୯ରୁ ପ୍ରବଳ ବର୍ଷା : ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

September 05, 2022, ଓଡ଼ିଶା, , Anupambharat News Bureau


୯ରୁ ପ୍ରବଳ ବର୍ଷା : ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Anupambharat News Bureau
September 05, 2022


ଭୁବନେଶ୍ୱର, ୫ା୯ (ଅନୁପମ ମିଡିଆ): ­ ଆସନ୍ତା ୭ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୮ ତାରିଖରୁ ଦକ୍ଷିଣ ଓଡିଶାରେ ଏବଂ ୯ ତାରିଖରୁ ସାରା ରାଜ୍ୟରେ ବର୍ଷା ହେବ । କିଛି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳଚିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଂଜ, କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼ ପ୍ରଭୃତି ୨୫ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।ତେବେ ଗଜପତି, ରାୟଗଡା ଓ କୋରାପୁଟ ଜିଲ୍ଲାରେ ଅଧିକ ବର୍ଷା ହୋଇପାରେ । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଅସ୍ଥିରତା ଭିତରେ ଟଙ୍କା ଭଲ ପ୍ରଦର୍ଶନ କରୁଛି: ଶକ୍ତିକାନ୍ତ

ଅସ୍ଥିରତା ଭିତରେ ଟଙ୍କା ଭଲ ପ୍ରଦର୍ଶନ କରୁଛି: ଶକ୍ତିକାନ୍ତ

Read More...

ଚୀନ ଭୂକମ୍ପରେ ୪୬ ମୃତ

ଚୀନ ଭୂକମ୍ପରେ ୪୬ ମୃତ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page