ବଢିବ ବର୍ଷା

August 03, 2022, ଓଡ଼ିଶା, , Anupambharat News Bureau


ବଢିବ ବର୍ଷା
Anupambharat News Bureau
August 03, 2022


ଭୁବନେଶ୍ୱର, ୩ା୮(ଅନୁପମ ମିଡ଼ିଆ):­ ମୌସୁମୀ ନିମ୍ନ ଚାପ ରେଖା ଆଜି ପଞ୍ଜାବର ଅମ୍ରିତସରରୁ ବାହାରି ଚଣ୍ଡିଗଡ, ବରେଲୀ, ଫୁରସତଗଞ୍ଜ, ବାରଣାସୀ, ଝାଡ଼ଖଣ୍ଡ ର ଡଲଟନଗଞ୍ଜ ମଧ୍ୟଦେଇ ଓଡ଼ିଶାର ବାଲେଶ୍ୱରରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ୩୦ ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରପୁଟ ଓ ମାଲକାନଗିରି ପ୍ରଭୃତି ୩୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୩୦ଟି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ସେହିପରି ୪ରୁ ୫ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର,ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି,ମାଲକାନଗିରି,
କୋରାପୁଟ, ରାୟଗଡା, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସାଇବର ଥାନା: ଦାନ୍ତ ନଥିବା ବାଘ : ମାତିଛନ୍ତି ଠକ, ରୋକିବାରେ ବିଫଳ

ସାଇବର ଥାନା: ଦାନ୍ତ ନଥିବା ବାଘ : ମାତିଛନ୍ତି ଠକ, ରୋକିବାରେ ବିଫଳ

Read More...

 ବାତିଲ ସମସ୍ତ ଏକ୍ସପ୍ରେସ ଟ୍ରେନ ଚଳାଚଳ କରିବ

ବାତିଲ ସମସ୍ତ ଏକ୍ସପ୍ରେସ ଟ୍ରେନ ଚଳାଚଳ କରିବ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page