ନବନିଯୁକ୍ତ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଶିକ୍ଷକତା ଚାକିରୀ ନୁହେଁ ଏକ ସଂକଳ୍ପ

August 01, 2022, ଓଡ଼ିଶା, , Anupambharat News Bureau


 ନବନିଯୁକ୍ତ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଶିକ୍ଷକତା ଚାକିରୀ  ନୁହେଁ ଏକ ସଂକଳ୍ପ
Anupambharat News Bureau
August 01, 2022


ଭୁବନେଶ୍ୱର, ୧ା୭(ଅନୁପମ ମିଡ଼ିଆ):­ ଆପଣମାନେ ସମସ୍ତେ ଯୁବକ ଓ ବହୁତ ଉତ୍ସାହୀ । ତେଣୁ ଶିକ୍ଷକତାକୁ ଏକ ଚାକିରୀ ଭାବରେ ଗ୍ରହଣ ନକରି ଏହାକୁ ଏକ ସଂକଳ୍ପ ଭାବେ ନେଇ କାମ କର;ୁ । ମୋର ବିଶ୍ୱାସ, ମୋ ଓଡ଼ିଶାର ପିଲାମାନଙ୍କ ଭବିଷ୍ୟତକୁ ଉଜ୍ଜଳ କରିବାରେ ଆପଣମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥାନୀୟ କଳିଙ୍ଗ ହକି ଷ୍ଟାଡିଅମ ଠାରେ ନବନିଯୁକ୍ତ ଶିକ୍ଷକଙ୍କୁ ଉଦବୋଧନ ଦେଇ ଏହି ପରାମର୍ଶ ଦେଇଛନ୍ତି ।
ସୂଚନାଯୋଗ୍ୟ ଯେ ଆଜି ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗରେ ୬୮୯୧ ଜଣ ଶିକ୍ଷକ-ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି । ଏହି ନବନିଯୁକ୍ତ ଶିକ୍ଷକ ମାନଙ୍କ ପାଇଁ ସ୍ଥାନୀୟ କଳିଙ୍ଗ ହକି ଷ୍ଟାଡିଅମ ଠାରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମ ଜୋରଦାରରେ ଜାରି ରହିଛି । ଗତ ୩ ବର୍ଷ ମଧ୍ୟରେ ୧୪ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତି ପାଇଛନ୍ତି ବୋଲି ସେ କହିଥିଲେ ।
ଶିକ୍ଷକତା ପରି ଏକ ମହାନ ବୃତିରେ ଯୋଗ ଦେଇଥିବାରୁ ସେମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଶିକ୍ଷକମାନେ ହେଉଛନ୍ତି ରାଷ୍ଟ୍ରନିର୍ମାତା । ଜାତିର ଗୌରବ । ଦେଶର ଭବିଷ୍ୟତ ପୀଢିକୁ ଗଢିବାର ପବିତ୍ର ଦାୟିତ୍ୱ ଆପଣମାନେ ନେଉଛନ୍ତି । ଶିକ୍ଷା ହିଁ କେବଳ ଗୋଟିଏ ବ୍ୟକ୍ତି ବା ପରିବାର ବା ସମାଜ ନୁହେଁ, ଶିକ୍ଷା ଗୋଟିଏ ଜାତିର ଭାଗ୍ୟ ପରିବର୍ତନ କରିଦିଏ ବୋଲି ସେ ମତବ୍ୟକ୍ତ କରିଥିଲେ । ଶିକ୍ଷା ହେଉଛି ରୂପାନ୍ତରର ଶକ୍ତିଶାଳୀ ମାର୍ଗ । ସ୍ୱଚ୍ଛତା, ପ୍ରଯୁକ୍ତିବିଦ୍ୟା, ଟିମ୍‌ ୱାର୍କ, ସମୟ ଓ ରୂପାନ୍ତର ହେଉଛି ଆମ ପ୍ରଶାସନିକ ବ୍ୟବସ୍ଥାର ମନ୍ତ୍ର ବୋଲି ସେ କହିଥିଲେ । ସ୍କୁଲ ରୂପାନ୍ତର ବିଷୟରେ ସୂଚନା ଦେଇ ସେ କହିଲେ ଯେ ଏ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ୪୦୦୦ ସ୍କୁଲର ରୂପାନ୍ତର କାମ ସରିଲାଣି । ଡିସେମ୍ବର ୨୦୨୩ ସୁଦ୍ଧା ଆଉ ଚାରି ହଜାର ଆଠ ଶହ ସ୍କୁଲ ରୂପାନ୍ତର କରାଯିବ ।
ମୁଖ୍ୟମନ୍ତ୍ରୀ କହିଲେ, ‘ଆପଣଙ୍କ ଗାଁ, ଆପଣଙ୍କ ବ୍ଲକ୍‌ରେ ମଧ୍ୟ ଆପଣମାନେ ସ୍କୁଲର ନୂଆ ରୂପ ନିଶ୍ଚୟ ଦେଖିଥିବେ । ସ୍କୁଲ ରୂପାନ୍ତର ପିଲାଙ୍କ ଭିତରେ ନୂଆ ଉତ୍ସାହ ଆଣିଛି । ସେ ’କାର୍ଯ୍ୟକ୍ରମରେ ଯୋଗଦେଇ ଶିଳ୍ପ ଓ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ ଏବଂ ଜଳସଂପଦ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ ପ୍ରମୁଖ ଶିକ୍ଷା କ୍ଷେତ୍ରରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ପିଲାମାନଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରିଛି ଏବଂ ଶିକ୍ଷା କ୍ଷେତ୍ରରେ ଏକ ନୂତନ ପରିଚୟ ସୃଷ୍ଟି କରିଛି ବୋଲି ମତବ୍ୟକ୍ତ କରିଥିଲେ । ଏହି ଅବସରରେ ସ୍ୱାଗତ ଭାଷଣ ଦେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ରାଜ୍ୟରେ ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମକୁ ସୁବ୍ୟବସ୍ଥିତ କରାଯାଇଛି ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର,
ବିଦ୍ୟାଳୟ ଓ ଗଣଶିକ୍ଷା ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ, ମୁଖ୍ୟମନ୍ତ୍ରୀ ସଚିବ (୫-ଟି) ଭିକେ ପାଣ୍ଡିଆନ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଯାହା କହିଛୁ, ତାହା କରିବୁ:ଚୀନ

ଯାହା କହିଛୁ, ତାହା କରିବୁ:ଚୀନ

Read More...

ୟୁଏଇ ବନ୍ୟାରେ ସାତ ମୃତ : ଦେଶର ବହୁ ଅଞ୍ଚଳ ଜଳାର୍ଣ୍ଣବ

ୟୁଏଇ ବନ୍ୟାରେ ସାତ ମୃତ : ଦେଶର ବହୁ ଅଞ୍ଚଳ ଜଳାର୍ଣ୍ଣବ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page