ନଭେମ୍ବର ୧୫କୁ ଜନଜାତୀୟ ଗୌରବ ଦିବସ ଘୋଷଣା

November 10, 2021, ଦେଶ, , Anupambharat News Bureau


ନଭେମ୍ବର ୧୫କୁ ଜନଜାତୀୟ ଗୌରବ ଦିବସ ଘୋଷଣା
Anupambharat News Bureau
November 10, 2021


ନୂଆଦିଲ୍ଲୀ, ୧୦ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ନଭେମ୍ବର ୧୫କୁ ଜନଜାତୀୟ ଗୌରବ ଦିବସଭାବେ ପାଳନ କରିବା ପ୍ରସ୍ତାବ ଅନୁମୋଦିତ ହୋଇଛି । ମହାନ୍‌ ପରାକ୍ରମୀ ଆଦିବାସୀ ସ୍ୱାଧୀନତା ସଂଗ୍ରାମୀମାନଙ୍କ ପାଇଁ ଏହି ଦିବସକୁ ଉତ୍ସର୍ଗ କରାଯାଇଛି । ଏହାଫଳରେ ଆଗାମୀ ପିଢି ଦେଶ ପାଇଁ ଏହି ମହାନ୍‌ ଆଦିବାସୀ ସଂଗ୍ରାମୀମାନଙ୍କର ବଳିଦାନ ସମ୍ପର୍କରେ ଅବଗତ ହୋଇପାରିବେ । ଭାରତୀୟ ସ୍ୱାଧୀନତା ସଂଗ୍ରାମର ମୂଳଦୁଆ ଅନେକ ଆଦିବାସୀ ଗୋଷ୍ଠୀ ଯେପରିକି ସାନ୍ତାଳ, ତମାର, କୋହ୍ଲ, ଭିଲ, ଖାସୀ ଓ ମିଜୋ ଯୋଗୁଁ ମଜବୁତ ହୋଇଥିଲା । ବିଭିନ୍ନ ଆଦିବାସୀ ଗୋଷ୍ଠୀଙ୍କ ଦ୍ୱାରା ବୈପ୍ଲବିକ ଆନ୍ଦୋଳନ ସେମାନଙ୍କ ଅସୀମ ପରାକ୍ରମ ଓ ଚରମ ତ୍ୟାଗ ଯୋଗୁଁ ସମ୍ଭବ ହୋଇଥିଲା । ଦେଶର ବିଭିନ୍ନ ପ୍ରାନ୍ତରେ ବ୍ରିଟିଶ ଉପନିବେଶୀୟ ଶାସନ ବିରୁଦ୍ଧରେ ହୋଇଥିବା ଆଦିବାସୀ ଆନ୍ଦୋଳନ ସ୍ୱାଧୀନତା ସଂଗ୍ରାମ ସହ ଯୋଡି ହୋଇ ଦେଶବ୍ୟାପୀ ଭାରତୀୟମାନଙ୍କୁ ଉତ୍ସାହିତ କରିଥିଲା । ତେବେ ଅଧିକାଂଶ ଆଦିବାସୀ ବୀରମାନଙ୍କ ସମ୍ପର୍କରେ ବିଶେଷ ଜାଣନ୍ତି ନାହିଁ । ୨୦୧୬ ମସିହା ସ୍ୱାଧୀନତା ଦିବସରେ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ଅନୁସାରେ ଭାରତ ସରକାର ଦେଶବ୍ୟାପୀ ଦଶଟି ଆଦିବାସୀ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟ ସ୍ଥାପନ ପାଇଁ ମଞ୍ଜୁରି ପ୍ରଦାନ କରିଛନ୍ତି । ଏହି ଦିବସଟି ହେଉଛି ବିର୍ସା ମୁଣ୍ଡାଙ୍କ ଶତବାର୍ଷିକୀ ଯାହାଙ୍କୁ ଦେଶବ୍ୟାପୀ ଆଦିବାସୀମାନେ ଭଗବାନଭାବେ ମାନନ୍ତି । ବିର୍ସାମୁଣ୍ଡା ବ୍ରିଟିଶ ଉପନିବେଶୀୟ ଶୋଷଣ ବିରୁଦ୍ଧରେ ଅସୀମ ସାହସର ସହ ସୁଦୀର୍ଘ ସଂଗ୍ରାମର ନେତୃତ୍ୱ ନେଉଥିଲେ ଯାହା ଉଲଗୁଲାନ(ବିପ୍ଳବ) ନାମରେ ପ୍ରସିଦ୍ଧି ଲାଭ କରିଥିଲା । ଜନଜାତୀୟ ଗୌରବ ଦିବସ ଘୋଷଣା ଆଦିବାସୀ ଜନମାନସର ଗୌରବମୟ ଇତିହାସ ଓ ସାଂସ୍କୃତିକ ଐତିହ୍ୟର ଏକ ସ୍ୱୀକୃତି । ଏହି ଦିବସ ପ୍ରତିବର୍ଷ ପାଳିତ ହୋଇ ଆଦିବାସୀମାନଙ୍କ ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ, ଭାରତୀୟ
ମୂଲ୍ୟବୋଧ ଓ ଶୌର୍ଯ୍ୟ, ସେବା ଓ ଜାତୀୟ ଗର୍ବ ଲୋକଲୋଚନକୁ ଆଣିବ । ବିର୍ସା ମୁଣ୍ଡା ଶେଷ ନିଶ୍ୱାସ ତ୍ୟାଗ କରିଥିବା ରାଞ୍ଚିର ଜନଜାତି ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟକୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିବେ । ୧୫ରୁ ୨୨ ପର୍ଯ୍ୟନ୍ତ ସାତଦିନ ଧରି ଆଦିବାସୀମାନଙ୍କ ୭୫ବର୍ଷର ଗୌରବମୟ ଇତିହାସ ସଂସ୍କୃତି ଓ ସାଫଲ୍ୟକୁ ଉତ୍ସବଭାବେ ପାଳନ କରିବାକୁ ସ୍ଥିର କରିଛନ୍ତି । କାର୍ଯ୍ୟକ୍ରମ ଗୁଡିକରେ ଅନନ୍ୟ ଆଦିବାସୀ ସାଂସ୍କୃତିକ ଐତିହ୍ୟ, ସ୍ୱାଧୀନତା ସଂଗ୍ରାମରେ ସେମାନଙ୍କ ଅବଦାନ, ଅଧିକାର ଚଳଣି, ପରମ୍ପରା, ସ୍ୱାସ୍ଥ୍ୟ, ଶିକ୍ଷା, ଖାଦ୍ୟପେୟ ଓ ଜୀବନଜୀବିକାର ଝଲକ ରହିବ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
 ଆଜିଠୁ ଦୁଇଦିନ  ବନ୍ଦ ରହିବ ଶ୍ରୀମନ୍ଦିର

ଆଜିଠୁ ଦୁଇଦିନ ବନ୍ଦ ରହିବ ଶ୍ରୀମନ୍ଦିର

Read More...

ଅତ୍ୟାଧୁନିକ ଓମ୍‌ଫେଡ୍‌ ପ୍ଲାଣ୍ଟ ଆରମ୍ଭ : ଚାଷୀଙ୍କ ରୋଜଗାର ବଢିବ :ମୁଖ୍ୟମନ୍ତ୍ରୀ

ଅତ୍ୟାଧୁନିକ ଓମ୍‌ଫେଡ୍‌ ପ୍ଲାଣ୍ଟ ଆରମ୍ଭ : ଚାଷୀଙ୍କ ରୋଜଗାର ବଢିବ :ମୁଖ୍ୟମନ୍ତ୍ରୀ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page