ନବୀନଙ୍କୁ ଭେଟିଲେ, ଗଞ୍ଜାମ ନବନିର୍ବାଚିତ ସାଂସଦ ଓ ବିଧାୟକ

May 25, 2019, ଓଡ଼ିଶା, , Anupambharat News Bureau


ନବୀନଙ୍କୁ ଭେଟିଲେ, ଗଞ୍ଜାମ ନବନିର୍ବାଚିତ ସାଂସଦ ଓ ବିଧାୟକ
Anupambharat News Bureau
May 25, 2019

ବ୍ରହ୍ମପୁର,୨୫ ।୫(ଅନୁପମ ମିଡ଼ିଆ) : ନିର୍ବାଚନରେ ଗଞ୍ଜାମ ଜିଲ୍ଲାର ସାଂସଦ ଓ ବିଧାୟକ ନିର୍ବାଚିତ ହେବା ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତ ନୂତନ ସାଂସଦ ଓ ବିଧାୟକମାନଙ୍କୁ ଅଭିନନ୍ଦନ ଜଣାଇବା ସହ ନିର୍ବାଚନ ମଣ୍ଡଳୀରେ ଜନସାଧାରଣଙ୍କ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଥିଲେ । ଜିଲ୍ଲା ବିଜେଡି ସଭାପତି ତଥା ଗୋପାଳପୁର ବିଧାୟକ ଡ.ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ଏକତି୍ରତ ହୋଇ ନବୀନ ନିବାସ ଯାଇଥିଲେ । ଏହି ଅବସରରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ଆସିକା ସାଂସଦ ପ୍ରମିଳା ବିଷୋୟୀ, ଭଞ୍ଜନଗର ବିଧାୟକ ବିକ୍ରମକେଶରୀ ଆରୁଖ, ଆସିକା ବିଧାୟିକା ମଞ୍ଜୁଳା ସ୍ୱାଇଁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣୀ ବୈଦ୍ୟ, ବ୍ରହ୍ମପୁରର ପୂର୍ବତନ ବିଧାୟକ ଡା.ରମେଶଚନ୍ଦ୍ର ଚ୍ୟାଉପଟ୍ଟନାୟକ, ବିଡିଏ ଅଧ୍ୟକ୍ଷ ସୁବାଷ ମହାରଣା ପ୍ରମୁଖ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ପଦବୀ ଅଳଙ୍କୃତ କରୁଥିବାରୁ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମଧ୍ୟ ସମସ୍ତ ନୂତନ ସାଂସଦ ଓ ବିଧାୟକମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର, ହତ୍ୟା ଅଭିଯୋଗ

ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର, ହତ୍ୟା ଅଭିଯୋଗ

Read More...

ବ୍ରହ୍ମପୁରର ବୋହୂ ହେଲେ ଆନ୍ଧ୍ରର ବିଧାୟିକା

ବ୍ରହ୍ମପୁରର ବୋହୂ ହେଲେ ଆନ୍ଧ୍ରର ବିଧାୟିକା

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page