ଆଉ ୧୦ ରୂପାନ୍ତରିତ ସ୍କୁଲ ଲୋକାର୍ପିତ: ପିଲାଙ୍କ ସଫଳତା ହିଁ ହେବ ବଡ଼ ପୁରସ୍କାର: ନବୀନ

August 28, 2021, ଓଡ଼ିଶା, , Anupambharat News Bureau


ଆଉ ୧୦ ରୂପାନ୍ତରିତ ସ୍କୁଲ ଲୋକାର୍ପିତ:   ପିଲାଙ୍କ ସଫଳତା ହିଁ ହେବ ବଡ଼ ପୁରସ୍କାର: ନବୀନ
Anupambharat News Bureau
August 28, 2021


ଭୁବନେଶ୍ୱର, ୨୮ା୮(ଅନୁପମ ମିଡ଼ିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରେ ଆଜି ଚତୁର୍ଥ ପର୍ଯ୍ୟାୟରେ ୫ଟି କାର୍ଯ୍ୟକ୍ରମରେ ଆଉ ୧୦ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଲୋକାର୍ପିତ ହୋଇଥିବା ବିଦ୍ୟାଳୟ ଗୁଡିକ ହେଲା ­ପଞ୍ଚାୟତ ହାଇସ୍କୁଲ, ଦୁରବନ୍ଧ ­ପଞ୍ଚାୟତ ସରକାରୀ ହାଇସ୍କୁଲ, ସେରଗଡ­ ପଞ୍ଚାୟତ ବୃନ୍ଦାବନ ସରକାରୀ ହାଇସ୍କୁଲ, ହିଞ୍ଜିଳିକାଟୁ ମୁ୍ୟନିସ୍‌ପାଲଟି ରାମଚନ୍ଦ୍ରପୁର ହାଇସ୍କୁଲ, ନରେନ୍ଦ୍ରପୁର ପଞ୍ଚାୟତ ୟୁଏନ୍‌ ହାଇସ୍କୁଲ, ସିକ୍ରୀ ­ପଞ୍ଚାୟତ ବି. ବ୍ରହ୍ମପୁର ହାଇସ୍କୁଲ, କୃଷ୍ଣଛାଇ ­ପଞ୍ଚାୟତ ସରକାରୀ ୟୁଜି ହାଇସ୍କୁଲ, ବିକେପୁର, ପୁଟିଆପଦର­ପଞ୍ଚାୟତ ନରେନ୍ଦ୍ରପୁର ହାଇସ୍କୁଲ, ନରେନ୍ଦ୍ରପୁର ­ପଞ୍ଚାୟତ ସରକାରୀ ୟୁଜି ହାଇସ୍କୁଲ, ନନ୍ଦିକା ­ପଞ୍ଚାୟତ ଏବଂ ପିତଳ ବାଳକ ହାଇସ୍କୁଲ
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ହିଞ୍ଜିଳିର ଏ ସ୍କୁଲ ରୂପାନ୍ତର ପିଲାମାନଙ୍କ ମଧ୍ୟରେ ଖୁସି ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ଉଜ୍ଜଳ ଭବିଷ୍ୟତକୁ ସାକାର କରିବ ଓ ସେମାନଙ୍କୁ ଜୀବନର ସବୁ କ୍ଷେତ୍ରରେ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିବ । । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ଯୁଗ ପ୍ରତିଯୋଗିତାର ଯୁଗ । ଜ୍ଞାନର ଯୁଗ । ବର୍ତ୍ତମାନ ଯୁଗର ଆବଶ୍ୟକତାକୁ ଆଖି ଆଗରେ ରଖି ଆମେ ପିଲାଙ୍କୁ ସବୁଠାରୁ ଭଲ ସୁବିଧା ଦେବା ପାଇଁ ଚେଷ୍ଟା କରିଛୁ । ହିଞ୍ଜିଳିରୁ ଆରମ୍ଭ ହୋଇଥିବା ଏ ପରିବର୍ତ୍ତନ, ଏ ରୂପାନ୍ତର ଓଡିଶାର ଭବିଷ୍ୟତକୁ ଉଜ୍ଜଳ କରିବ ଓ ଓଡିଶାର ପିଲାମାନଙ୍କୁ ଦେଶର ଶ୍ରେଷ୍ଠ ନାଗରିକ କରି ଗଢିତୋଳିବ ବୋଲି ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଆଶା ବ୍ୟକ୍ତ କରିଥିଲେ ।
ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛାତ୍ର ଜୀବନ ହେଉଛି ଭବିଷ୍ୟତ ଗଢିବାର ସମୟ । ପିଲାମାନଙ୍କର ଭବିଷ୍ୟତ ଭଲ ହେଲେ, ରାଜ୍ୟ ଓ ଦେଶର ଭବିଷ୍ୟତ ମଧ୍ୟ ଉଜ୍ଜଳ ହେବ । ତେଣୁ ସବୁ ପିଲାମାନେ ନିଜ ଭବିଷ୍ୟତ ପାଇଁ ଯେଉଁ ସ୍ୱପ୍ନ ଦେଖିଛନ୍ତି, ତାକୁ ସାକାର କରିବା ପାଇଁ କଠୋର ପରିଶ୍ରମ କର;ୁ ଏବଂ ନିଜ ପାଇଁ ଓ ନିଜ ପରିବାର ପାଇଁ ସଫଳତା ଆଣ;ୁ ବୋଲି ସେ କହିଥିଲେ । ପିଲା ମାନଙ୍କ ସଫଳତା ହିଁ ହେବ ଆମ ପାଇଁ ସବୁଠାରୁ ବଡ଼ ପୁରସ୍କାର । ୫-ଟି କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରି ଏହାର ପ୍ରତ୍ୟେକ ନୀତିର ପ୍ରୟୋଗରେ କିପରି ବିଦ୍ୟାଳୟ ରୂପାନ୍ତରଣ କରାଯାଇଛି, ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବୁଝାଇଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟରେ ପ୍ରତିଫଳିତ ହେବ । ଓଡିଶାର ସବୁ ସ୍କୁଲରେ ଆସିବ ରୂପାନ୍ତରଣ । ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରୀ ଜଗନ୍ନାଥ ସାରକା ,ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଓ ବିଧାୟକ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିର ସ୍କୁଲ ମାନଙ୍କର ଏ ରୂପାନ୍ତରଣ ସମସ୍ତଙ୍କ ପାଇଁ ଏକ ଶିକ୍ଷଣୀୟ ଉଦାହରଣ । ଜନପ୍ରତିନିଧି ଭାବରେ ସେମାନେ ସମାଜର ସବୁ କ୍ଷେତ୍ରରେ ଏପରି ପରିବର୍ତ୍ତନ ଆଣିବା ପାଇଁ ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ଆଗାମୀ ନଭେମ୍ବର ୧୪ ଶିଶୁ ଦିବସରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ରୂପାନ୍ତରିତ ହୋଇ ଥିବା ୧୦୭୦ ଲୋକାର୍ପିତ ହେବ ବୋଲି ୫ଟି ସଚିବ ଭି କେ ପାଣ୍ଡିଆନ୍‌ ସୂଚନା ଦେଇଥିଲେ । ସୂଚନାଯୋଗ୍ୟ ଯେ ଗତ ୨୧ରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା । ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି । ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ । ଆଜି ସୁଦ୍ଧା ୪୦ଟି ସ୍କୁଲ ଲୋକାର୍ପିତ ହୋଇଛି । ମୁଖ୍ୟମନ୍ତ୍ରୀ ଙ୍କ ସହିତ ଆଲୋଚନା ସମୟରେ ସ୍ମୃତି ,ଅଙ୍କିତା , ପୂଜା ରାଣୀ ,ପ୍ରnାଶ୍ରୀ ଅମ୍ବିକା ଆଶା ,ଦୁର୍ଗା ମାଧବ ଆଦି ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ମାନେ ସେମାନେ ଆଗକୁ ବଢି ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନ ସାକାର କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
୧୦ ଜିଲ୍ଲାରେ ପ୍ରବଳ ବର୍ଷିବ

୧୦ ଜିଲ୍ଲାରେ ପ୍ରବଳ ବର୍ଷିବ

Read More...

ମୁଣ୍ଡ ଟେକିଲା ଜାତିଗତ ଜନଗଣନା :  ପଛୁଆ ବର୍ଗଙ୍କୁ ନ୍ୟାୟ ଦେବାକୁ ଲଢେଇ କରିବାକୁ ବିଜେଡ଼ିର ଆହ୍ୱାନ

ମୁଣ୍ଡ ଟେକିଲା ଜାତିଗତ ଜନଗଣନା : ପଛୁଆ ବର୍ଗଙ୍କୁ ନ୍ୟାୟ ଦେବାକୁ ଲଢେଇ କରିବାକୁ ବିଜେଡ଼ିର ଆହ୍ୱାନ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page