ସଂରକ୍ଷଣ ବି ସେମାନଙ୍କୁ ଦିଆଯାଇପାରି ନାହିଁ । ନିକଟରେ ଏହି ଦାବି ନେଇ ବିଜେଡି ସଂସଦୀୟ ପ୍ରତିନିଧି ଦଳ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଭେଟିସାରିଛନ୍ତି । ଦେଢ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ନବୀନ ପଟ୍ଟନାୟକ ଏହି ଦାବି ଉଠାଇ ଆସୁଛନ୍ତି । ନବୀନ ପଟ୍ଟନାୟକଙ୍କ ଏହି ଦାବିକୁ ଭାରତବର୍ଷର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, ରାଜନୈତିକ ଦଳ ବି ସମର୍ଥନ ଜଣାଇ ଆସୁଛନ୍ତି । ଇତିମଧ୍ୟରେ ନବୀନ ପଟ୍ଟନାୟକଙ୍କୁ ଅନୁସରଣ କରି ଜାତିଭିତ୍ତିକ ଜନଗଣନା ଏବଂ ୫୦% ସଂରକ୍ଷଣ କଟକଣା ଉଠାଇବା ସପକ୍ଷରେ ବିଜେପିର ସହଯୋଗୀ ଦଳମାନେ ମଧ୍ୟ ମତ ପ୍ରକାଶ କଲେଣି ।
ପଛୁଆବର୍ଗର ସାମାଜିକ, ଆର୍ଥିକ ବିକାଶ ଓ ସେମାନଙ୍କୁ ଦୀର୍ଘମିଆଦୀ ସୁବିଧା ଦେବା ପାଇଁ ଓଡିଶାକୁ ଦେଖି ଅନ୍ୟ ରାଜ୍ୟମାନେ ଏହି ଦାବି ଉଠାଇ ସାରିଛନ୍ତି । ହେଲେ ଓଡିଶା ବିଜେପି ନେତୃତ୍ୱ ଓ ଜନପ୍ରତିନିଧିମାନେ ଭୟଙ୍କର ନୀରବତା ଅବଲମ୍ବନ କରୁଛନ୍ତି । ଏହି ନିରବତା ସେମାନଙ୍କୁ ଓବିସି/ଏସଇବିସି ବର୍ଗ ବିରୋଧୀ ବୋଲି ଦର୍ଶାଉଛି । ଓଡିଶା ରାଜ୍ୟର ବିଜେପି ନେତାମାନେ ଏହି ଦାବି ଉଠା;ୁ । ଏହି ଦାବି ପୂରଣ ନ ହେଲା ପର୍ଯ୍ୟନ୍ତ ବିଜୁ ଜନତା ଦଳ ପଲ୍ଲୀ ଠାରୁ ଆରମ୍ଭ କରି ଦିଲ୍ଲୀ ପର୍ଯ୍ୟନ୍ତ ଲଢେଇ ଜାରି ରଖିବ ବୋଲି ସ୍ୱାଇଁ ଓ ଡକଫର ସାହୁ କହିଛନ୍ତି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଉ ୧୦ ରୂପାନ୍ତରିତ ସ୍କୁଲ ଲୋକାର୍ପିତ:   ପିଲାଙ୍କ ସଫଳତା ହିଁ ହେବ ବଡ଼ ପୁରସ୍କାର: ନବୀନ

ଆଉ ୧୦ ରୂପାନ୍ତରିତ ସ୍କୁଲ ଲୋକାର୍ପିତ: ପିଲାଙ୍କ ସଫଳତା ହିଁ ହେବ ବଡ଼ ପୁରସ୍କାର: ନବୀନ

Read More...

 ଯଶୋଧାରା ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଯଶୋଧାରା ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page