ଜଳ ସମ୍ପଦ ମନ୍ତ୍ରୀଙ୍କ ବନ୍ୟା ସ୍ଥିତି ସମୀକ୍ଷା: ଆସନ୍ତା ଦୁଇ ଦିନ ଗୁରୁତ୍ୱପୂର୍ଣ୍ଣ

August 21, 2022, ଓଡ଼ିଶା, , Anupambharat News Bureau


ଜଳ ସମ୍ପଦ ମନ୍ତ୍ରୀଙ୍କ ବନ୍ୟା ସ୍ଥିତି ସମୀକ୍ଷା: ଆସନ୍ତା ଦୁଇ ଦିନ ଗୁରୁତ୍ୱପୂର୍ଣ୍ଣ
Anupambharat News Bureau
August 21, 2022


ଭୁବନେଶ୍ୱର ୨୧ା୮(ଅନୁପମ ମିଡ଼ିଆ): ରାଜ୍ୟରେ ସୁବର୍ଣ୍ଣରେଖା ଓ ବୈତରଣ ନଦୀରେ ଅଧିକ ଜଳପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ଜଳ ସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ ଆଜି ପୂର୍ବାହ୍ନରେ ସ୍ଥିତି ସମୀକ୍ଷା କରିଛନ୍ତି । ଆଭାସୀ ବ୍ୟବସ୍ଥା ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ଅର୍ଚ୍ଚନା ପଟ୍ଟନାୟକ, ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ,ସୁବର୍ଣ୍ଣରେଖା ଜଳସେଚନ ଡିଭିଜନର ମୁଖ୍ୟଯନ୍ତୀ,ବାଲେଶ୍ୱର ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ,ଜଳ ସମ୍ପଦ ବିଭାଗର ଅତିରିକ୍ତ ଶାସନ ସଚିବଙ୍କ ସମେତ ବିଭାଗର ଅନ୍ୟ ବରିଷ୍ଠ ପଦାଧିକାରୀ ଓ ଯନ୍ତ୍ରୀମାନ ଉପସ୍ଥିତ ଥିଲେ ।
ବନ୍ୟା ପରିପ୍ରେକ୍ଷୀରେ ବିଭାଗ ପକ୍ଷରୁ ପ୍ରସ୍ତୁତିକୁ ଅଧିକ ବ୍ୟାପକ କରିବା ନେଇ ମନ୍ତ୍ରୀ ସାହୁ ଗୁରୁତ୍ୱାରୋପ କରିଥିଲେ । ବୈଠକରେ ଆଲୋଚନା ଅନୁସାରେ ଆଜି ସକାଳ ସୁଦ୍ଧା ଝାଡଖଣ୍ଡର ଗାଲୁଡିହ ଜଳଭଣ୍ଡାରରୁ ୧୬ ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି । ଫଳରେ ଓଡିଶାରେ ସୁବର୍ଣ୍ଣରେଖା ନଦୀରେ ଆଜି ସନ୍ଧ୍ୟାରୁ ଆସନ୍ତା କାଲି ୧୦ ଟା ଭିତରେ ଜଳସ୍ତର ବୃଦ୍ଧି ପାଇବ ଓ ସେଥି ଯୋଗୁଁ ବଡ ଧରଣର ବନ୍ୟାର ସମ୍ଭାବନା ରହିଛି । ଫଳରେ ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର, ଭୋଗରାଇ, ବାଲିଆପାଳ ଓ ବସ୍ତା ଅଂଚଳ ପ୍ରଭାବିତ ହେବ । ମନ୍ତ୍ରୀ ସାହୁ କହିଛନ୍ତି ଯେ, ଆଗାମୀ ଦୁଇ ଦିନ ଆମ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବିଭିନ୍ନ ନଦୀବନ୍ଧ ଦାୟିତ୍ୱରେ ଥିବା ଅଧିକାରୀ ଓ ଯନ୍ତ୍ରୀମାନେ ସତର୍କ ରହି ନିୟମିତ ତଦାରଖ କର;ୁ । ମାନ୍ୟବର ମୁଖ୍ୟମନ୍ତ୍ରୀ ସବୁବେଳେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଉଛନ୍ତି ।ତେଣୁ ଏହାକୁ ଦୃଷ୍ଟିରେ ରଖି ଜଳ ସମ୍ପଦ ବିଭାଗର ଅଧିକାରୀ, କ୍ଷେତ୍ର ସ୍ତରରେ ଥିବା ଯନ୍ତ୍ରୀ ଓ କର୍ମଚାରୀ ଭାବେ ଅଧିକ ଚଳ ଚଞ୍ଚଳ ରହି ବନ୍ୟା ମୁକାବିଲା କରିବାକୁ ପରାମର୍ଶ ଦେଇଛନ୍ତି । ସମ୍ଭାବ୍ୟ ବନ୍ୟା ପରିପ୍ରେକ୍ଷୀରେ ଜନସାଧାରଣ ଭୟଭୀତ ନହେବାକୁ ଅନୁରୋଧ କରିବା ସହ ନଦୀଗୁଡିକରେ ବିଭିନ୍ନ ସମୟରେ ଜଳସ୍ତର ଓ ଜଳପ୍ରବାହ ସମ୍ପର୍କରେ ସଠିକ ସୂଚନା ପ୍ରଦାନ କରିବାକୁ ମନ୍ତ୍ରୀବିଭାଗୀୟ ଅଧିକାରୀ ଓ ଯନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ସ୍ୱତନ୍ତ୍ର ଶାସନ ସଚିବ ପଟ୍ଟନାୟକ କହିଛନ୍ତି ଯେ, ସବୁ ସମୟରେ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କ ସହିତ ଯୋଗାଯୋଗ କରାଯାଉଛି । ବନ୍ୟା ମୁକାବିଲା ପାଇଁ ବିଭାଗ ତରଫରୁ ବିଭିନ୍ନ ଜିଲ୍ଲାରେ ବରିଷ୍ଠ ଓ ଅଭିଜ୍ଞ ଅଧିକାରୀ ତଥା ଯନ୍ତ୍ରୀମାନଙ୍କୁ ପଠାଯାଇଛି ଓ ସେମାନେ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ସହିତ ସମନ୍ୱୟ ରଖି ବନ୍ୟାସ୍ଥିତି ଅନୁଧ୍ୟାନ କରି ବନ୍ୟା ପରିଚାଳନା କରୁଛନ୍ତି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
 ଦେବାଳିଆ ସ୍ଥିତିରେ ସିନେୱାର୍ଲଡ

ଦେବାଳିଆ ସ୍ଥିତିରେ ସିନେୱାର୍ଲଡ

Read More...

ପୁଟିନଙ୍କ ସହଯୋଗୀଙ୍କ   ଝିଅକୁ ହତ୍ୟା

ପୁଟିନଙ୍କ ସହଯୋଗୀଙ୍କ ଝିଅକୁ ହତ୍ୟା

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page