୧୯ରେ ପୁଣି ଲଘୁଚାପ

August 16, 2022, ଓଡ଼ିଶା, , Anupambharat News Bureau


୧୯ରେ ପୁଣି ଲଘୁଚାପ
Anupambharat News Bureau
August 16, 2022


୧୯ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ୧୮ରୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିବ । ୧୯ ଏବଂ ୨୦ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ । ୧୮ ତାରିଖରୁ ବର୍ଷାର ପରିମାଣ ବଢିବ । ଏହି ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର , ଭଦ୍ରକ , କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ,
ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୯ ଓ ୨୦ ତାରିଖରେ ମଧ୍ୟ ଅଧିକ ବର୍ଷା ସମ୍ଭାବନା ଥିବାରୁ ବିଭିନ୍ନ ଜିଲ୍ଲାଗୁଡିକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।
ପୂର୍ବ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଭଳି ସ୍ଥିତିରେ ଆଉ ଏକ ଲଘୁଚାପକୁ ନେଇ ଚିନ୍ତାରେ ଅଛନ୍ତି ରାଜ୍ୟବାସୀ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଲଗାଣ ବର୍ଷା ଆଣିଲା ବନ୍ୟା ସ୍ଥିତି :  ଆସନ୍ତା ୪୮ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ:ଏସ୍‌ଆରସି

ଲଗାଣ ବର୍ଷା ଆଣିଲା ବନ୍ୟା ସ୍ଥିତି : ଆସନ୍ତା ୪୮ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ:ଏସ୍‌ଆରସି

Read More...

ଜିରୋ କାଜୁଆଲଟି ଉପରେ ଗୁରୁତ୍ୱ

ଜିରୋ କାଜୁଆଲଟି ଉପରେ ଗୁରୁତ୍ୱ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page