ପାଞ୍ଚ ଦିନ ବର୍ଷା ସମ୍ଭାବନା

September 06, 2022, ଓଡ଼ିଶା, , Anupambharat News Bureau


ପାଞ୍ଚ ଦିନ ବର୍ଷା ସମ୍ଭାବନା
Anupambharat News Bureau
September 06, 2022


ଭୁବନେଶ୍ୱର,୬ା୯(ଅନୁପମ ମିଡ଼ିଆ): ­ ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୪୮ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୯ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ୯ ତାରିଖରୁ ବର୍ଷା ବଢିବ । ତେବେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ , ଖୋର୍ଦ୍ଧା , ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଗଜପତି, ରାୟଗଡା, କୋରାପୁଟ ଓ ନବଙ୍ଗପୁରରେ ଅଧିକ ବର୍ଷା ହୋଇପାରେ । ଏଥିପାଇଁ ଏହି ୨୩ ଟି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ୭ ରୁ ୮ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଟାର୍ଗେଟ-୨୦୨୪: କେଜରିୱାଲଙ୍କୁ ଭେଟିଲେ ନୀତିଶ

ଟାର୍ଗେଟ-୨୦୨୪: କେଜରିୱାଲଙ୍କୁ ଭେଟିଲେ ନୀତିଶ

Read More...

ନବୀନଙ୍କୁ ଭବ୍ୟ ସ୍ୱାଗତ

ନବୀନଙ୍କୁ ଭବ୍ୟ ସ୍ୱାଗତ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page