୧୦ ଜିଲ୍ଲାରେ ପ୍ରବଳ ବର୍ଷିବ

August 28, 2021, ଓଡ଼ିଶା, , Anupambharat News Bureau


୧୦ ଜିଲ୍ଲାରେ ପ୍ରବଳ ବର୍ଷିବ
Anupambharat News Bureau
August 28, 2021


ଭୁବନେଶ୍ୱର,୨୮ା୮(ଅନୁପମ ମିଡ଼ିଆ) ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପରେ ରହିଥିବା ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିମି ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଛି ଏବଂ ଏହା ଦକ୍ଷିଣ ଆଡ଼କୁ ଢଳି ରହିଛି । ଏହାର ପ୍ରଭାବରେ ଆସନ୍ତାକାଲି ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଫଳରେ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ ଓ ମୌସୁମୀ ସକ୍ରିୟ ହେବ । ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଓଡ଼ିଶାର ୧୦ଟି ଜିଲ୍ଲାରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳର ଗୋଟେ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୯ରୁ ୩୦ ମଧ୍ୟରେ କୋରାପୁଟ, ମାଲକାନଗିରି , ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ ଗଜପତି ଓ ରାୟଗଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
 ‘କମନ୍‌ ୟୁଜର୍‌ ପେଟ୍ରୋଲିୟମ ଫାସିଲିଟି’ର ଭୂମିପୂଜନ :  ଶିଳ୍ପାୟନ ଅଭିବୃଦ୍ଧିରେ ଭୂମିକା ନେବ: ଧର୍ମେନ୍ଦ୍ର

‘କମନ୍‌ ୟୁଜର୍‌ ପେଟ୍ରୋଲିୟମ ଫାସିଲିଟି’ର ଭୂମିପୂଜନ : ଶିଳ୍ପାୟନ ଅଭିବୃଦ୍ଧିରେ ଭୂମିକା ନେବ: ଧର୍ମେନ୍ଦ୍ର

Read More...

ଆଉ ୧୦ ରୂପାନ୍ତରିତ ସ୍କୁଲ ଲୋକାର୍ପିତ:   ପିଲାଙ୍କ ସଫଳତା ହିଁ ହେବ ବଡ଼ ପୁରସ୍କାର: ନବୀନ

ଆଉ ୧୦ ରୂପାନ୍ତରିତ ସ୍କୁଲ ଲୋକାର୍ପିତ: ପିଲାଙ୍କ ସଫଳତା ହିଁ ହେବ ବଡ଼ ପୁରସ୍କାର: ନବୀନ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page