କେନ୍ଦ୍ରାପଡାର ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଲୋକାର୍ପିତ: ରୋଗୀଙ୍କୁ କଟକ,ଭୁବନେଶ୍ୱର ଯିବାକୁ ପଡ଼ିବନି: ମୁଖ୍ୟମନ୍ତ୍ରୀ

October 20, 2022, ଓଡ଼ିଶା, , Anupambharat News Bureau


କେନ୍ଦ୍ରାପଡାର ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଲୋକାର୍ପିତ:  ରୋଗୀଙ୍କୁ କଟକ,ଭୁବନେଶ୍ୱର ଯିବାକୁ ପଡ଼ିବନି: ମୁଖ୍ୟମନ୍ତ୍ରୀ
Anupambharat News Bureau
October 20, 2022


ଭୁବନେଶ୍ୱର,୨୦ା୧୦(ଅନୁପମ ମିଡ଼ିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କେନ୍ଦ୍ରାପଡା ଜିଲ୍ଲାର ନୂଆ ମୁଖ୍ୟ ଚିକିତ୍ସାଳୟ କମ୍ପ୍ଲେକ୍‌ସର ଉଦ୍‌ଘାଟନ କରିଛନ୍ତି । ଏହି ନୂତନ ଚିକିତ୍ସାଳୟ କମ୍ପ୍ଲେକ୍‌ସରେ ୨୦୦ଟି ଶଯ୍ୟା ଥିବାବେଳେ ଅତ୍ୟାଧୁନିକ ଓପିଡି ୟୁନିଟ, କାଜୁଆଲଟି ଓ ଟ୍ରମାକେୟାର, ୫ ଶଯ୍ୟା ବିଶିଷ୍ଟ ଟ୍ରମା ଆଇସିୟୁ, ରେଡିଓଲୋଜି, ଏମଆରଆଇ ସିଟି ସ୍କାନ ସୁବିଧା, ଉନ୍ନତ ଧରଣର ଓଟି କମ୍ପ୍ଲେକ୍ସ, ୧୫ ଶଯ୍ୟା ବିଶିଷ୍ଟ ଏସଏନସିୟୁ ସହିତ କଙ୍ଗାରୁ ମାତୃସେବା ସୁବିଧା, ୩୪ ଶଯ୍ୟା ବିଶିଷ୍ଟ ଆଇସିୟୁ ବ୍ୟବସ୍ଥା କରାଯାଇଛି ।
ଭର୍ଚୁଆଲ ଜରିଆରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ଆଧୁନିକ ହସ୍ପିଟାଲ କେନ୍ଦ୍ରାପଡା ଜିଲ୍ଲାରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତର ଆଣିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଜିଲ୍ଲାର ରୋଗୀମାନଙ୍କୁ ଆଉ ଚିକିତ୍ସା ପାଇଁ ଆଉ କଟକ ବା ଭୁବନେଶ୍ୱର ଯିବା ଆବଶ୍ୟକ ନାହିଁ । ନିଜ ଜିଲ୍ଲାରେ ହିଁ ସେମାନେ ଉତ୍ତମ ସ୍ୱାସ୍ଥ୍ୟସେବା ପାଇପାରିବେ ।ଡାକ୍ତର ଓ ପାରାମେଡିକ୍‌ସ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତେଣୁ, ଆପଣମାନେ ନିଷ୍ଠାର ସହ ରୋଗୀର ସେବା କର;ୁ । ରୋଗୀର ମୁହଁରେ ହସ ଓ ମନରେ ବିଶ୍ୱାସ ହିଁ ଆପଣମାନଙ୍କ ପାଇଁ ଏବଂ ଆମ ସମସ୍ତଙ୍କ ପାଇଁ ବଡ ପୁରସ୍କାର ହେବ ଓ ଆମ ପାଇଁ ସନ୍ତୋଷ ଆଣିପାରିବ ।ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ କହିଲେ ଯେ କେନ୍ଦ୍ରାପଡା ହେଉଛି ବିଜୁ ବାବୁଙ୍କ କର୍ମ ଭୂମି । କେନ୍ଦ୍ରାପଡାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଦୃଷ୍ଟି ରହିଛି । ଆଜି କେନ୍ଦ୍ରାପଡା ଜିଲ୍ଲାରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂଆ ମାଇଲ ଖଣ୍ଟ ସ୍ଥାପିତ ହୋଇଛି ବୋଲି ସେ କହିଥିଲେ । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ କହିଲେ ଯେ ଆଜି କେନ୍ଦ୍ରାପଡାବାସୀଙ୍କ ପାଇଁ ଏକ ଗର୍ବ ଓ ଗୌରବର ଦିନ । ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ୧୦୦ କୋଟି ଟଙ୍କାରୁ ଅଧିକ ଅର୍ଥ ଦେଇଛନ୍ତି । ଜିଲ୍ଲାର ସମସ୍ତ ହେଲ୍‌ଥ ସେଂଟରର ଭିତିଭୂମିର ଉନ୍ନତି ପାଇଁ ଅର୍ଥ ଯୋଗାଇ ଦେଇଛନ୍ତି । ।
କେନ୍ଦ୍ରାପଡା ବିଧାୟକ ଶଶୀଭୂଷଣ ବେହେରା ତାଙ୍କ ବକ୍ତବ୍ୟରେ କେନ୍ଦ୍ରାପଡାରେ ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଜିଲ୍ଲାପାଳ ଅମୃତ ଋତୁରାଜ ସ୍ୱାଗତ ଭାଷଣ ଦେଇଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆନ୍ଦୋଳନକୁ ଓହ୍ଲାଇବ ପ୍ରାଥମିକ ଶିକ୍ଷକ ସଂଘ

ଆନ୍ଦୋଳନକୁ ଓହ୍ଲାଇବ ପ୍ରାଥମିକ ଶିକ୍ଷକ ସଂଘ

Read More...

ବ୍ୟାପୁଛି ଆଉ ଏକ ନୂଆ ଭାରିଆଣ୍ଟ

ବ୍ୟାପୁଛି ଆଉ ଏକ ନୂଆ ଭାରିଆଣ୍ଟ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page