୪୪୩ ଶିକ୍ଷକଙ୍କୁ ମିଳିଲା ନିଯୁକ୍ତି : ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ ହେବ ରୋଲ ମଡ଼େଲ’

September 05, 2021, ଓଡ଼ିଶା, , Anupambharat News Bureau


୪୪୩ ଶିକ୍ଷକଙ୍କୁ ମିଳିଲା ନିଯୁକ୍ତି :  ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ ହେବ ରୋଲ ମଡ଼େଲ’
Anupambharat News Bureau
September 05, 2021


ଭୁୁବନେଶ୍ୱର, ୫ା୯(ଅନୁପମ ମିଡିଆ): ­ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ରବିବାର ଲୋକସେବା ଭବନର କନଭେନସନ ସେଣ୍ଟରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡିଶା ଆଦର୍ଶ ବିଦ୍ୟାଳୟ ଗୁଡିକରେ ୪୪୩ ଜଣ ଶିକ୍ଷକ ନିଯୁକ୍ତି ପ୍ରଦାନ କରାଯାଇଛି । ସୋମାନଙ୍କ ମଧ୍ୟରେ ୧୫୬ ଜଣ ଶିକ୍ଷୟତ୍ରୀ ଅଛନ୍ତି ।
ଏହି ଅବସରରେ ନବନିଯୁକ୍ତ ଶିକ୍ଷକ ମାନଙ୍କୁ ସ୍ୱାଗତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ରାଜ୍ୟର ସବୁ ଅଞ୍ଚଳର ମେଧାବୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ମୋର ଲକ୍ଷ୍ୟ । ଏହି ଉଦ୍ଦେଶ୍ୟରେ ରାଜ୍ୟରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଓଡିଶା ଆଦର୍ଶ ବିଦ୍ୟାଳୟ ଜରିଆରେ ଇଂରାଜୀ ମାଧ୍ୟମରେ ଶିକ୍ଷା ପ୍ରଦାନ କରାଯାଉଛି । ବିଶେଷକରି ଗ୍ରାମାଞ୍ଚଳ ଓ ଅର୍ଦ୍ଧ ସହରାଞ୍ଚଳର ମେଧାବୀ ଛାତ୍ରଛାତ୍ରୀମାନେ ଏହାଦ୍ୱାରା ଉପକୃତ ହେଉଛନ୍ତି । ଗୁଣାତ୍ମକ ଶିକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ସାରା ଦେଶରେ ଆଦର୍ଶ ବିଦ୍ୟାଳୟ ଗୁଡିକ ଏକ ରୋଲ ମଡେଲ ହେଉ ବୋଲି ସେ ଚାହାଁନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜାତୀୟ ସ୍ତରର ବିଭିନ୍ନ ପ୍ରବେଶିକା ପରୀକ୍ଷାରେ ସଫଳତା ହାସଲ କରିବା ପାଇଁ ଏହି ବିଦ୍ୟାଳୟ ଗୁଡିକୁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି । ପିଲାମାନଙ୍କ ମନରେ ଯେପରି ଆଶା ଓ ଆତ୍ମବିଶ୍ୱାସ ବୃଦ୍ଧି ହେବ ଏବଂ ସେମାନେ ଏହି ପ୍ରତିଯୋଗୀତାମୂଳକ ଦୁନିଆରେ ସବୁପ୍ରକାର ବାଧାବିଘ୍ନକୁ ଅତିକ୍ରାନ୍ତ କରି ସଫଳତାର ପାହାଚ ଚଢିପାରିବେ ତାହା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ପିଲାମାନଙ୍କୁ ଭବିଷ୍ୟତର ସଫଳତା ପାଇଁ ଠିକ୍‌ ଭାବରେ ଗାଇଡ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ ।ପ୍ରତି ଛାତ୍ରଛାତ୍ରୀଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଆମର ଉଦ୍ୟମ ହେବ ନୂଆ ଓ ରୂପାନ୍ତରିତ ଓଡଶା ଗଠନରେ ବଳିଷ୍ଠ ପଦକ୍ଷେପ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଏବଂ ଏଦିଗରେ ଶିକ୍ଷକ ମାନେ ସେମାନଙ୍କ ଗୁରୁ ଦାୟିତ୍ୱ ନିର୍ବାହ କରିବାକୁ ଆଗେଇ ଆସିବାକୁ
ଆହ୍ୱାନ ଜଣାଇଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଦର୍ଶ ବିଦ୍ୟାଳୟ ଗୁଡିକ ପାଇଁ ଏକ ଦଶ ସୂତ୍ରୀ ଲକ୍ଷ୍ୟ ଘୋଷଣା କରିଥିଲେ । ଏଥିରେ ପିଲାମାନଙ୍କୁ ରକ୍ତଦାନ, ପରିବେଶ ସୁରକ୍ଷା ,ସହିତ ସାକ୍ଷରତା ଅଭିଯାନରେ ସାମିଲ କରିବା ଯୋଗ ,କ୍ରୀଡା ଓ ସୁସ୍ଥ ଜୀବନଶୈଳୀ ଆଦି ପାଇଁ ଉତ୍ସାହିତ କରିବା ଜାତୀୟ ଅନ୍ତଜାତୀୟ ପ୍ରତିଯୋଗିତାରେ ସଫଳତା ପାଇଁ ପିଲାଙ୍କୁ ପ୍ରସ୍ତୁତ କରିବା ,ସ୍କୁଲ ସମୟରୁ ଦକ୍ଷତା ର ବିକାଶ ପ୍ରତି ଯତ୍ନବାନ ହେବା ଆଦି ବିଭିନ୍ନ ବିଷୟ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି ।ଏତଦବ୍ୟତୀତ ପ୍ରତି ଆଦର୍ଶ ବିଦ୍ୟାଳୟ କୁ ଏକ ଦଶ ବର୍ଷିଆ ଭିଜନ ଡକ୍ୟୁମେଂଟ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହି ଅବସରରେ ୨୦୨୧ର ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଶିକ୍ଷକ ଭଦ୍ରକ ଜିଲ୍ଲା ସ୍କୁଲର ସହକାରୀ ଶିକ୍ଷକ ଅଶୋକ କୁମାର ତ୍ରିପାଠୀ ଓ ଛତ୍ରପୁର ୟୁ.ପି ସ୍କୁଲର ପ୍ରଧାନ ଶିକ୍ଷକ ଅଜିତ କୁମାର ସେଠୀଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ ।
ଏହି କାର୍ଯ୍ୟକ୍ରମ ରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ,ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଗଠନର ଅଧ୍ୟକ୍ଷ ଉପେନ୍ଦ୍ର ତ୍ରିପାଠୀ ପ୍ରମୁଖ ଉଦ୍‌ ବୋଧନ ଦେଇ ଆଦର୍ଶ ବିଦ୍ୟାଳୟ ପିଲାଙ୍କ ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିଛି ବୋଲି ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଙ୍କ ସଚିବ ୫ଟି ଭି କେ ପାଣ୍ଡିଆନ୍‌ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ,ଉନ୍ନୟନ କମିଶନର ପି କେ ଜେନା ପ୍ରମୁଖ ଯୋଗ ଦେଇଥିଲେ । ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ସ୍ୱାଗତ ଭାଷଣ ଦେଇ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
 ଅସ୍ତିତ୍ୱକୁ ନେଇ ଆଶଙ୍କା : ଦୁର୍ଦ୍ଦିନରେ ଦୂରଦର୍ଶନ ଓ ଆକାଶବାଣୀ

ଅସ୍ତିତ୍ୱକୁ ନେଇ ଆଶଙ୍କା : ଦୁର୍ଦ୍ଦିନରେ ଦୂରଦର୍ଶନ ଓ ଆକାଶବାଣୀ

Read More...

୨୪ ଘଣ୍ଟାରେ ଲଘୁଚାପ !

୨୪ ଘଣ୍ଟାରେ ଲଘୁଚାପ !

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page