ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ :ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ

August 12, 2022, ଓଡ଼ିଶା, , Anupambharat News Bureau


ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ :ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ
Anupambharat News Bureau
August 12, 2022

ଭୁବନେଶ୍ୱର, ୧୨ା୮(ଅନୁପମ ମିଡ଼ିଆ):ଦୀର୍ଘ ୨୯ ବର୍ଷ ପରେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହୋଇଛି। ୨୯ ବର୍ଷ ପୂର୍ବେ ଚାଷୀଙ୍କ ପାଇଁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ସ୍ବପ୍ନ ଦେଖିଥିଲେ, ଆଜି ଏହାକୁ ନବୀନ ବାବୁ ପୂରଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡରେ ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ବ୍ଲକ ରେ ଥିବା ହତିବାରି ଠାରେ ଥିବା ଦେଓ ଜଳସେଚନ ପ୍ରକଳ୍ପ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୂରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପ ­ ଦେଓ ଓ ସୁବର୍ଣ୍ଣରେଖା ପ୍ରକଳ୍ପ ­ ଲୋକାର୍ପିତ କରିଛନ୍ତି । ଏହାସହିତ ଜିଲ୍ଲାର ଅନେକ ବିକାଶମୂଳକ କାର୍ଯ୍ୟ ପାଇଁ ଭିତ୍ତିିିପ୍ରସ୍ତର ରଖିଛନ୍ତି । ଆଜି ମୟୂରଭଞ୍ଜର ରାସଗୋବିନ୍ଦପୁରସ୍ଥିତ ଟିକପଦାଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପ ଲୋକାର୍ପିତ କରି କହିଛନ୍ତି ଯେ ଜନଜାତି ଭାଇଭଉଣୀ ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ଆଜି ସୁଫଳ ଦେବା ଆରମ୍ଭ କରିଛି । ଶିକ୍ଷା ଓ ରୋଜଗାର ଜରିଆରେ ସେମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ବହୁତ ଆଗକୁ ଯାଇପାରିଛି । ଜନଜାତି ପିଲାମାନେ ଆଜି ସେମାନଙ୍କ ଦକ୍ଷତା ବଳରେ ଦେଶ ବିଦେଶରେ ସୁନାମ କରିପାରୁଛନ୍ତି ବୋଲି ସେ କହିଥିଲେ । ଆଜି ଲୋକାର୍ପିତ ଦୁଇଟି ପ୍ରକଳ୍ପ ମଧ୍ୟରୁ ସୁବର୍ଣ୍ଣରେଖା ପ୍ରକଳ୍ପ ଦ୍ୱାରା ମୟୁରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ୧୭,୧୨୧ ହେକଫର ଅତିରିକ୍ତ ଚାଷ ଜମି ପାଇଁ ଜଳସେଚନର ସୁବିଧା ମିଳିବ । ଏହାଦ୍ୱାରା ଉଭୟ ଜିଲ୍ଲାର ୫୫ ହଜାର ଚାଷୀ ଉପକୃତ ହେବେ । ଏତିପାଇଁ ୬୮୫ କୋଟି ଟଙ୍କା ବିନିଯୋଗ କରାଯାଇଛି । ସୂଚନାଯୋଗ୍ୟ ଯେ ସୁବର୍ଣ୍ଣରେଖା ରାଜ୍ୟ ସରକାରଙ୍କ ଏକ ବୃହତ ଜଳସେଚନ ପ୍ରକଳ୍ପ । ଏହାଦ୍ୱାରା ସମୁଦାୟ ୭୦ ହଜାର ହେକଫର ଜମିକୁ ଜଳସେଚିତ କରିବାର ଲକ୍ଷ୍ୟ ରଖାଯାଇଛି । ର୍ବମାନ ସୁଦ୍ଧା ୫୦ ହଜାର ହେକଫରରୁ ଅଧିକ ଚାଷ ଜମିକୁ ପାଣି ସୁବିଧା କରାଯାଇପାରିଛି ।
୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ପିଲାମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି କରିଛି । ଯେତେବେଳେ ମୟୁରଭଞ୍ଜର ଗୋଟିଏ ପିଲାଟିଏ ଗାଁ ସ୍କୁଲରେ ବିଶ୍ୱସ୍ତରୀୟ ଶିକ୍ଷା ସୁବିଧା ପାଉଛି, ସେତେବେଳେ କେବଳ ସେ ପିଲା ନୁହେଁ, ବା ଗାଁ ନୁହେଁ, ସାରା ଓଡିଶାର ଆଗକୁ ବଢିବାର ଚିତ୍ର ସ୍ପଷ୍ଟ ହେଉଛି ବୋଲି ସେ କହିଥିଲେ । ମୟୁରଭଞ୍ଜର କଳା ଓ ସଂସ୍କୃତିର ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସାରା ଭାରତରେ ମୟୁରଭଞ୍ଜର ଏକ ସ୍ୱତନ୍ତ୍ର ପରିଚୟ ରହିଛି । ମୟୁରଭଞ୍ଜର ଜନଜାତି ଭାଇଭଉଣୀ ମାନଙ୍କର ଏକ ସମୃଦ୍ଧ ପରମ୍ପରା ରହିଛି । ସେ ଗୌରବକୁ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁଜୀ ଆହୁରି ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ତାଙ୍କ ପାଇଁ ଆମେ ସମସ୍ତେ ଗର୍ବିତ ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର, ମୋରଡା ବିଧାୟକ ରାଜକିଶୋର ଦାସ, ବାଙ୍ଗରିପୋଷି ବିଧାୟକ ସୁଦାମ ମାର୍ଣ୍ଡି ଓ ମୟୂରଭଞ୍ଜ ଜିଲ୍ଲା ପରିଷଦ ସଭାପତି ଭାରତୀ ହାଂସଦା ପ୍ରମୁଖ ବକ୍ତବ୍ୟ ରଖି ମୟୂରଭଞ୍ଜର ଚାଷୀ ମାନଙ୍କ ପାଇଁ ଏହି ଦୁଇଟି ପ୍ରକଳ୍ପର ଗୁରୁତ୍ୱ ବିଷୟରେ ଆଲୋକପାତ କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଜୁଲାଇରେ ଖୁଚୁରା ମୁଦ୍ରାସ୍ପୀତି ୬.୭୧%

ଜୁଲାଇରେ ଖୁଚୁରା ମୁଦ୍ରାସ୍ପୀତି ୬.୭୧%

Read More...

ଘୂର୍ଣ୍ଣିବଳୟ ସକ୍ରିୟ, ଆଜି ଲଘୁଚାପ

ଘୂର୍ଣ୍ଣିବଳୟ ସକ୍ରିୟ, ଆଜି ଲଘୁଚାପ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page