ଦରଦାମ ବୃଦ୍ଧି ପ୍ରତିବାଦ: ବିଜେଡିର ଆଜି ଧାରଣା

October 30, 2021, ଓଡ଼ିଶା, , Anupambharat News Bureau


ଦରଦାମ ବୃଦ୍ଧି ପ୍ରତିବାଦ:  ବିଜେଡିର ଆଜି ଧାରଣା
Anupambharat News Bureau
October 30, 2021


ଭୁବନେଶ୍ୱର, ୩୦ା୧୦(ଅନୁପମ ମିଡିଆ): ପେଟ୍ରୋଲ, ଡିଜେଲ ଓ ଏଲପିଜି ଦର ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ବିରୁଦ୍ଧରେ ଆସନ୍ତାକାଲି ବିଜୁ ମହିଳା ଜନତା ଦଳ ପକ୍ଷରୁ ରାଜଭବନ ସମ୍ମୁଖରେ ଧାରଣା ପ୍ରଦର୍ଶନ କରାଯିବ । କେନ୍ଦ୍ରର ବିଜେପି ସରକାର ଦ୍ୱାରା, ପେଟ୍ରୋଲ, ଡିଜେଲ, ଏଲପିଜି, ଖାଇବାତେଲ, ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିକୁ ହ ୍ରାସ ଦାବିରେ ଏକ ସ୍ମାରକପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ପ୍ରଦାନ କରାଯିବ । ସେହିପରି ଆସନ୍ତା ନଭେମ୍ବର ୧ ତାରିଖରେ ପ୍ରତ୍ୟେକ ବିଧାନସଭା ନିର୍ବାଚନମଣ୍ଡଳୀ ସ୍ତରରେ ବିଜୁ ଜନତା ଦଳ ପକ୍ଷରୁ ପ୍ରତିବାଦ କରାଯିବା ସହିତ ଜିଲ୍ଲାପାଳ/ଉପଜିଲ୍ଲାପାଳ/ବିଡିଓ କିମ୍ବା ଅନ୍ୟ କ୍ଷମତାପ୍ରାପ୍ତ ଅଧିକାରୀଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯିବ ବୋଲି ବିଜେଡି ପକ୍ଷରୁ ସୂଚନା ଦିଆଯାଇଛି । ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ବିଜେଡିର ବରିଷ୍ଠ ନେତା ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ ଓ ପ୍ରମିଳା ମଲ୍ଲିକ ।
ସେମାନେ କହିଛନ୍ତି ଯେ କେନ୍ଦ୍ରରେ କ୍ଷମତାସୀନ ବିଜେପି ଦର ଦାମ ନିୟନ୍ତ୍ରଣ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି । ଯାହାକି ଓଡିଶା ଓ ଦେଶର ଲୋକଙ୍କ ପାଇଁ ଯନ୍ତ୍ରଣାଦାୟକ ହୋଇଛି । ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ଅକ୍ଷମଣୀୟ । ରାଜ୍ୟ ତମାମ ସବୁ ବର୍ଗର ପରିବାରକୁ ରନ୍ଧନଗ୍ୟାସର ଦରବୃଦ୍ଧି ପ୍ରଭାବିତ କରିଛି । ୧୫.୪ କିଲୋ ଓଜନର ରନ୍ଧନଗ୍ୟାସ ସିଲିଣ୍ଡର ଦର ରାଜ୍ୟରେ ଏବେ ୧୦୦୦ ଟଙ୍କା ଛୁଇଁଛି । ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୯ ଟଙ୍କା ୭୧ ପଇସା, ଡିଜେଲ ୧୦୬ ଟଙ୍କା ୩୨ ପଇସା ଓ ୧୪.୨ କିଲୋ ଏଲପିଜି ସିଲିଣ୍ଡର ଦର ୯୨୬ ଟଙ୍କା ରହିଛି । ତେବେ ୨୦୧୯ରେ ବିଜେପି କେନ୍ଦ୍ରରେ ଦୁଇଥର କ୍ଷମତାକୁ ଆସିଥିବାବେଳେ ପେଟ୍ରୋଲ ଲିଟର ୭୧ ଟଙ୍କା ଓ ଡିଜେଲ ୬୫ ଟଙ୍କା ରହିଥିଲା । ଗତ ଦୁଇବର୍ଷ ମଧ୍ୟରେ ପେଟ୍ରୋଲ ଓ ଡିଜେଲ ଦର ଆକାଶଛୁଆଁ ଗତିରେ ୩୦ ପ୍ରତିଶତରୁ ଅଧିକ ବୃଦ୍ଧି ପାଇଛି ଯାହାକି ନିକଟ ଅତୀତରେ ଇନ୍ଧନ ଦର ବୃଦ୍ଧିରେ ସର୍ବାଧିକ । ବଜାର ବିଶେଷଜ୍ଞଙ୍କ ଅନୁସାରେ କ୍ରମାଗତ ଇନ୍ଧନ ଦର ବୃଦ୍ଧି ଯୋଗୁଁ ବିଗତ ବର୍ଷରେ ଅତ୍ୟାବଶ୍ୟକ
ସାମଗ୍ରୀର ଦର ବୃଦ୍ଧି ୪୦% ରୁ ୧୦୦% ପର୍ଯ୍ୟନ୍ତ ବୃଦ୍ଧି ପାଇଛି ।
ଏସବୁ ସ୍ଥିତିରେ ସୁଧାର ଆଣିବା ପାଇଁ କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାର ବିଶେଷ କିଛି ପଦକ୍ଷେପ ନେଉନାହାନ୍ତି । ରନ୍ଧନଗ୍ୟାସ, ପରିବହନ ଓ ପ୍ରତ୍ୟେକ ଲୋକଙ୍କର ଦୈନନ୍ଦନି ମୌଳିକ ଆବଶ୍ୟକତା ସହ ଜଡିତ ସବୁକିଛି ମହଙ୍ଗା ହେବାରେ ଲାଗିଛି । କେନ୍ଦ୍ର ସରକାରଙ୍କ ତ୍ରୁଟିପୂର୍ଣ୍ଣ ଆର୍ଥିକ ପରିଚାଳନା ଯୋଗୁଁ ଏସବୁ ସମସ୍ୟା ଅଧିକ ହେବାରେ ଲାଗିଛି ବୋଲି ସେମାନେ କହିଛନ୍ତି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ନଭେମ୍ବର ଗାଇଡ୍‌ଲାଇନ୍‌ : ସହରାଞ୍ଚଳରେ ନାଇଟ କର୍ଫୁ୍ୟ ଜାରି

ନଭେମ୍ବର ଗାଇଡ୍‌ଲାଇନ୍‌ : ସହରାଞ୍ଚଳରେ ନାଇଟ କର୍ଫୁ୍ୟ ଜାରି

Read More...

ନଭେମ୍ବର ୧ରୁ ଭୋଟର ତାଲିକା ସଂଶୋଧନ

ନଭେମ୍ବର ୧ରୁ ଭୋଟର ତାଲିକା ସଂଶୋଧନ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page