ବନ୍ୟା କ୍ଷୟକ୍ଷତି ରିପୋର୍ଟ : ୧.୨୬ ଲକ୍ଷ ହେକଫର ଚାଷ ଜମି କ୍ଷତିଗ୍ରସ୍ତ

September 07, 2022, ଓଡ଼ିଶା, , Anupambharat News Bureau


ବନ୍ୟା କ୍ଷୟକ୍ଷତି ରିପୋର୍ଟ :  ୧.୨୬ ଲକ୍ଷ ହେକଫର ଚାଷ ଜମି କ୍ଷତିଗ୍ରସ୍ତ
Anupambharat News Bureau
September 07, 2022


ଭୁବନେଶ୍ୱର, ୭ା୯(ଅନୁପମ ମିଡ଼ିଆ): ­ ଅଗଷ୍ଟରେ ହୋଇଥିବା ବନ୍ୟା ଓ ବର୍ଷାରେ ୧୪ ହଜାରରୁ ଅଧିକ ବାସଗୃହ କ୍ଷତିଗ୍ରସ୍ତ ହୋଇଛି । ସେହିପରି ୧, ୨୬, ୧୬୨ ହେକଫର ଚାଷ ଜମି ଶତକଡା ୩୩ ଭାଗରୁ ଉର୍ଦ୍ଧ୍ୱ ଫସଲ ହାନିହୋଇଛି । ବୁଧବାର ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷୟକ୍ଷତି ରିପୋର୍ଟ ଜାରି କରି ଏହି ସୂଚନା ଦିଆଯାଇଛି । ଜିଲ୍ଲାପାଳମାନଙ୍କ କ୍ଷୟକ୍ଷତି ରିପୋର୍ଟକୁ ଭିତ୍ତି କରି ବିଭିନ୍ନ ବାବଦକୁ ୧୨୮ କୋଟି ୫୮ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମଞ୍ଜୁର କରାଯାଇଛି ।
ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ସୂଚନା ଅନୁଯାୟୀ ଗତ ଅଗଷ୍ଟର ଦ୍ୱିତୀୟ ଓ ତୃତୀୟ ସପ୍ତାହରେ ହୋଇଥିବା ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଯୋଗୁଁ ରାଜ୍ୟର ୨୪ଟି ଜିଲ୍ଲା ଅନୁଗୁଳ, ବରଗଡ, ବୌଦ୍ଧ, ନୟାଗଡ, ସମ୍ବଲପୁର, ସୁବର୍ଣ୍ଣପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, ପୁରୀ, ଭଦ୍ରକ ବାଲେଶ୍ୱର, ଯାଜପୁର, କେଉଁଝର, ମୟୂରଭଞ୍ଜ, ବଲାଙ୍ଗିର, ଝାରସୁଗୁଡା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୂଆପଡା ଓ ସୁନ୍ଦରଗଡ ପ୍ରଭାବିତ ହୋଇଥିଲା । ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଦ୍ୱାରା ହୋଇଥିବା କ୍ଷୟକ୍ଷତିର ଆକଳନ ସମ୍ପୃକ୍ତ ଜିଲ୍ଲା ଓ ବିଭାଗମାନଙ୍କୁ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ।
ଜିଲ୍ଲାପାଳ ମାନଙ୍କଠାରୁ ପ୍ରାପ୍ତ କ୍ଷୟକ୍ଷତିର ଆକଳନର ତଥ୍ୟ ଅନୁଯାୟୀ ୧୪,୨୩୫ ଟି ବାସଗୃହ, ୧୨୩୬ ଟି ଗାଈ ଗୁହାଳ, ୫୦୩୬ ହେକଫର ଚାଷ ଜମି ବାଲିଚର, ୧୧୨୫ ଟି ଡଙ୍ଗା ଓ ଜାଲ, ୨୮.୩୮୨ ହେକଫର ମାଛ ପୋଖରୀ ଓ ୪୮୩.୧୪୫ ହେକଫର ମାଛ ଜାଁଳ ଚାଷ କ୍ଷତିଗ୍ରସ୍ତ ହୋଇଛି । ୧, ୨୬, ୧୬୨ ହେକଫର ଚାଷ ଜମି ଶତକଡା ୩୩ ଭାଗରୁ ଉର୍ଦ୍ଧ୍ୱ ଫସଲ ହାନୀ ହୋଇଛି ।
ଜିଲ୍ଲାପାଳ ମାନଙ୍କର କ୍ଷୟକ୍ଷତିର ଆକଳନକୁ ଭିତ୍ତିକରି ଘର ନିର୍ମାଣ ସହାୟତା, ବାସନକୁସନ ସହାୟତା, କୃଷି ଭିତ୍ତିକ ସହାୟତା, ବାଲିଚର ସହାୟତା, ମୃତ ଗୋରୁଗାଈଙ୍କ ପାଇଁ ସହାୟତା, କ୍ଷତିଗ୍ରସ୍ତ ଡଙ୍ଗା ଓ ଜାଲ, ମତ୍ସ୍ୟପୋଖରୀ, ମତ୍ସ୍ୟଜାଁଳ ଚାଷ, ହସ୍ତତନ୍ତ ବୁଣାକାର, ହସ୍ତଶିଳ୍ପ କାରିଗର, ରେଶମ ଚାଷୀଙ୍କ ପାଇଁ ସହାୟତା ବାବଦକୁ ୧୨୮ କୋଟି ୫୮ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମଞ୍ଜୁର କରାଯାଇଛି ।
ସେହିପରି ଜଳବନ୍ଦୀ ଘେରରେ ଥିବା ପ୍ରଭାବିତ ଲୋକମାନଙ୍କୁ ଖାଦ୍ୟ ସହାୟତା ବାବଦକୁ ଅଦ୍ୟାବଧି ଜିଲ୍ଲାପାଳମାନଙ୍କୁ ୯୯ କୋଟି ୯୨ ଲକ୍ଷ ୯୭ ହଜାର ଟଙ୍କା ମଞ୍ଜୁର କରାଯାଇଛି ।
ଜଳସମ୍ପଦ ବିଭାଗ, ପୂର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ଗୃହ ଓ ନଗର ଉନ୍ନୟନ ବିଭାଗ ଓ ଶକ୍ତି ବିଭାଗ ଙ୍କଠାରୁ ସାଧାରଣ ସମ୍ପତ୍ତି କ୍ଷୟକ୍ଷତିର ଆକଳନ ରିପୋର୍ଟ ଅନୁଯାୟୀ ସାଧାରଣ ସମ୍ପତ୍ତି କ୍ଷୟକ୍ଷତିର ତୁରନ୍ତ ପୁନଃରୁଦ୍ଧାର ପାଇଁ ଜଳସମ୍ପଦ ବିଭାଗ ୫୨୭୭.୬୯ ଲକ୍ଷ ଟଙ୍କା, ପୂର୍ତ୍ତ ବିଭାଗ ୨୦୧୯.୪୪ ଲକ୍ଷ ଟଙ୍କା, ଗ୍ରାମ୍ୟ ଉନ୍ନୟନ ବିଭାଗ ୪୨୫୪.୭୦ ଲକ୍ଷ ଟଙ୍କା, ଗୃହ ଓ ନଗର ଉନ୍ନୟନ ବିଭାଗ ୬୦୭.୭୨ ଲକ୍ଷ ଟଙ୍କା ଓ ଶକ୍ତି ବିଭାଗ ୫୦୩.୩୮ ଲକ୍ଷ ଟଙ୍କା ଆବଶ୍ୟକ ବୋଲି ଜଣାଇଛନ୍ତି ।
ମାତ୍ର ବିପର୍ଯ୍ୟୟ ସହାୟତା ପାଣ୍ଠିର ସର୍ତ୍ତ ଓ ନିୟମାବଳୀ ଅନୁଯାୟୀ ସାଧାରଣ ସମ୍ପତ୍ତିର କ୍ଷୟକ୍ଷତିର ତୁରନ୍ତ ପୁନଃରୁଦ୍ଧାର ପାଇଁ ଜଳସମ୍ପଦ ବିଭାଗ ୪୩୫୩.୯୨ ଲକ୍ଷ ଟଙ୍କା, ପୂର୍ତ୍ତ ବିଭାଗ ୧୩୬୭.୨୫ ଲକ୍ଷ ଟଙ୍କା, ଗ୍ରାମ୍ୟ ଉନ୍ନୟନ ବିଭାଗ ୨୪୧୪.୩୭ ଲକ୍ଷ ଟଙ୍କା, ଗୃହ ଓ ନଗର ଉନ୍ନୟନ ବିଭାଗ ୮୨.୪୬ ଲକ୍ଷ ଟଙ୍କା ଓ ଶକ୍ତି ବିଭାଗ ୪୯୭.୫୧ ଲକ୍ଷ ଟଙ୍କା ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ମଞ୍ଜୁର କରାଯାଇଛି । ଏହି ଭଳି ସର୍ବମୋଟ ୮୭୧୫.୫୧ ଲକ୍ଷ ଟଙ୍କା ଉକ୍ତ ବିଭାଗମାନଙ୍କୁ ସାଧାରଣ ସମ୍ପତିର ତୁରନ୍ତ ମରାମତି ଓ ପୁନଃରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମଞ୍ଜୁର କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
୯ରୁ ବଢିବ ବର୍ଷା

୯ରୁ ବଢିବ ବର୍ଷା

Read More...

ଦୁର୍ନୀତି ହଟୁ :ସବ୍‌ରେଜିଷ୍ଟ୍ରର୍‌ ଅଫିସ୍‌ରେ ସମସ୍ତ କାର୍ଯ୍ୟ ଅନ୍‌ଲାଇନ୍‌ ହେଉ

ଦୁର୍ନୀତି ହଟୁ :ସବ୍‌ରେଜିଷ୍ଟ୍ରର୍‌ ଅଫିସ୍‌ରେ ସମସ୍ତ କାର୍ଯ୍ୟ ଅନ୍‌ଲାଇନ୍‌ ହେଉ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page