‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଆରମ୍ଭ: ବର୍ଷକୁ ୫୦ ହଜାର ଛାତ୍ରଛାତ୍ରୀଙ୍କୁ ମିଳିବ

November 16, 2022, ଓଡ଼ିଶା, , Anupambharat News Bureau


‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଆରମ୍ଭ: ବର୍ଷକୁ ୫୦ ହଜାର ଛାତ୍ରଛାତ୍ରୀଙ୍କୁ ମିଳିବ
Anupambharat News Bureau
November 16, 2022


ଭୁବନେଶ୍ୱର,୧୬ା୧୧(ଅନୁପମ ମିଡ଼ିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୫ -ଟି ରୂପାନ୍ତରିତ ସ୍କୁଲ ତଥା ଅନ୍ୟ ସ୍କୁଲ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଶିକ୍ଷାର ଉକିର୍ଷ ଲାଭ କରୁଥିବା ସ୍କୁଲ ଛାତ୍ରଛାତ୍ରୀ, ଶିକ୍ଷାନୁଷ୍ଠାନ ଓ ପ୍ରଧାନ ଶିକ୍ଷକ, ଶିକ୍ଷକଶିକ୍ଷୟିତ୍ରୀ,ସରପଞ୍ଚ ସ୍କୁଲ ପରିଚାଳନା କମିଟି ତଥା ପୁରାତନ ଛାତ୍ରମାନଙ୍କୁ ସେମାନଙ୍କ ଅବଦାନ ପାଇଁ ବର୍ଷକୁ ୧୦୦ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି । ବ୍ଲକ୍‌, ଜିଲ୍ଲା ଓ ରାଜ୍ୟସ୍ତରରେ ଏହି ପୁରସ୍କାର ପ୍ରଦାନ କରାଯିବ । ୫୦ ହଜାର ଛାତ୍ରଛାତ୍ରୀ, ୧୫୦୦ ପ୍ରଧାନ ଶିକ୍ଷକ ଓ ଶିକ୍ଷକ-ଶିକ୍ଷୟିତ୍ରୀ , ସ୍କୁଲ ପରିଚାଳନା କମିଟି ସରପଞ୍ଚ ପୁରାତନ ଛାତ୍ରମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ । ବୁଧବାର ସ୍ଥାନୀୟ ୟୁନିଟ-୯ ସ୍ଥିତ ସରକାରୀ ହାଇସ୍କୁଲରେ ରାଜ୍ୟସ୍ତରୀୟ ଶିଶୁ ଦିବସ ଉତ୍ସବର ଉଦ୍‌ଯାପନୀ ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ପୁରସ୍କାର ଘୋଷଣା କରିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓ ମାଧ୍ୟମିକ ଶିକ୍ଷା ପରିଷଦ ପାଇଁ ଡିଜି ଲକର ବ୍ୟବସ୍ଥାର ଶୁଭାରମ୍ଭ ମଧ୍ୟ କରିଛନ୍ତି । ଏହି ଭର୍ଚୁଆଲ ଲକରରେ ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟ, ମାର୍କସିଟ ଓ ଅନ୍ୟାନ୍ୟ ଡକୁ୍ୟମେଣ୍ଟ ସୁରକ୍ଷିତ ରହିପାରିବା ସହିତ ସୁବିଧାରେ ଉପଲବ୍ଧ ମଧ୍ୟ ହେବ । ଏଥିରେ ଚୋରି ବା ହଜି ଯିବାର କୌଣସି ସମ୍ଭାବନା ରହିବ ନାହିଁ । ଉପସ୍ଥିତ ଛାତ୍ରଛ୍ରତ୍ରୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ୩ଟି ଗୁରୁତ୍ୱପୂର୍ଣ୍ଣ ବିଷୟରେ ପରାମର୍ଶ ଦେଇଥିଲେ । ପ୍ରଥମଟି ହେଉଛି ­ ସମୟର ଆହ୍ୱାନ । ସେ କହିଥିଲେ ଯେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସମୟ ହେଉଛି ଗୁରୁତ୍ୱପୂର୍ଣ୍ଣ । ଠିକ୍‌ ସମୟରେ ଠିକ୍‌ କାମ କଲେ, ପିଲାମାନେ ଆଗରେ ରହିପାରିବେ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ କହିଥିଲେ ଯେ ବର୍ତ୍ତମାନ ହେଉଛି ପିଲାମାନଙ୍କର ଜ୍ଞାନ ଅର୍ଜନ କରିବାର ସମୟ । ପାଠ ସହିତ ଖେଳକୁଦ, ନାଚଗୀତ ­ ସବୁ କ୍ଷେତ୍ରରେ ଉକିର୍ଷ ହାସଲ କରି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ସେ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମୟ ସହ ତାଳ ଦେଇ ଆଗକୁ ବଢିବାକୁ ହେବ ଓ ପରିବର୍ତ୍ତନକୁ ଗ୍ରହଣ କରିବାକୁ ହେବ । ତୃତୀୟରେ ପିଲାମାନଙ୍କୁ ଦାୟିତ୍ୱବୋଧତା ସମ୍ପର୍କରେ ବୁଝାଇ କହିଥିଲେ ଯେ ତୁମମାନଙ୍କ ଜୀବନ ଗଢିତୋଳିବାରେ ଯେଉଁ ମାନଙ୍କ ଅବଦାନ ରହିଛି, ଯଥା- ଶିକ୍ଷକ, ପରିବାର, ଗୁରୁ ,ନିଜ ଗାଁ ଓ ସ୍କୁଲ ­ ସେମାନଙ୍କ ପ୍ରତି ନିଜର ଦାୟିତ୍ୱ ଓ ସମ୍ମାନକୁ କେବେ ହେଲେ ଭୁଲ ନାହଁ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ କ୍ଷେତ୍ରରେ କୃତୀତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିବା ସହିତ ଏକ କଫି ଟେବୁଲ ପୁସ୍ତକ, ମାଗାଜିନ ଓ ମୋ ସ୍କୁଲ ନୁ୍ୟଜ ଲେଟର ଉନ୍ମୋଚନ କରିଥିଲେ ।
ଏହି ଅବସରରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ଓ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ନିଜ ନିଜର ଅଭିଭାଷଣ ରଖି ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ୱ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ । ସ୍କୁଲ ଗୁଡିକର ରୂପାନ୍ତର, ମୋ ସ୍କୁଲ କାର୍ଯ୍ୟକ୍ରମ ଆଦି ରାଜ୍ୟର ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତନ ଆଣିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ । ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଓ ଉତ୍ତର ବିଧାୟକ ସୁଶାନ୍ତ ରାଉତ ପ୍ରମୁଖ ଅଭିଭାଷଣ ଦେଇଥିଲେ । ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ସଚିବ ଅଶ୍ୱଥି ଏସ୍‌ ସ୍ୱାଗତ ଭାଷଣ ଦେଇଥିଲେ ଓ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଚନ୍ଦ୍ର ଯାତ୍ରାରେ ‘ଆର୍ମେଟିସ୍‌-୧’

ଚନ୍ଦ୍ର ଯାତ୍ରାରେ ‘ଆର୍ମେଟିସ୍‌-୧’

Read More...

ଛାତ୍ରୀଙ୍କୁ ରାଗିଂ ମାମଲାରେ ଦୁଇ ଗିରଫ : ଅଭିଯୁକ୍ତକୁ କଲେଜରୁ ବହିଷ୍କାର ସୁପାରିଶ

ଛାତ୍ରୀଙ୍କୁ ରାଗିଂ ମାମଲାରେ ଦୁଇ ଗିରଫ : ଅଭିଯୁକ୍ତକୁ କଲେଜରୁ ବହିଷ୍କାର ସୁପାରିଶ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page