‘ମୋ ସରକାର’ର ସମୀକ୍ଷା : ଲୋକଙ୍କ ସହ ସିଧାସଳଖ କଥା ହେଲେ ନବୀନ

October 05, 2021, ଓଡ଼ିଶା, , Anupambharat News Bureau


‘ମୋ ସରକାର’ର ସମୀକ୍ଷା : ଲୋକଙ୍କ ସହ ସିଧାସଳଖ କଥା ହେଲେ ନବୀନ
Anupambharat News Bureau
October 05, 2021


ଭୁବନେଶ୍ୱର,୫ା୧୦(ଅନୁପମ ମିଡ଼ିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟରେ ମୋ ସରକାରର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରି ବିଭାଗୀୟ ଅଧିକାରୀମାନଙ୍କୁ ଏ କ୍ଷେତ୍ରରେ ଆହୁରି କ୍ରିୟାଶୀଳ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି । ସମସ୍ତେ ବିଭିନ୍ନ କ୍ଷେତ୍ରରେ ସରକାରୀ ସେବା ପାଉଛନ୍ତି ବା ବିଭିନ୍ନ କଲ୍ୟାଣକାରୀ ଯୋଜନାର ହିତାଧିକାରୀ ଅଟନ୍ତି । ଏ ସମସ୍ତଙ୍କର ଫିଡବ୍ୟାକ ରେକର୍ଡ କରାଯାଇ ଏହା ଭିତିରେ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯାଇଛି । ବର୍ତ୍ତମାନ ଏହାକୁ ପରବର୍ତ୍ତୀ ସ୍ତରକୁ ନେବାର ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ତେଣୁ ସବୁ ସ୍ତରରେ, ସବୁ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଲୋକଙ୍କ ଠାରୁ ଅଧିକରୁ ଅଧକ ଫିଡବ୍ୟାକ୍‌ ନେବାପାଇଁ ସେ ପରାମର୍ଶ ଦେଇଥିଲେ ।
ସେ କହିଥିଲେ ଯେ ସବୁ ସରକାରଙ୍କ ଲକ୍ଷ୍ୟ ହେଉଛି ଲୋକଙ୍କୁ ସେବା ଯୋଗାଇଦେବା । ତେଣୁ ଲୋକଙ୍କଠାରୁ ନିୟମିତ ଭାବରେ ଫିଡବ୍ୟାକ୍‌ ଗ୍ରହଣ କରି ଏବଂ ତାହାକୁ ଭିତ୍ତିକରି ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନେଲେ କିମ୍ବା ନୀତି ବା ପ୍ରକ୍ରିୟାରେ ଆବଶ୍ୟକ ସଂଶୋଧନ କରିବା ଦ୍ୱାରା ଲୋକଙ୍କ ପାଖରେ ସରକାରଙ୍କ ପ୍ରାସଙ୍ଗିକତା ରହିବ ।ରାଜ୍ୟ ସରକାରଙ୍କ ପ୍ରଶାସନ ୫-ଟି ନୀତି ଦ୍ୱାରା ପରିଚାଳିତ ଏବଂ ଏହାଦ୍ୱାରା ସବୁ କ୍ଷେତ୍ରରେ ରୂପାନ୍ତର ଆଣିବା ଆମର ଲକ୍ଷ୍ୟ । ବିଭିନ୍ନ କ୍ଷେତ୍ରରେ ଓଡିଶା ଏବେ ଯେଉଁ ଉଲ୍ଲେଖନୀୟ ପଦକ୍ଷେପ ନେଇ ସାରା ବିଶ୍ୱର ନଜରକୁ ଆସିପାରିଛି । ମହିଳା ସଶକ୍ତିକରଣ ଠାରୁ ଆରମ୍ଭ କରି କୃଷକ ମାନଙ୍କୁ ସହାୟତା, ସହରାଞ୍ଚଳ ପରିଚାଳନା ବ୍ୟବସ୍ଥା, କ୍ରୀଡା, ଦକ୍ଷତା ବିକାଶ, ସ୍ୱାସ୍ଥ୍ୟ ସେବା ଓ ସ୍କୁଲ ରୂପାନ୍ତର ଆଦି କାର୍ଯ୍ୟକ୍ରମ ଗୁଡିକରେ ରାଜ୍ୟ ଅନେକ ପ୍ରଶଂସା ପାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ କେତେକ ହିତାଧିକାରୀଙ୍କ ସହିତ ଟେଲିଫୋନ୍‌ରେ ସିଧାସଳଖ କଥାହୋଇ ସେମାନଙ୍କଠାରୁ ଫିଡବ୍ୟାକ ନେଇଥିଲେ । ଜାତିଗତ ପ୍ରମାଣପତ୍ର ନେବା ପାଇଁ ତହସିଲକୁ ଯାଇଥିବା ବ୍ୟକ୍ତି, ମୁ୍ୟନିସିପାଲ୍‌ଟିକୁ ସେବା ପାଇଁ ଯାଇଥିବା ବ୍ୟକ୍ତି, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ବେସରକାରୀ ହସ୍ପିିଟାଲକୁ ଚିକିତ୍ସା ପାଉଥିବା ବ୍ୟକ୍ତି, ଥାନାକୁ ବିଭିନ୍ନ ଅଭିଯୋଗ ନେଇ ଯାଇଥିବା ବ୍ୟକ୍ତି ମାନଙ୍କ ସହିତ ମୁଖ୍ୟମନ୍ତ୍ରୀ କଥା ହୋଇଥିଲେ ଏବଂ ସେମାନେ କିପରି ସେବା ପାଇଲେ, ସେମାନଙ୍କ ସହିତ ଉତ୍ତମ ବ୍ୟବହାର କରାଯାଇଥିଲା କି ନାହିଁ, କିମ୍ବା ସେମାନଙ୍କ ଠାରୁ କୌଣସି ପ୍ରକାର ଅର୍ଥ ମଗାଯାଇଥିଲା କି ନାହିଁ, ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପଚାରି ବୁଝିଥିଲେ । ତହସିଲ ଓ ସବ୍‌ ରେଜିଷ୍ଟାର ଅଫିସରେ ଦିଆ ଯାଉଥିବା ସେବାରେ ଉନ୍ନତି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ ।
ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ ମୋ ସରକାର କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି କହିଲେ ଯେ ବ୍ୟବସ୍ଥା କିପରି କାମ
କରୁଛି, ତାକୁ ଜାଣିବା ହେଉଛି ମୋ ସରକାରର ଲକ୍ଷ୍ୟ । ଲୋକଙ୍କୁ ସମ୍ମାନର ସହିତ ସେବା ଯୋଗାଇଦେବା ହେଉଛି ସରକାରଙ୍କ ଦାୟିତ୍ୱ । ସେମାନେ ଯେପରି କୌଣସି କାର୍ଯ୍ୟାଳୟରେ ଖରାପ ବ୍ୟବହାର ନ ପାଆନ୍ତି ଏବଂ ବୃତ୍ତିଗତ ସେବା ପାଆନ୍ତି, ତାକୁ ସୁନିଶ୍ଚିତ କରିବା ହେଉଛି ମୋ ସରକାରର ଲକ୍ଷ୍ୟ ବୋଲି ସେ କହିଥିଲେ ।
ଇଲୋକେଫ୍ରାନିକ୍‌ସ ଓ ଆଇଟି ସଚିବ ମନୋଜ କୁମାର ମିଶ୍ର ମୋ ସରକାର ଉପରେ ଏକ ଉପସ୍ଥାପନା ରଖି କହିଲେ ଯେ, ବର୍ତ୍ତମାନ ୨୭ଟି ବିଭାଗର ୨୨୫ଟି ସେବା ମୋ ସରକାରରେ ଅନ୍ତର୍ଭୁକ୍ତ ହୋଇଛି । ଆଉ ମାସକ ମଧ୍ୟରେ ୨୫୦ଟି ସେବା ଅନ୍ତର୍ଭୁକ୍ତ ହେବ । ଏହି କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ୨ କୋଟି ଲୋକଙ୍କ ଡାଟାବେସ୍‌ ରଖାଯାଇଛି ।
ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ତିନି ବୈଜ୍ଞାନିକଙ୍କୁ ନୋବେଲ

ତିନି ବୈଜ୍ଞାନିକଙ୍କୁ ନୋବେଲ

Read More...

ହିଞ୍ଜିଳିରେ ଚାଞ୍ଚଲ୍ୟ : ଅପହରଣ ପରେ ବୃଦ୍ଧଙ୍କୁ ହତ୍ୟା

ହିଞ୍ଜିଳିରେ ଚାଞ୍ଚଲ୍ୟ : ଅପହରଣ ପରେ ବୃଦ୍ଧଙ୍କୁ ହତ୍ୟା

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page